ବମ୍ପର ନିଯୁକ୍ତି ସୁଯୋଗ: ସରକାରୀ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କଲା OSSSC

ଭୁବନେଶ୍ୱର,୧ା୧: ଯଦି ସରକାରୀ ବିଦ୍ୟାଳୟରେ ଶିକ୍ଷକ ହେବାର ସ୍ବପ୍ନ ଦେଖୁଛନ୍ତି ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଓଡ଼ିଶା ସବ-ଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ବିଭିନ୍ନ ବର୍ଗରେ ଶିକ୍ଷକ ନିଯୁକ୍ତି କରିବା ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି।

OSSSC ଜାରି କରିଥିବା ବିଜ୍ଞପ୍ତି ଅନୁଯାୟୀ ଶାରୀରିକ ଶିକ୍ଷା ଶିକ୍ଷକ (ପିଇଟି), ତାଲିମ ସ୍ନାତକ ଶିକ୍ଷକ (ଟିଜିଟି) ଏବଂ ସଂସ୍କୃତ ଶିକ୍ଷକ ସାମିଲ ରହିଛି। ଏଥିପାଇଁ ଆବେଦନ ପ୍ରକ୍ରିୟା ବର୍ତ୍ତମାନ ଜାରି ରହିଛି ଏବଂ ଆପଣଙ୍କର ଆବେଦନ ଦାଖଲ କରିବାର ଶେଷ ତାରିଖ ହେଉଛି ଜାନୁୟାରୀ ୩୧, ୨୦୨୫।

ଖାଲିଥିବା ମୋଟ ପଦବୀ ସଂଖ୍ୟା: ୨୬୭

ପିଇଟି- ୧୦୫ ପଦବୀ
ସଂସ୍କୃତ ଶିକ୍ଷକ-୭୧ ପଦବୀ
ଟିଜିଟି ଶିକ୍ଷକ-ବିଜ୍ଞାନ(ସିବିଜେଡ)୩୩ ପଦବୀ
ଟିଜିଟି ଶିକ୍ଷକ -ବିଜ୍ଞାନ(ପିସିଏମ) ୨୯ ପଦବୀ
ଟିଜିଟି-କଳା: ୨୯ ପଦବୀ

ବୟସ: ଆଶାୟୀଙ୍କ ବୟସ ୧ ଜାନୁଆରୀ ୨୦୨୫ ସୁଦ୍ଧା ୨୧ ବର୍ଷରୁ କମ୍ କିମ୍ବା ୩୮ ବର୍ଷରୁ ଅଧିକ ହୋଇ ନ ଥିବ।

ଶିକ୍ଷାଗତ ଯୋଗ୍ୟତା: ଏହି ପଦବୀ ପାଇଁ ଆବେଦନ କରିବାକୁ ହେଲେ ଆଶାୟୀ ଯୁକ୍ତ ଦୁଇ ପାସ କରିବା ସହିତ ସମ୍ପର୍କିତ ବିଷୟରେ ଡିଗ୍ରୀ କରିଥିବେ।

ଦରମା: ଟିଜିଟି ପଦବୀ ପାଇଁ ପ୍ରାର୍ଥୀଙ୍କ ଦରମା ସ୍କେଲ୍ ୩୫,୪୦୦ – ୧,୧୨,୪୦୦ ଟଙ୍କା ହେବ। ତେବେ ପିଇଟି ପଦ ପାଇଁ ଏହା ୨୩,୬୦୦ ଟଙ୍କା – ୭୪,୮୦୦ ଟଙ୍କା।

ଚୟନ ପ୍ରକ୍ରିୟା:
ଲିଖିତ ପରୀକ୍ଷା।
ସାକ୍ଷାତକାର।
ଡକ୍ୟୁମେଣ୍ଟ୍ ଯାଞ୍ଚ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri