ନବଜାତ ଶିଶୁ ମୃତ୍ୟୁକୁ ନେଇ ଉତ୍ତେଜନା

ବାଲେଶ୍ୱର ଅଫିସ, ୧୧।୬ ନବଜାତ ଶିଶୁର ମୃତ୍ୟୁକୁ ନେଇ ଶୁକ୍ରବାର ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା ଦେଖାଦେଇଛି। ଡାକ୍ତରଖାନା ଅଧିକାରୀ ଓ ପୋଲିସ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିବା ପରେ ଉତ୍ତେଜନା ଥମିଥିଲା। ଚିକିତ୍ସାରେ ଅବହେଳା ଓ ଡାକ୍ତରଙ୍କ ଅନୁପସ୍ଥିତିରେ ନର୍ସଙ୍କ ଦ୍ୱାରା ପ୍ରସବ କରାଯାଇଥିବାରୁ ନବଜାତକର ମୃତ୍ୟୁ ହୋଇଥିବା ମୃତ ଶିଶୁର ବାପା ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ସୋର ବ୍ଲକ ସରଶଙ୍ଖ ଗ୍ରାମର ଦିବ୍ୟଜ୍ୟୋତି ଓଝାଙ୍କ ସ୍ତ୍ରୀଙ୍କ ପ୍ରସବଜନିତ ଯନ୍ତ୍ରଣା ହେବାରୁ ଗୁରୁବାର ତାଙ୍କୁ ସୋର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଗର୍ଭଯନ୍ତ୍ରଣା ଅଧିକ ହେବାରୁ ଡାକ୍ତର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ରାତି ପ୍ରାୟ ୨ଟା ବେଳେ ପରିବାର ଲୋକେ ପ୍ରସୂତିଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ରାତି ସାରା ପ୍ରସୂତି କକ୍ଷରେ ସେ ଯନ୍ତ୍ରଣାରେ ଛଟପଟ ହେଉଥିବା ବେଳେ ଡ୍ୟୁଟିରେ ଥିବା ନର୍ସମାନେ ଡାକ୍ତର ନ ଥିବା କହି ଅପେକ୍ଷା କରିବାକୁ କହିଥିଲେ। ଡାକ୍ତର ଆସିଲେ ରୋଗୀଙ୍କୁ ଦେଖି ଚିକିତ୍ସା କରିବା ସହ ପ୍ରସବ କରାଯିବ ବୋଲି ପରିବାର ଲୋକଙ୍କୁ ଆଶ୍ୱାସନା ଦେଇଥିଲେ। ଅପରପକ୍ଷେ ବିନା ଅସ୍ତ୍ରୋପଚାରରେ ପ୍ରସବ କରାଇଦେବାକୁ କହି ତାଙ୍କ ପରିବାର ଲୋକଙ୍କୁ ଟଙ୍କା ମାଗିଥିଲେ। ପରିବାର ଲୋକେ ଏଥିରେ ରାଜି ହୋଇଥିବା ବେଳେ ନର୍ସମାନେ ପ୍ରସବ କରାଇବା ପାଇଁ ଉଦ୍ୟମ କରିଥିଲେ। ଶୁକ୍ରବାର ସକାଳ ସାଢେ ୭ଟାରେ ଏକ ଶିଶୁପୁତ୍ର ଜନ୍ମ ହୋଇଥିଲା। ମାତ୍ର କିଛି ସମୟ ପରେ ଶିଶୁଟିର ମୃତ୍ୟୁ ହୋଇଯାଇଥିଲା। ଅନ୍ୟପଟେ ନବଜାତ ଶିଶୁର ବେକରେ ଆଘାତ ଲାଗି କଳା ପଡ଼ିଥିବା ଦେଖି ନର୍ସମାନେ ଠିକ୍‌ ଭାବେ ପ୍ରସବ କରାଇ ନ ଥିବା ପରିବାର ଲୋକେ ଅଭିଯୋଗ କରି ମେଡ଼ିକାଲ ପରିସରରେ ପାଟିତୁଣ୍ଡ କରିଥିଲେ। ପ୍ରାୟ ୨ଘଣ୍ଟା ଧରି ଉତ୍ତେଜନା ଲାଗି ରହିଥିଲା। ଘଟଣାସ୍ଥଳରେ ମେଡ଼ିକାଲ ଅଧିକାରୀ ଓ ଟାଉନ ଥାନା ପୋଲିସ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ନିୟନ୍ତ୍ରଣାଧୀନ ହୋଇଥିଲା। ଏନେଇ ଫକୀରମୋହନ ମେଡ଼ିକାଲ କଲେଜ ପ୍ରଶାସନିକ ଅଧିକାରୀ ମନୋରମା ଭୂୟାଁ କହନ୍ତି, ନବଜାତକର ମୃତ୍ୟୁ ଘଟଣା ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ସୋର ଡାକ୍ତରଖାନାରୁ ଯେତେବେଳେ ତାଙ୍କୁ ଅଣାଯାଇଥିଲା, ସେତେବେଳେ ଶିଶୁର ଅବସ୍ଥା ସଙ୍କଟାପନ୍ନ ଥିଲା। ସମୟନୁସାରେ ପ୍ରସୂତି କକ୍ଷରେ ଥିବା ଡାକ୍ତର ଏବଂ ନର୍ସମାନେ ଯଥାସମ୍ଭବ ଚେଷ୍ଟା କରି ପ୍ରସବ କରାଇଥିଲେ ମଧ୍ୟ ପରେ ତା’ର ମୃତ୍ୟୁ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri