ବାରିପଦା ଅଫିସ,୨୮ା୧: ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ ଉରା-ଚନ୍ଦାବିଲାଠାରେ ନିର୍ମାଣାଧିନ ପୋଲରେ କାର୍ଯ୍ୟରତ ଜଣେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ମୃତକ ହେଲେ ରାସଗୋବିନ୍ଦପୁର ଥାନା ଅଧୀନ ଧାନଶୋଳ ଗ୍ରାମର ଦୀପକ ସିଂ (୩୨)। ତାଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ଦାବିରେ ଉତ୍ତ୍ୟକ୍ତ ଲୋକେ ମୃତଦେହ ରଖି ହୋହଲ୍ଲା କରିବା ସହ ଆମ୍ବୁଲାନ୍ସକୁ ଫେରାଇ ଦେଇଥିଲେ। ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରା ନ ଯିବାରୁ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ କରି ଲୋକେ ଠିକା ସଂସ୍ଥାର ସୁପରଭାଇଜର ଚିତ୍ତରଞ୍ଜନ ପାଣିଗ୍ରାହୀଙ୍କୁ ମାଡ଼ମାରି ଆହତ କାରିଥିତ୍ବା ସୂଚନା ମିଳିଛି। ଖବରପାଇ ବେତନଟୀ ଏସ୍ଡିପିଓ ଲଳିତ କୁମାର ପଟ୍ଟନାୟକ ଓ ଥାନାଧିକାରୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।
ସୂଚନା ଅନୁଯାୟୀ, ବାରିପଦା-ପ୍ରତାପପୁର-ବଡ଼ସାହି-ମାଣତ୍ରୀକୁ ସଂଯୋଗ କରୁଥିବା ରାସ୍ତାର ଉରା ନାଳ ଉପରେ ପୂର୍ତ୍ତବିଭାଗ ପକ୍ଷରୁ ୧୧କୋଟି ୪୮ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଦୁଇ ବର୍ଷ ଧରି ପୋଲ କାର୍ଯ୍ୟ ଚାଲିଆସୁଛି। ପିଲର କାମ ଚାଲୁଥିବା ଗୁରୁବାର ସକାଳେ ବେଳେ ମାଟି ଅତଡ଼ା ଖସିବାରୁ ଦୀପକ ଉକ୍ତ ପିଲର ମଧ୍ୟରେ ଚାପି ହୋଇଯାଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କୁ ଉଦ୍ଧାର କରିବାକୁ ଯାଇ ଅନ୍ୟ ଜଣେ ଶ୍ରମିକ ଶତୃଘ୍ନ ମଳିକ ମଧ୍ୟ ଆହତ ହୋଇଥିଲେ। ତେବେ ନିର୍ମାଣ କାର୍ଯ୍ୟରେ ଶ୍ରମିକମାନଙ୍କ ସୁରକ୍ଷା ପାଇଁ ଠିକା ସଂସ୍ଥା ପକ୍ଷରୁ କୌଣସି ବ୍ୟବସ୍ଥା କରାଯାଇ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା । ନିର୍ମାଣ କାର୍ଯ୍ୟ ଦାୟିତ୍ୱରେ ଥିବା ସୁପରଭାଇଜରଙ୍କୁ ଉତ୍ତ୍ୟକ୍ତ ଶ୍ରମିକ ଓ ସ୍ଥାନୀୟ ଲୋକେ ମାଡ଼ମାରି ଥିଲେ। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ମୃତଦେହ ରଖି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏ ନେଇ ବେତନଟୀ ଥାନାରେ ଏକ ମାମଲା ରୁଜୁ ହୋଇଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ
ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…
ଗଣ୍ଡ ସମାଜର ନୂଆଁଖାଇ ଭେଟ୍ଘାଟ୍, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ
କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍ଘାଟ୍ କାର୍ଯ୍ୟକ୍ରମ…
ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ
ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…
‘କୃଷି, ଏକତା ଅଘରିଆଙ୍କ ଶକ୍ତି’
ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍ଘାଟ୍ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…
କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…
ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…
ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…
ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ
ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…
ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍ଘାତ, ଚାଲିଗଲା ବିଭୂତିଙ୍କ ଜୀବନ
କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

