କଟକରେ ଅରୁନ୍ଧତୀ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟଲେଟ: ଉଦଘାଟନ କରିବେ ରବିନା ଟଣ୍ଡନ, ଅର୍ଚ୍ଚିତା

ଭୁବନେଶ୍ୱର,୬।୫( (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅରୁନ୍ଧତୀ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟଲେଟ କଟକର କ୍ୟାଣ୍ଟନମେଣ୍ଟ ଛକଠାରେ ଖୋଲିବାକୁ ଯାଉଛି। ଏପରିକି ଆଜି (ସୋମବାର) ଅରୁନ୍ଧତୀ ଜୁଏଲର୍ସର ନୂତନ ଶୋ’ରୁମକୁ ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନ ଏବଂ ଓଲିଉଡ ଅଭିନେତ୍ରୀ ତଥା ଅରୁନ୍ଧତୀ ଜୁଏଲର୍ସର ବ୍ରାଣ୍ଡ୍‌ ଆମ୍ବାସାଡର ଅର୍ଚ୍ଚିତା ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିବେ ବୋଲି ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।

ଏହି ପରିପ୍ରେକ୍ଷୀରେ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ରବିବାର ଏକ ଖବରଦାତା ସମ୍ମିଳନୀ କଟକର ପ୍ରମୋଦ ରିସୋର୍ଟଠାରେ ଆୟୋଜନ କରାଯାଇଥିଲା। ଉକ୍ତ ସମ୍ମିଳନୀରେ ଯୋଗ ଦେଇ ଅରୁନ୍ଧତୀ ଜୁଏଲର୍ସର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଥିଲେ, କଟକରେ ଏହା ଆମର ପ୍ରଥମ ଓ ରାଜ୍ୟର ୮ମ ଅଳଙ୍କାର ପ୍ରତିଷ୍ଠାନ ( ୮ମ ଫ୍ଲାଗଶିପ ଶୋ’ରୁମ)ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରି ବେଶ ଉତ୍ସାହିତ ଅଛୁ। ଏପରିକି ଦୀର୍ଘ ୨୪ ବର୍ଷ ହେବ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧା, ଆଶୀର୍ବାଦ ଓ ଅରୁନ୍ଧତୀ ଜୁଏଲର୍ସ ଉପରେ ଥିବା ପ୍ରଗାଢ ବିଶ୍ୱାସକୁ ପାଥେୟ କରି ଆମେ ଆଗକୁ ଆଗକୁ ବଢି ଚାଲିଛୁ।

ଉଲ୍ଲେଖଯୋଗ୍ୟ, ୭୦୦୦ବର୍ଗଫୁଟ ସ୍ଥାନରେ ଗଢି ଉଠିଥିବା ଏହି ନୂତନ ଶୋ’ରୁମରେ ଗ୍ରାହକମାନେ ୧୦,୦୦୦ରୁ ଅଧିକ ଡିଜାଇନ ଓ ସମ୍ପୂର୍ଣ୍ଣ ହଲମାର୍କଯୁକ୍ତ ସୁନା ଗହଣା, ହୀରା ଗହଣା ସାଙ୍ଗକୁ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ରୁପାର ଗହଣା ଓ କଳାକୃତିର ବ୍ୟାପକ ସମ୍ଭାର ଉପଲବ୍ଧ।

ସେହିଭଳି ଉକ୍ତ ସମ୍ମିଳନୀରେ ଅରୁନ୍ଧତୀ ଜୁଏଲର୍ସର ନିର୍ଦ୍ଦେଶକ ଅଚ୍ୟୁତାନନ୍ଦ ମେହେରଙ୍କ ସମେତ ଅରୁନ୍ଧତୀ ଜୁଏଲର୍ସର ଅପରେଶନ ହେଡ ନୀହାର ରଞ୍ଜନ ନନ୍ଦ,ଜୋନାଲ ମ୍ୟାନେଜର ନିରଞ୍ଜନ ବେହେରା, ଶାଖା ପରିଚାଳକ ତାଜଉଦ୍ଦିନ ଅହମ୍ମଦ ଖାନ୍‌ ଏବଂ ମ୍ୟାନେଜର ସେଲସ ବାବିସ୍ଥାନ ସେନାପତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri