Posted inଖେଳ

ମ୍ୟାଚ୍‌କୁ ନେଇ ବଢୁଛି ଉତ୍କଣ୍ଠା: ପାକିସ୍ତାନ ବିପକ୍ଷରେ ଭାରତ ଫେଭରାଇଟ୍‌

ଦୁବାଇ,୧୩ା୯: ରବିବାର ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ୍‌ ଷ୍ଟାଡିୟମରେ ଚଳିତ ଏସିଆ କପ୍‌ ଟି୨୦ ଟୁର୍ନାମେଣ୍ଟରେ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇଭୋଲଟେଜ ମ୍ୟାଚ୍‌କୁ ନେଇ ସର୍ବଦା କ୍ରକେଟ୍‌ ପ୍ରଶଂସକଙ୍କ ମଧ୍ୟରେ ଉତ୍କଣ୍ଠା ରହିଥାଏ। ହେଲେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ପରେ ଦୁଇ ଦେଶ ମଧ୍ୟରେ ଶତୃତା ବୃଦ୍ଧି ପାଇଛି। ଏଥିଯୋଗୁ ପାକିସ୍ତାନ ବିପକ୍ଷ ମ୍ୟାଚ୍‌କୁ ସମ୍ପୂର୍ଣ୍ଣ ବର୍ଜନ କରିବାକୁ କିଛି ବର୍ଗ ଆହ୍ବାନ ଦେଇଛନ୍ତି। ଅନ୍ୟପକ୍ଷରେ ବର୍ତ୍ତମାନ ପାକିସ୍ତାନ ଠାରୁ ଭାରତ ପାଖରେ ଅଧିକ ଶକ୍ତିଶାଳୀ ଦଳ ଥିବାରୁ ଏହି ମ୍ୟାଚ୍‌କୁ ନେଇ ପ୍ରଶଂସକଙ୍କ ମଧ୍ୟରେ ବିଶେଷ ଆଗ୍ରହ ନାହିଁ। ଏପରିକି ଦୁଇ ସପ୍ତାହ ପୂର୍ବେ ମ୍ୟାଚ୍‌ ଲାଗି ଟିକେଟ୍‌ ବିକ୍ରି ଆରମ୍ଭ ହେବା ସତ୍ତ୍ୱେ ହଜାର ହଜାର ସଂଖ୍ୟାରେ ଟିକେଟ୍‌ ବିକ୍ରି ହୋଇପାରି ନାହିଁ।

ଥର ଚାମ୍ପିୟନ ଭାରତ ମ୍ୟାଚ୍‌ ଜିତିବା ପାଇଁ ଫେଭରାଇଟ୍‌ ରହିବ। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚ୍‌ରେ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)କୁ ସହଜରେ ହରାଇ ଅଭିଯାନ ଆରମ୍ଭ କରିଛି। ଦଳରେ ଶୁବମନ ଗିଲ, ଅଭିଷେକ ଶର୍ମା, ସଞ୍ଜୁ ସାମସନ, ଯଶପ୍ରୀତ ବୁମରା, କୁଲଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀଙ୍କ ଭଳି ତାରକା ରହିଛନ୍ତି। ଏଣୁ ଭାରତୀୟ ଦଳ ପ୍ରଭାବୀ ପ୍ରଦର୍ଶନ କରିବ ବୋଲି ଆଶା କରାଯାଉଛି। ଅନ୍ୟପକ୍ଷରେ ସଲମାନ ଅଲୀ ଅଘାଙ୍କ ନେତୃତ୍ୱାଧୀନ ଦଳରେ ସ୍ୟାମ ଆୟୁବ ଓ ହାସନ ନଓ୍ବାଜଙ୍କ ଭଳି ଯୁବ ପ୍ରତିଭା ରହିଛନ୍ତି। ୟୁଏଇର କଣ୍ଡିଶନ ସହ ପାକିସ୍ତାନ ଅଧିକ ପରିଚିତ ଥିବାରୁ ଶାହୀନ ଶାହା ଆଫ୍ରିଦି ଭାରତର ବ୍ୟାଟିଂ ଲାଇନ ପାଇଁ ଚ୍ୟାଲେଞ୍ଜ ସାବ୍ୟସ୍ତ ହୋଇପାରନ୍ତି।

ଓ ପାକିସ୍ତାନ ମଧ୍ୟରେ ଏପର୍ଯ୍ୟନ୍ତ ୧୩ଟି ଟି୨୦ ମ୍ୟାଚ୍‌ ଖେଳାଯାଇଛି। ସେଥିରୁ ଭାରତ ୧୦ଥର ଜିତିଥିବା ବେଳେ କେବଳ ୩ ମ୍ୟାଚ୍‌ରେ ପାକିସ୍ତାନ ବିଜୟ ସ୍ବାଦ ଚାଖିଛି। ଅନ୍ତିମ ଥର ଦୁଇ ଦଳ ଗତ ବର୍ଷ ଜୁନ ୯ ତାରିଖରେ ନ୍ୟୁୟର୍କରେ ପରସ୍ପରକୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri