ପି ସି ଚନ୍ଦ୍ରା ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟ୍‌ଲେଟ

ଭୁବନେଶ୍ୱର,୩।୧୦ (ଅଭୟ ଦାଶ): ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ପି ସି ଚନ୍ଦ୍ରା ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟଲେଟ ମୁମ୍ବାଇର ଭାସି ସେକ୍ଟର-୧୭ଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପି ସି ଚନ୍ଦ୍ରା ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ଉଦୟ କୁମାର ଚନ୍ଦ୍ରା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପି ସି ଚନ୍ଦ୍ରା ଜୁଏଲର୍ସର ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ପ୍ରଶାନ୍ତୋ ଚନ୍ଦ୍ରା ଏବଂ ଶୁଭ୍ର ଚନ୍ଦ୍ରାଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବିଶେଷ କରି ଏହି ଅତ୍ୟାଧୁନିକ ନୂତନ ଶୋ’ରୁମ୍‌ ଜରିଆରେ ଉଭୟ ମୁମ୍ବାଇ ଓ ମହାରାଷ୍ଟ୍ରର ଗ୍ରାହକଙ୍କ ସମେତ ଅନ୍ୟମାନଙ୍କ ପାଇଁ ମଧ୍ୟ ପି ସି ଚନ୍ଦ୍ରାର ପ୍ରମୁଖ ଅଳଙ୍କାର ଡିଜାଇନ ଓ କଲେକ୍ସନ ଉପଲବ୍ଧ। ଏପରିକି ସବୁ ବର୍ଗର ଗ୍ରାହକଙ୍କୁ ଗୁଣାତ୍ମକ ସାମଗ୍ରୀ (ଅଳଙ୍କାର) ଯୋଗାଇବା ସହିତ ସୁଲଭ ମୂଲ୍ୟରେ ବିଶୁଦ୍ଧ ସୁନା, ରୁପା, ହୀରା ଓ ଅନ୍ୟାନ୍ୟ ପ୍ରିମିୟମ ଏବଂ ଜେମଷ୍ଟୋନ ଗ୍ରାହକଙ୍କ ଚାହିଦା ଅନୁଯାୟୀ ଯୋଗାଇ ଦିଆଯିବ ବୋଲି ପି ସି ଚନ୍ଦ୍ରା ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ମୁମ୍ବାଇର ବାନ୍ଦ୍ରା ଓ୍ବେଷ୍ଟ ଟର୍ନର ରୋଡଠାରେ ପି ସି ଚନ୍ଦ୍ରା ଜୁଏଲର୍ସର ପ୍ରଥମ ଶୋ’ରୁମ ରହିଥିବାବେଳେ ମୁମ୍ବାଇରେ ଏହା ପି ସି ଚନ୍ଦ୍ରାର ୨ୟ ଶୋ’ ରୁମ୍‌ ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri