ଗ୍ରୀନ୍‌ ଚିଲିଜ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୮।୧୨ (ଅଭୟ ଦାଶ):ରାଜ୍ୟର ଅଗ୍ରଣୀ ଫୁଡ୍‌ ପ୍ଲାଟ୍‌ଫର୍ମ ‘ଗ୍ରୀନ୍‌ ଚିଲିଜ’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶୁକ୍ରବାର ବ୍ରହ୍ମପୁରର ରୁକ୍ମିଣୀ ସିନେମା ହଲ୍‌ ରୋଡ୍‌ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ବ୍ରହ୍ମପୁର ବିଧାୟକ କେ. ଅନୀଲ କୁମାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ‘ଗ୍ରୀନ୍‌ ଚିଲିଜ କାଫେ ଆଣ୍ଡ କ୍ୟାଟରିଂ’ର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନସାମନ୍ତରାୟ, ଗ୍ରୀନ୍‌ ଚିଲିଜ୍‌ର ପ୍ରତିଷ୍ଠାତା ଏମ୍‌.କେଶବ ରାଓ, ଏମ୍‌. ଜୟପ୍ରସାଦ ରାଓଙ୍କ ସମେତ ବ୍ରହ୍ମପୁର ଡେପୁଟି ମେୟର ଇଂ. ବିବେକ ରେଡ୍ଡୀ, ଅର୍ବାନ ବ୍ୟାଙ୍କ ସଭାପତି ଆର.ମୁରଲୀ ମୋହନ, କର୍ପୋରେଟର ଟି. କିଶୋର, ବିଧାୟକ ପ୍ରତିନିଧି ଅଶୋକ କୁମାର ଶୁକ୍ଳା, ସାମାଜିକ କର୍ମୀ ଟି. ଗୋପୀ, ଦୁର୍ଗା ପଣ୍ଡା,ଅଜୟ ମହାରଣା, ସନ୍ତୋଷ ପାଣିଗ୍ରାହୀ ଓ ଦିନେଶ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ଗ୍ରୀନ୍‌ ଚିଲିଜର ନିର୍ଦ୍ଦେଶକ ଏମ୍‌.ତେଜେଶ୍ୱର ରାଓ କହିଛନ୍ତି, ବ୍ରହ୍ମପୁର ସହରରେ ଆମେ ଆମର ପ୍ରଥମ ରେଷ୍ଟୁରାଣ୍ଟ ଆଣ୍ଡ କାଫେକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏଠାରେ ଚାଇନିଜ୍‌, ତନ୍ଦୁରି, ବିରିଆନି ଓ ବାମ୍‌ୱୋ ଚିକେନର ବିଭିନ୍ନ ଭେରାଇଟିର ଖାଦ୍ୟ ସହ ଗୁଣାତ୍ମକ ଓ ଉନ୍ନତମାନର ପରିବେଶରେ ଗ୍ରାହକଙ୍କୁ ସୁସ୍ବାଦ୍ଧ ଖାଦ୍ୟ ପସରା ଯୋଗାଇଦେବା ପାଇଁ ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତି ଅଛୁ। ଅପରପକ୍ଷରେ ଏଠାରେ ପ୍ରଦାନ କରାଯାଉଥିବା ଖାଦ୍ୟ ସହ ସେବା ସଭିଙ୍କୁ ସୁହାଇଲା ଭଳି ଏବଂ ସୁଲଭ ଦର ରଖାଯାଇଛି ବୋଲି ସେ ମତବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri