କଟକରେ ଟିଭିଏସ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୫।୮: ଦେଶର ପ୍ରମୁଖ ୨ ଚକିଆ ଯାନ ନିର୍ମାଣକାରୀ କମ୍ପାନୀ ଟିଭିଏସ୍‌ ମୋଟର କମ୍ପାନୀ ଲିମିଟେଡ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶୁକ୍ରବାର କଟକର ବାଦାମବାଡ଼ିଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଟିଭିଏସ୍‌ ମୋଟର କମ୍ପାନୀ ଲିମିଟେଡ୍‌ର ସ୍ବୀକୃତିପ୍ରାପ୍ତ ଡିଲରଲକ୍ଷ୍ମୀ ଟିଭିଏସ୍‌ ଆନୁକୂଲ୍ୟରେ କଟକର ବାଦମବାଡ଼ିଠାରେ ଉକ୍ତ ଶୋ’ରୁମ୍‌ର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଟିଭିଏସ୍‌ ମୋଟର କମ୍ପାନୀ ଲିମିଟେଡ୍‌ର ଏନ୍‌ଏସ୍‌ଏମ୍‌ ସେଲ୍‌ସ ଇଷ୍ଟ ଅଜୟ ଗୁପ୍ତା, ଏଏସ୍‌ଏମ୍‌ ଓଡ଼ିଶା ସୁଭୋଦୀପ ଗାଙ୍ଗୁଲି, ଏଏସ୍‌ଏମ୍‌ ଓଡ଼ିଶା ଆଶିଷ ଜୟସ୍ବାଲ ପ୍ରମୁଖ ସମ୍ବାତି ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଲକ୍ଷ୍ମୀ ଟିଭିଏସ୍‌ର ନିର୍ଦ୍ଦେଶକ ଅଜିତ କୁମାର ପଣ୍ଡା, ପୀୟୂଷ ବୁଦ୍ଧିଆଙ୍କ ସମେତ ଶୋ’ରୁମ୍‌ର ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଏଠାରେ ଟିଭିଏସ୍‌ ର ୧୦୦ ସିସିରୁ ୨୦୦ ସିସି ପାଓ୍ବାରର ବିଭିନ୍ନ ମଡେଲ ସହ ମୋପେଡ ଏକ୍ସଏଲ୍‌-୧୦୦, ସ୍କୁଟି ପେପ୍‌+, ଜୁପିଟର ଭିଗୋ, ଷ୍ଟାର ସ୍ପୋର୍ଟ, ଷ୍ଟାର ସିଟି, ଭିକ୍ଟର ଏବଂ ଆପୋଚେ ଭଳି ଗାଡି ଆକର୍ଷଣୀୟ ମୂଲ୍ୟ ଓ ସୁବିଧାରେ ଉପଲବ୍ଧ। ବିଶେଷକରି ଗାଡ଼ି ବିକ୍ରି ପରବର୍ତ୍ତୀ ସେବା ସହ ସରଳ ଓ ସୁବିଧା ଏବଂ ଫାଇନାନ୍ସ ଜରିଆରେ ଗ୍ରାହକମାନେ ଗାଡ଼ି କ୍ରୟ କରିପାରିବେ ବୋଲି ଲକ୍ଷ୍ମୀ ଟିଭିଏସ୍‌ର ନିର୍ଦ୍ଦେଶକ ଅଜିତ କୁମାର ପଣ୍ଡା ବିସ୍ତୃତ ଭାବେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri