ପୋଲ ନିର୍ମାଣ ବେଳେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ବାରିପଦା ଅଫିସ,୨୮ା୧: ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ ଉରା-ଚନ୍ଦାବିଲାଠାରେ ନିର୍ମାଣାଧିନ ପୋଲରେ କାର୍ଯ୍ୟରତ ଜଣେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ମୃତକ ହେଲେ ରାସଗୋବିନ୍ଦପୁର ଥାନା ଅଧୀନ ଧାନଶୋଳ ଗ୍ରାମର ଦୀପକ ସିଂ (୩୨)। ତାଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ଦାବିରେ ଉତ୍ତ୍ୟକ୍ତ ଲୋକେ ମୃତଦେହ ରଖି ହୋହଲ୍ଲା କରିବା ସହ ଆମ୍ବୁଲାନ୍ସକୁ ଫେରାଇ ଦେଇଥିଲେ। ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରା ନ ଯିବାରୁ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ କରି ଲୋକେ ଠିକା ସଂସ୍ଥାର ସୁପରଭାଇଜର ଚିତ୍ତରଞ୍ଜନ ପାଣିଗ୍ରାହୀଙ୍କୁ ମାଡ଼ମାରି ଆହତ କାରିଥିତ୍ବା ସୂଚନା ମିଳିଛି। ଖବରପାଇ ବେତନଟୀ ଏସ୍‌ଡିପିଓ ଲଳିତ କୁମାର ପଟ୍ଟନାୟକ ଓ ଥାନାଧିକାରୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।
ସୂଚନା ଅନୁଯାୟୀ, ବାରିପଦା-ପ୍ରତାପପୁର-ବଡ଼ସାହି-ମାଣତ୍ରୀକୁ ସଂଯୋଗ କରୁଥିବା ରାସ୍ତାର ଉରା ନାଳ ଉପରେ ପୂର୍ତ୍ତବିଭାଗ ପକ୍ଷରୁ ୧୧କୋଟି ୪୮ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଦୁଇ ବର୍ଷ ଧରି ପୋଲ କାର୍ଯ୍ୟ ଚାଲିଆସୁଛି। ପିଲର କାମ ଚାଲୁଥିବା ଗୁରୁବାର ସକାଳେ ବେଳେ ମାଟି ଅତଡ଼ା ଖସିବାରୁ ଦୀପକ ଉକ୍ତ ପିଲର ମଧ୍ୟରେ ଚାପି ହୋଇଯାଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କୁ ଉଦ୍ଧାର କରିବାକୁ ଯାଇ ଅନ୍ୟ ଜଣେ ଶ୍ରମିକ ଶତୃଘ୍ନ ମଳିକ ମଧ୍ୟ ଆହତ ହୋଇଥିଲେ। ତେବେ ନିର୍ମାଣ କାର୍ଯ୍ୟରେ ଶ୍ରମିକମାନଙ୍କ ସୁରକ୍ଷା ପାଇଁ ଠିକା ସଂସ୍ଥା ପକ୍ଷରୁ କୌଣସି ବ୍ୟବସ୍ଥା କରାଯାଇ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା । ନିର୍ମାଣ କାର୍ଯ୍ୟ ଦାୟିତ୍ୱରେ ଥିବା ସୁପରଭାଇଜରଙ୍କୁ ଉତ୍ତ୍ୟକ୍ତ ଶ୍ରମିକ ଓ ସ୍ଥାନୀୟ ଲୋକେ ମାଡ଼ମାରି ଥିଲେ। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ମୃତଦେହ ରଖି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏ ନେଇ ବେତନଟୀ ଥାନାରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ଜମିରେ କୀଟନାଶକ ସିଞ୍ଚନ କରି ଶୋଇ ଆଉ ଉଠିଲେନି କୃଷିଶ୍ରମିକ, ତାପରେ….

ଗଜପତି,୪।୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ତାଟିପାଟି ଗ୍ରାମରେ ଅଭାବନୀୟ ଘଟଣା । ଜଣେ କୃଷିଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri