ଧାନକିଣାକୁ ନେଇ ଉତ୍ତେଜନା

ଚମ୍ପୁଆ, ୨୯।୧ (ଡି.ଏନ.ଏ.) ଧାନକିଣାକୁ ନେଇ ଚାଷୀ ଅସନ୍ତୋଷ ବଢ଼ିବାରେ ଲାଗିଛି। ଚାଷୀ ଟୋକନ ପାଇ ନିର୍ଦ୍ଧାରିତ ଦିନରେ ଧାନ ବିକିବାକୁ ଆସୁଥିବା ବେଳେ ଟାର୍ଗେଟ ନ ଥିବାରୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର କେନ୍ଦୁଝର ଜିଲା ଚମ୍ପୁଆର ଭଣ୍ଡା ଲ୍ୟାମ୍ପ୍‌ସରେ ଧାନ କ୍ରୟକୁ ନେଇ ଉତ୍ତେଜନା ଦେଖାଦେଇଥିଲା।
ପ୍ରକାଶ ଯେ, ୨୦୦ରୁ ଊର୍ଦ୍ଧ୍ୱ ଚାଷୀ ଲ୍ୟାମ୍ପ୍‌ସରେ ପହଞ୍ଚି ଉପସ୍ଥିତ ଅଧିକାରୀମାନଙ୍କୁ ଧାନ କିଣାରେ ବିଳମ୍ବ ଓ ହଇରାଣ ହେଉଥିବା ସମ୍ପର୍କରେ ଅବଗତ କରିଥିଲେ। ମାତ୍ର ଟାର୍ଗେଟ କମ୍‌ ରହୁଥିବାରୁ ଧାନ କିଣାଯାଇ ପାରୁ ନ ଥିବା ଜଣାପଡ଼ିବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା। ଟୋକନରେ ପ୍ରଦତ୍ତ ଦିନ ଧାନ କିଣିବାକୁ ଲ୍ୟାମ୍ପ୍‌ସ ବାଧ୍ୟ ବୋଲି ଚାଷୀମାନେ ଦାବି କରିବା ସହ କ୍ରୟ ନ ହେଲେ ଟୋକନ ଲାପ୍‌ସ ହୋଇଯିବ ବୋଲି କହିଥିଲେ। ଟୋକନ ଅବଧି ସରିବା ପୂର୍ବରୁ ଧାନ କିଣାଯାଉ ବୋଲି ସେମାନେ ଦାବି କରିଥିଲେ। ପ୍ରାୟ ୩ ଘଣ୍ଟା କାଳ ଚାଷୀମାନେ ଲ୍ୟାମ୍ପ୍‌ସ ଆଗରେ ଜଗି ରହିଥିଲେ। ଏ ସମ୍ପର୍କରେ ଲ୍ୟାମ୍ପ୍‌ସ ଅଧିକାରୀ ଆର୍ତ୍ତତ୍ରାଣ ସାହୁଙ୍କୁ ପଚାରିବାରୁ ଧାନ କ୍ରୟ ପାଇଁ ଚେଷ୍ଟା ଜାରି ରହିଥିବା ବେଳେ ମିଲରଙ୍କ ସହ ଆଲୋଚନା କରାଯାଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri