ରୋମାଞ୍ଚ ଭରିବ ‘ରାହାଗିରି’

ଅନୁଗୋଳ ଅଫିସ, ୭ା୫ ଦୀର୍ଘ ୬ ବର୍ଷ ପରେ ଅନୁଗୋଳ ରାସ୍ତାକୁ ଫେରିଛି ରାହାଗିରି। ପୁଣି ନାଚଗୀତରେ ମସ୍‌ଗୁଲ ହେବେ ସହରବାସୀ। ଆସନ୍ତା ରବିବାର ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିର ରାସ୍ତାରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥିଲାଗି ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ଏଭଳି ନିଆରା ମନୋରଞ୍ଜନଭିତ୍ତିକ କାର୍ଯ୍ୟକ୍ରମରେ ସାମିଲ ହେବାକୁ ଯୁବଗୋଷ୍ଠୀଙ୍କ ମଧ୍ୟରେ ନାହିଁ ନ ଥିବା ଉତ୍କଣ୍ଠା ପ୍ରକାଶ ପାଇଛି।
ବ୍ୟସ୍ତବହୁଳ ସହରୀ ମଣିଷଙ୍କୁ ମନୋରଞ୍ଜନ କାର୍ଯ୍ୟକ୍ରମ ମାଧ୍ୟମରେ ମାନସିକ ଚାପ କମାଇବା ଉଦ୍ଦେଶ୍ୟରେ ୬ବର୍ଷ ତଳେ ଅନୁଗୋଳରେ ଆୟୋଜନ କରାଯାଇଥିବା ‘ରାହାଗିରି’କୁ ମିଳିଥିଲା ବିପୁଳ ଜନସମର୍ଥନ। ଖୋଲା ଆକାଶ ତଳେ ଯୋଗ, ପ୍ରାଣାୟମ ସମେତ ଦୁଃସାହସିକ କ୍ରୀଡ଼ା କୌଶଳ ପ୍ରଦର୍ଶନରୁ ରୋମାଞ୍ଚକର ଅନୁଭୂତି ସାଉଁଟିଥିଲେ ସ୍ଥାନୀୟ ବାସିନ୍ଦା। ତେବେ ବିଭିନ୍ନ କାରଣରୁ ଏହା ବନ୍ଦ ହୋଇଯାଇଥିଲା। ଏହାକୁ ପୁନର୍ବାର ଆରମ୍ଭ କରିବାକୁ ଯୋଜନା କରାଯାଉଥିବାବେଳେ କରୋନା ସଂକ୍ରମଣ ଏଥିରେ ସାଧିଥିଲା ଦାଉ। ତେବେ ପ୍ରଶାସନ ସହାୟତାରେ ‘ରାହାଗିରି’ ଫେରୁଥିବାରୁ ଏହାକୁ ସବୁ ମହଲରେ ସ୍ବାଗତ କରାଯାଇଛି। ଏଭଳି କି ସୋସିଆଲ ମିଡିଆରେ କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରଚାର ଆରମ୍ଭ କରିଦେଇଛନ୍ତି ସ୍ଥାନୀୟ ବାସିନ୍ଦା। ଦର୍ଶକଙ୍କୁ ମତୁଆଲା କରିବାକୁ ଓଲିଉଡ କଣ୍ଠଶିଳ୍ପୀ କୁଲଦୀପ ପଟ୍ଟନାୟକ ଆସୁଥିବାରୁ ଏହାକୁ ନେଇ ଉତ୍କଣ୍ଠା ବଢ଼ିଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଜଗନ୍ନାଥ ମନ୍ଦିର ରାସ୍ତାରୁ ବିଇଡି ଛକ ପର୍ଯ୍ୟନ୍ତ ରାସ୍ତାରେ ୩ ଘଣ୍ଟା ଧରି ରାହାଗିରି ଆୟୋଜନ ହେବ। ଯୋଗ, ପ୍ରାଣାୟମ, ମ୍ୟାଜିକ୍‌, ପ୍ରଦର୍ଶନୀ, ସାଇକେଲିଂ ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ସାଜିବ ପ୍ରମୁଖ ଆକର୍ଷଣ। ଲୋକଙ୍କ ଉତ୍ସାହ ଓ ଉନ୍ମାଦନା ଦେଖି ପୁଣି ରାହାଗିରି କାର୍ଯ୍ୟକ୍ରମକୁ ଅବ୍ୟାହତ ରଖାଯିବ ବୋଲି ପ୍ରଶାସନିକ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁର ବସ୍‌ ଦୁର୍ଘଟଣାର କାରଣ ଜଣାପଡିଲା: ଏମିତି ହୋଇଥିଲା ଦୁର୍ଘଟଣା

ଭୁବନେଶ୍ୱର,୧୫ା୪: ଯାଜପୁର ଜିଲା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥର ବାରବାଟୀ ଛକ ନିକଟ ଓଭରବ୍ରିଜ୍‌ରୁ ‘କାଳିଆନନା’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌...

ମରୀଚି କୁଣ୍ଡ ପାଣି ନିଲାମ: ଏତିକି ଟଙ୍କା ଦେଇ ପ୍ରଥମ ଗରାପାଣି କିଣିଲେ ଏହି ମହିଳା

ପୁରୁଣା ଭୁବନେଶ୍ୱର,୧୬ା୪(ସୁବାସ ଚନ୍ଦ୍ର ପ୍ରଧାନ):ରୁକୁଣା ରଥ ପ୍ରତିଷ୍ଠା ପାଇଁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ପାଣି ଆସିଥିଲା। ସୋମବାର ବିଳମ୍ବିତ ରାତିରେ ଏହି...

ସିଝୁଛି ସାରା ଓଡ଼ିଶା: ସକାଳ ୮ ସୁଦ୍ଧା ତାପମାତ୍ରା ୩୪ ପାର୍‌

ଭୁବନେଶ୍ୱର,୧୬।୪(ଅସମାପିକା ସାହୁ): ଦିନକୁ ଦିନ ବଢ଼ିବାରେ ଲାଗିଛି ତାପମାତ୍ରା। ଗରମ ସହ ଗୁଳୁଗୁଳିରେ ଲୋକେ ଛଟପଟ ହେଉଥିବାବେଳେ ସିଝୁଛି ସାରା ଓଡ଼ିଶା। ସକାଳ ୮ଟା ପରେ...

ପ୍ରାର୍ଥୀଙ୍କୁ ଅଡୁଆ ପ୍ରଚଣ୍ଡ ଖରା

ଭୁବନେଶ୍ୱର, ୧୬।୪(ସୁନିତ୍‌ ମିଶ୍ର):ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାସେରୁ କମ୍‌ ସମୟ ରହିଲା। ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ପ୍ରାୟ...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଫଳତା ସମସ୍ତେ ଜାଣିଛନ୍ତି: ବିଜେଡି

ଭୁବନେଶ୍ୱର,୧୬ା୪(ଅନିଲ ଦାସ):କେନ୍ଦ୍ରମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଫଳତାକୁ ସମସ୍ତେ ଜାଣିଛନ୍ତି। ଢେଙ୍କାନାଳ, ଅନୁଗୋଳ ଓ ଦେବଗଡ଼ ଜିଲାରେ ସେ ଗୋଟିଏ ଜାତୀୟ ଦକ୍ଷତା ବିକାଶ କେନ୍ଦ୍ର...

ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ପୁରୁଣା ଭୁବନେଶ୍ୱର,୧୬ା୪(ସୁବାସ ଚନ୍ଦ୍ର ପ୍ରଧାନ):ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସୋମବାର...

ଏହି କାରଣରୁ ଅଟକିଛି ଭାଜପା ପ୍ରାର୍ଥୀ ଘୋଷଣା

ପାଟଣା,୧୬ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ବିଧାୟକ ଜଗନ୍ନାଥ ନାଏକଙ୍କୁ ବିଜେଡି ପ୍ରାର୍ଥୀ କରିଛି। କଂଗ୍ରେସ ରବିବାର ଏଠାରୁ ୫ଥର ପ୍ରତିନିଧିତ୍ୱ...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri