ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୧୨ା୧୧: କ୍ରମାଗତ ୨ଦିନର ହ୍ରାସ ପରେ ଶୁକ୍ରବାର ଷ୍ଟକ୍‌ ବଜାରରେ ବଡ଼ ଧରଣର ବୃଦ୍ଧି ଘଟିଛି। ଫଳରେ ନିବେଶକମାନଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟଦିବସର ଫଳାଫଳ (ଶେୟାର ମାର୍କେଟ) ଅନୁଯାୟୀ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୧୧୮୧ (୧୧୮୧.୩୪) ପଏଣ୍ଟ ବୃଦ୍ଧି ଘଟି ୬୧,୭୯୫ (୬୧,୭୯୫.୦୪) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୩୨୨ (୩୨୧.୫୦) ପଏଣ୍ଟ ବଢ଼ି ୧୮,୩୫୦ (୧୮,୩୪୯.୭୦) ଅଙ୍କରେ ବଜାର ବନ୍ଦ ହୋଇଥିବା ଜଣାପଡ଼ିଛି। ଶୁକ୍ରବାର ଦଲାଲ ଷ୍ଟ୍ରିଟ୍‌ରେ ଆଇଟି ଏବଂ ମେଟାଲ ଶିଳ୍ପର ଫଳାଫଳ ସାଙ୍ଗକୁ ବ୍ୟାଙ୍କିଙ୍ଗ୍‌,ଏଫ୍‌ଏମ୍‌ସିଜି ଏବଂ ଅଟୋଶିଳ୍ପ ଆଦି ନିବେଶରେ ମଧ୍ୟ ଅଭିବୃଦ୍ଧି ଘଟିଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍‌, ଫସରଫାଟିଲା ଫଲ୍ସ ଏଣ୍ଟ୍ରି

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ…

ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ…

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

ନକଲି ଆଇନଜୀବୀ

ଦେଶରେ ଥିବା ଆଇନଜୀବୀଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ ଲାଗି ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ପକ୍ଷରୁ ୨୦୨୫ ଜାନୁଆରୀରେ ଏକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥିରେ…

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri