ରୋମାଞ୍ଚ ଭରିବ ‘ରାହାଗିରି’

ଅନୁଗୋଳ ଅଫିସ, ୭ା୫ ଦୀର୍ଘ ୬ ବର୍ଷ ପରେ ଅନୁଗୋଳ ରାସ୍ତାକୁ ଫେରିଛି ରାହାଗିରି। ପୁଣି ନାଚଗୀତରେ ମସ୍‌ଗୁଲ ହେବେ ସହରବାସୀ। ଆସନ୍ତା ରବିବାର ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିର ରାସ୍ତାରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥିଲାଗି ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ଏଭଳି ନିଆରା ମନୋରଞ୍ଜନଭିତ୍ତିକ କାର୍ଯ୍ୟକ୍ରମରେ ସାମିଲ ହେବାକୁ ଯୁବଗୋଷ୍ଠୀଙ୍କ ମଧ୍ୟରେ ନାହିଁ ନ ଥିବା ଉତ୍କଣ୍ଠା ପ୍ରକାଶ ପାଇଛି।
ବ୍ୟସ୍ତବହୁଳ ସହରୀ ମଣିଷଙ୍କୁ ମନୋରଞ୍ଜନ କାର୍ଯ୍ୟକ୍ରମ ମାଧ୍ୟମରେ ମାନସିକ ଚାପ କମାଇବା ଉଦ୍ଦେଶ୍ୟରେ ୬ବର୍ଷ ତଳେ ଅନୁଗୋଳରେ ଆୟୋଜନ କରାଯାଇଥିବା ‘ରାହାଗିରି’କୁ ମିଳିଥିଲା ବିପୁଳ ଜନସମର୍ଥନ। ଖୋଲା ଆକାଶ ତଳେ ଯୋଗ, ପ୍ରାଣାୟମ ସମେତ ଦୁଃସାହସିକ କ୍ରୀଡ଼ା କୌଶଳ ପ୍ରଦର୍ଶନରୁ ରୋମାଞ୍ଚକର ଅନୁଭୂତି ସାଉଁଟିଥିଲେ ସ୍ଥାନୀୟ ବାସିନ୍ଦା। ତେବେ ବିଭିନ୍ନ କାରଣରୁ ଏହା ବନ୍ଦ ହୋଇଯାଇଥିଲା। ଏହାକୁ ପୁନର୍ବାର ଆରମ୍ଭ କରିବାକୁ ଯୋଜନା କରାଯାଉଥିବାବେଳେ କରୋନା ସଂକ୍ରମଣ ଏଥିରେ ସାଧିଥିଲା ଦାଉ। ତେବେ ପ୍ରଶାସନ ସହାୟତାରେ ‘ରାହାଗିରି’ ଫେରୁଥିବାରୁ ଏହାକୁ ସବୁ ମହଲରେ ସ୍ବାଗତ କରାଯାଇଛି। ଏଭଳି କି ସୋସିଆଲ ମିଡିଆରେ କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରଚାର ଆରମ୍ଭ କରିଦେଇଛନ୍ତି ସ୍ଥାନୀୟ ବାସିନ୍ଦା। ଦର୍ଶକଙ୍କୁ ମତୁଆଲା କରିବାକୁ ଓଲିଉଡ କଣ୍ଠଶିଳ୍ପୀ କୁଲଦୀପ ପଟ୍ଟନାୟକ ଆସୁଥିବାରୁ ଏହାକୁ ନେଇ ଉତ୍କଣ୍ଠା ବଢ଼ିଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଜଗନ୍ନାଥ ମନ୍ଦିର ରାସ୍ତାରୁ ବିଇଡି ଛକ ପର୍ଯ୍ୟନ୍ତ ରାସ୍ତାରେ ୩ ଘଣ୍ଟା ଧରି ରାହାଗିରି ଆୟୋଜନ ହେବ। ଯୋଗ, ପ୍ରାଣାୟମ, ମ୍ୟାଜିକ୍‌, ପ୍ରଦର୍ଶନୀ, ସାଇକେଲିଂ ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ସାଜିବ ପ୍ରମୁଖ ଆକର୍ଷଣ। ଲୋକଙ୍କ ଉତ୍ସାହ ଓ ଉନ୍ମାଦନା ଦେଖି ପୁଣି ରାହାଗିରି କାର୍ଯ୍ୟକ୍ରମକୁ ଅବ୍ୟାହତ ରଖାଯିବ ବୋଲି ପ୍ରଶାସନିକ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri