ମୁମ୍ବାଇ,୫।୨: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଦ୍ୱିତୀୟ କାର୍ଯ୍ୟ ଦିବସ ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୧୩୯୭ (୧୩୯୭.୦୭) ପଏଣ୍ଟ ବଢି ୭୮,୫୮୪ (୭୮,୫୮୩.୮୧) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ରେ ମଧ୍ୟ ୩୭୮ (୩୭୮.୨୦) ପଏଣ୍ଟ ବୃଦ୍ଧି ଘଟି ୨୩, ୭୩୯ (୨୩,୭୩୯.୨୫) ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସର ମିଡକ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍ଏସ୍ଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ବୃଦ୍ଧି ଘଟିଛି।