ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୧।୧୨: ଭାରତୀୟ ଷ୍ଟକ୍‌ ବଜାରର ଫଳାଫଳ କ୍ରମାଗତ ଭାବେ ଭଲ ରହିବା ସାଙ୍ଗକୁ ନିବେଶ ମଧ୍ୟ ବୃଦ୍ଧି ପାଉଛି। ଏପରିକି ଶେୟାର ବଜାରରେ ନିବେଶ କରୁଥିବା ନିବେଶକମାନେ ବେଶ୍‌ ଉତ୍ସାହିତ ରହିଛନ୍ତି। ଚଳିତ ସପ୍ତାହର ୩ୟ କାର୍ଯ୍ୟ ଦିବସର କାରବାର ଫଳାଫଳ ପରେ ସେନ୍‌ସେକ୍ସ ପ୍ରଥମ ଥର ପାଇଁ ୬୩,୦୦୦ ଅଙ୍କରେ ବନ୍ଦ ହୋଇଛି। ସେହିପରି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜର ସୂଚକାଙ୍କ ନିଫ୍‌ଟି ମଧ୍ୟ ୧୯,୦୦୦ ଅଙ୍କର ନିକଟବର୍ତ୍ତୀରେ ରହିଛି। ଅପରପକ୍ଷରେ ବୁଧବାର ଦଲାଲ ଷ୍ଟ୍ରିଟ୍‌ର କାରବାର ବନ୍ଦ ହେବା ବେଳକୁ ପ୍ରାୟ ୨.୪୦ ଲକ୍ଷ କୋଟି ଟଙ୍କାର ଲାଭ କରିଥିବା ଜଣାପଡିଛି। କାରଣ ବିଏସ୍‌ଇରେ ପଞ୍ଜୀକୃତ ନିବେଶକଙ୍କ ଶେୟାରଗୁଡିକ ମାର୍କେଟ୍‌ କ୍ୟାପିଟାଲାଇଜେଶନ ୨ ଲକ୍ଷ ୪୦ ହଜାର କୋଟି ବୃଦ୍ଧି ପାଇ ୨୮୮.୫୫ ଲକ୍ଷ କୋଟିରେ ପହଞ୍ଚତ୍ଛି। ସେହିଭଳି ବୁଧବାର କେନ୍ଦ୍ର ସରକାର ଚଳିତ ବର୍ଷର ୨ୟ ତ୍ରୈମାସିକ (ଜୁଲାଇ-ସେପ୍ଟେମ୍ବର) ଶେଷ ସୁଦ୍ଧା ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି)ର ଅଭିଭୃଦ୍ଧି ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରିବାର କିଛି ସମୟ ପୂର୍ବରୁ ବଜାର କାରବାର ବହୁତ ଭଲ ହୋଇଥିଲା। ଉଲ୍ଲେଖଯୋଗ୍ୟ, ଷ୍ଟକ୍‌ ବଜାରରେ ଏହି ଉତ୍ସାହ ପଛରେ ଏକ ବଡ଼ କାରଣ ରହିଛି, ତାହା ହେଉଛି ଅଶୋଧିତ ତୈଳ ମୂଲ୍ୟ ହ୍ରାସ ସାଙ୍ଗକୁ ଚାଇନାରେ କୋଭିଡ୍‌ କଟକଣା ଓ ଲକ୍‌ଡାଉନ ଯୋଗୁ ତୈଳ ଚାହିଦା ହ୍ରାସ ପାଇଛି।

କ୍ରମାଗତ ୭ମ ଦିନ ଲାଗି ଷ୍ଟକ୍‌ ବଜାରର ଫଳାଫଳ ଭଲ ରହିଛି। ଏପରିକି ଚଳିତ ସପ୍ତାହର ୩ୟ କାର୍ଯ୍ୟଦିବସର ଫଳାଫଳ ନିବେଶକଙ୍କ ମନରେ ଉତ୍ସାହ ଭରି ଦେଇଛି। ଫଳରେ ଶେୟାର ବଜାରର ନିବେଶକମାନେ କିଛି ପରିମାଣରେ ନିବେଶ ବୃଦ୍ଧି କରିପାରିଛନ୍ତି। ବୁଧବାର ଷ୍ଟକ୍‌ ବଜାରର ଫଳାଫଳ (ଶେୟାର ମାର୍କେଟ) ଅନୁଯାୟୀ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୪୧୮(୪୧୭.୮୧) ପଏଣ୍ଟ ବଢ଼ି ୬୩,୧୦୦ (୬୩,୦୯୯.୬୫) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୧୪୦ (୧୪୦.୩୦) ପଏଣ୍ଟ ବୃଦ୍ଧି ଘଟି ୧୮,୭୫୮ (୧୮,୭୫୮.୩୫) ଅଙ୍କରେ ବଜାର ବନ୍ଦ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri