ଧାନକିଣାକୁ ନେଇ ଉତ୍ତେଜନା

ଚମ୍ପୁଆ, ୨୯।୧ (ଡି.ଏନ.ଏ.) ଧାନକିଣାକୁ ନେଇ ଚାଷୀ ଅସନ୍ତୋଷ ବଢ଼ିବାରେ ଲାଗିଛି। ଚାଷୀ ଟୋକନ ପାଇ ନିର୍ଦ୍ଧାରିତ ଦିନରେ ଧାନ ବିକିବାକୁ ଆସୁଥିବା ବେଳେ ଟାର୍ଗେଟ ନ ଥିବାରୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର କେନ୍ଦୁଝର ଜିଲା ଚମ୍ପୁଆର ଭଣ୍ଡା ଲ୍ୟାମ୍ପ୍‌ସରେ ଧାନ କ୍ରୟକୁ ନେଇ ଉତ୍ତେଜନା ଦେଖାଦେଇଥିଲା।
ପ୍ରକାଶ ଯେ, ୨୦୦ରୁ ଊର୍ଦ୍ଧ୍ୱ ଚାଷୀ ଲ୍ୟାମ୍ପ୍‌ସରେ ପହଞ୍ଚି ଉପସ୍ଥିତ ଅଧିକାରୀମାନଙ୍କୁ ଧାନ କିଣାରେ ବିଳମ୍ବ ଓ ହଇରାଣ ହେଉଥିବା ସମ୍ପର୍କରେ ଅବଗତ କରିଥିଲେ। ମାତ୍ର ଟାର୍ଗେଟ କମ୍‌ ରହୁଥିବାରୁ ଧାନ କିଣାଯାଇ ପାରୁ ନ ଥିବା ଜଣାପଡ଼ିବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା। ଟୋକନରେ ପ୍ରଦତ୍ତ ଦିନ ଧାନ କିଣିବାକୁ ଲ୍ୟାମ୍ପ୍‌ସ ବାଧ୍ୟ ବୋଲି ଚାଷୀମାନେ ଦାବି କରିବା ସହ କ୍ରୟ ନ ହେଲେ ଟୋକନ ଲାପ୍‌ସ ହୋଇଯିବ ବୋଲି କହିଥିଲେ। ଟୋକନ ଅବଧି ସରିବା ପୂର୍ବରୁ ଧାନ କିଣାଯାଉ ବୋଲି ସେମାନେ ଦାବି କରିଥିଲେ। ପ୍ରାୟ ୩ ଘଣ୍ଟା କାଳ ଚାଷୀମାନେ ଲ୍ୟାମ୍ପ୍‌ସ ଆଗରେ ଜଗି ରହିଥିଲେ। ଏ ସମ୍ପର୍କରେ ଲ୍ୟାମ୍ପ୍‌ସ ଅଧିକାରୀ ଆର୍ତ୍ତତ୍ରାଣ ସାହୁଙ୍କୁ ପଚାରିବାରୁ ଧାନ କ୍ରୟ ପାଇଁ ଚେଷ୍ଟା ଜାରି ରହିଥିବା ବେଳେ ମିଲରଙ୍କ ସହ ଆଲୋଚନା କରାଯାଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri