ପଟିଆରେ ଦି ମ୍ୟାନ୍‌ ଷ୍ଟୋରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୧।୧୦: ରାଜ୍ୟର ପ୍ରମୁଖ ପୋଷାକ ବ୍ୟବସାୟ ପ୍ରତିଷ୍ଠାନ ‘ଦି ମ୍ୟାନ୍‌ ଷ୍ଟୋର’ର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ଶୁକ୍ରବାର ସ୍ଥାନୀୟ ପଟିଆ ଛକ (କିଟ୍‌ ସ୍କୋୟାର)ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଦି ମ୍ୟାନ୍‌ ଷ୍ଟୋରର ପ୍ରତିଷ୍ଠାତା ଦୀପକ କୁମାର ଅଗ୍ରଓ୍ବାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ରାଣ୍ଡ୍‌ ସହ ପ୍ରତିଷ୍ଠାତା ବିନୋଦ ଅଗ୍ରଓ୍ବାଲ ଏବଂ ରାଜେଶ ଅଗ୍ରଓ୍ବାଲଙ୍କ ସମେତ ଷ୍ଟୋରର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। ବିଶେଷକରି ୧୨୦୦ ବର୍ଗ ଫୁଟ୍‌ ପରିମିତ ଜମିରେ ଗଢି ଉଠିଥିବା ଏହି ଅତ୍ୟାଧୁଡ଼ିକ ତଥା ମଲ୍ଟିବ୍ରାଣ୍ଡ ଗାର୍ମେଣ୍ଟସ ଷ୍ଟୋରରେ ସବୁବର୍ଗର ଗ୍ରାହକଙ୍କ ପାଇଁ ଆକର୍ଷଣୀୟ ଡିଜାଇନ ଓ ଷ୍ଟାଇଲର ପୋଷାକ ଉପଲବ୍ଧ ରହିଛି। ଏପରିକି ଗୋଟିଏ ଛାତ ତଳେ ସ୍ପାଇକର, ଲ ମ୍ୟାନ୍‌ ପିଜି ୩ ଇଣ୍ଟିଗ୍ରିଟି, ଲି କୁପର, ଜନ ପ୍ଲେୟାର, ୟୁଏସ୍‌ ପୋଲୋ, ଇଣ୍ଡିଆନ ତାରେନ, ଜେ ହାମ୍‌ଷ୍ଟେଡ୍‌, ମଣ୍ଟ ବ୍ୟାଙ୍କୋ ଭଳି ମଲ୍ଟି ବ୍ରାଣ୍ଡ୍‌ର ପୋଷାକ ମିଳୁଥିବାରୁ ଗ୍ରାହକ ନିଜର ମନପସନ୍ଦର ପୋଷାକ ଏଠାରୁ ପାଇପାରିବେ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି। ସେହିଭଳି ଚଳିତ ପାର୍ବଣ ପାଇଁ ବିଭିନ୍ନ ବ୍ରାଣ୍ଡ୍‌ର ପୋଷାକ ଉପରେ ଆକର୍ଷଣୀୟ ଅଫର ଓ ରିହାତି ସାଙ୍ଗକୁ ଅନେକ ସୁବିଧା ପ୍ରଦାନ କରାଯାଉଥିବା ଜଣାପଡ଼ିଛି। ଅପରପକ୍ଷରେ ଏଠାରେ ୧୮ରୁ ୫୦ବର୍ଷ ବୟସର ଗ୍ରାହକଙ୍କ ପାଇଁ ଡେନିମ ଶାର୍ଟ, ଟି-ଶର୍ଟ, ଟ୍ରାଉଜର, ବରମୁଣ୍ଡା ସର୍ଟ ଭଳି ପୋଷାକ ସୁଲଭ ମୂଲ୍ୟରେ ଉପଲବ୍ଧ ହେଉଛି ବୋଲି ଦୀପକ ଅଗ୍ରଓ୍ବାଲ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri