ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦାବି

କୋକସରା,୨୫ା୧(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀ ଚୟନରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। କଳାହାଣ୍ଡି ଜିଲା କୋକସରା ମଣ୍ଡଳ ଭାରତୀୟ ଜନତା ପାର୍ଟି ପକ୍ଷରୁ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ସଭାପତି ଦୁର୍ଗା ପ୍ରସାଦ ପ୍ରଧାନୀଙ୍କ ନେତୃତ୍ୱରେ କୋକସରା ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରାଯାଇଛି। ଅଯୋଗ୍ୟ ହିତାଧିକାରୀଙ୍କୁ ଆବାସ ଯୋଜନାରୁ ବାଦ୍‌ ଦେଇ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ କୋକସରା ବିଡିଓ ଉତ୍ତମ କୁମାର ବାଗ୍‌ଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରାଯାଇଛି। ଏହି ଦାବିପତ୍ର ପ୍ରଦାନ ସମୟରେ ଜିଲା ସମ୍ପାଦକ ଗୋଦାବରୀଶ ପାତ୍ର, କୋକସରା ବ୍ଲକ ଏମ୍‌ପି ପ୍ରତିନିଧି ସୁଧୀର କୁମାର ପାତ୍ର, ମଣ୍ଡଳ ପ୍ରଭାରୀ ଗରୁଡ଼ ଧ୍ୱଜ ମାଝି, ଉପ ସଭାପତି ମୁକୁନ୍ଦ ପଟ୍ଟନାୟକ, ରଜନୀକାନ୍ତ ପଣ୍ଡା, ଗୋପାଳ ଅଗ୍ରଓ୍ବାଲ, ନୀଳକଣ୍ଠ ମାଝି, ଗୋପୀଚାନ୍ଦ ନାଏକ, ଆମପାଣି ମଣ୍ଡଳ ସଭାପତି ଅର୍ଜୁନ ଭାଟି, ସମ୍ପାଦକ ମଧୁବନ ପାତ୍ର, ଧର୍ମାନନ୍ଦ ନେଗି ଓ ଭାଜପାର ଅନେକ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri