Posted inଖେଳ

ମ୍ୟାଚ୍‌କୁ ନେଇ ବଢୁଛି ଉତ୍କଣ୍ଠା: ପାକିସ୍ତାନ ବିପକ୍ଷରେ ଭାରତ ଫେଭରାଇଟ୍‌

ଦୁବାଇ,୧୩ା୯: ରବିବାର ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ୍‌ ଷ୍ଟାଡିୟମରେ ଚଳିତ ଏସିଆ କପ୍‌ ଟି୨୦ ଟୁର୍ନାମେଣ୍ଟରେ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇଭୋଲଟେଜ ମ୍ୟାଚ୍‌କୁ ନେଇ ସର୍ବଦା କ୍ରକେଟ୍‌ ପ୍ରଶଂସକଙ୍କ ମଧ୍ୟରେ ଉତ୍କଣ୍ଠା ରହିଥାଏ। ହେଲେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ପରେ ଦୁଇ ଦେଶ ମଧ୍ୟରେ ଶତୃତା ବୃଦ୍ଧି ପାଇଛି। ଏଥିଯୋଗୁ ପାକିସ୍ତାନ ବିପକ୍ଷ ମ୍ୟାଚ୍‌କୁ ସମ୍ପୂର୍ଣ୍ଣ ବର୍ଜନ କରିବାକୁ କିଛି ବର୍ଗ ଆହ୍ବାନ ଦେଇଛନ୍ତି। ଅନ୍ୟପକ୍ଷରେ ବର୍ତ୍ତମାନ ପାକିସ୍ତାନ ଠାରୁ ଭାରତ ପାଖରେ ଅଧିକ ଶକ୍ତିଶାଳୀ ଦଳ ଥିବାରୁ ଏହି ମ୍ୟାଚ୍‌କୁ ନେଇ ପ୍ରଶଂସକଙ୍କ ମଧ୍ୟରେ ବିଶେଷ ଆଗ୍ରହ ନାହିଁ। ଏପରିକି ଦୁଇ ସପ୍ତାହ ପୂର୍ବେ ମ୍ୟାଚ୍‌ ଲାଗି ଟିକେଟ୍‌ ବିକ୍ରି ଆରମ୍ଭ ହେବା ସତ୍ତ୍ୱେ ହଜାର ହଜାର ସଂଖ୍ୟାରେ ଟିକେଟ୍‌ ବିକ୍ରି ହୋଇପାରି ନାହିଁ।

ଥର ଚାମ୍ପିୟନ ଭାରତ ମ୍ୟାଚ୍‌ ଜିତିବା ପାଇଁ ଫେଭରାଇଟ୍‌ ରହିବ। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚ୍‌ରେ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)କୁ ସହଜରେ ହରାଇ ଅଭିଯାନ ଆରମ୍ଭ କରିଛି। ଦଳରେ ଶୁବମନ ଗିଲ, ଅଭିଷେକ ଶର୍ମା, ସଞ୍ଜୁ ସାମସନ, ଯଶପ୍ରୀତ ବୁମରା, କୁଲଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀଙ୍କ ଭଳି ତାରକା ରହିଛନ୍ତି। ଏଣୁ ଭାରତୀୟ ଦଳ ପ୍ରଭାବୀ ପ୍ରଦର୍ଶନ କରିବ ବୋଲି ଆଶା କରାଯାଉଛି। ଅନ୍ୟପକ୍ଷରେ ସଲମାନ ଅଲୀ ଅଘାଙ୍କ ନେତୃତ୍ୱାଧୀନ ଦଳରେ ସ୍ୟାମ ଆୟୁବ ଓ ହାସନ ନଓ୍ବାଜଙ୍କ ଭଳି ଯୁବ ପ୍ରତିଭା ରହିଛନ୍ତି। ୟୁଏଇର କଣ୍ଡିଶନ ସହ ପାକିସ୍ତାନ ଅଧିକ ପରିଚିତ ଥିବାରୁ ଶାହୀନ ଶାହା ଆଫ୍ରିଦି ଭାରତର ବ୍ୟାଟିଂ ଲାଇନ ପାଇଁ ଚ୍ୟାଲେଞ୍ଜ ସାବ୍ୟସ୍ତ ହୋଇପାରନ୍ତି।

ଓ ପାକିସ୍ତାନ ମଧ୍ୟରେ ଏପର୍ଯ୍ୟନ୍ତ ୧୩ଟି ଟି୨୦ ମ୍ୟାଚ୍‌ ଖେଳାଯାଇଛି। ସେଥିରୁ ଭାରତ ୧୦ଥର ଜିତିଥିବା ବେଳେ କେବଳ ୩ ମ୍ୟାଚ୍‌ରେ ପାକିସ୍ତାନ ବିଜୟ ସ୍ବାଦ ଚାଖିଛି। ଅନ୍ତିମ ଥର ଦୁଇ ଦଳ ଗତ ବର୍ଷ ଜୁନ ୯ ତାରିଖରେ ନ୍ୟୁୟର୍କରେ ପରସ୍ପରକୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍ ଓ କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri