ପୁରୀରେ ଖିମ୍‌ଜୀ ଜୁଏଲର୍ସର ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର,୨୫ା୨: ରାଜ୍ୟର ସର୍ବପୁରାତନ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସର ଏକ୍ସକ୍ଲୁସିଭ ଷ୍ଟୋର ଶୁକ୍ରବାର ପୁରୀ ସହରର ଭିଆଇପି ରୋଡ୍‌ସ୍ଥିତ ପୋଲିସ ଲାଇନଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଖିମ୍‌ଜୀ ଜୁଏଲର୍ସର ଅଧ୍ୟକ୍ଷ ଦିନେଶ ଖିମ୍‌ଜୀ, ପରିଚାଳନା ନିର୍ଦ୍ଦେଶକ କିଶୋର ଖିମ୍‌ଜୀ, ନିର୍ଦ୍ଦେଶକ ମିତେଶ ଖିମ୍‌ଜୀ ଏବଂ ସୁମିତ୍‌ ଖିମ୍‌ଜୀ ପ୍ରମୁଖ ଉପସ୍ଥିତ ଥିଲେ। ବିଶେଷକରି ୫୦୦୦ବର୍ଗ ଫୁଟ ପରିମିତ ସ୍ଥାନରେ ଗଢ଼ି ଉଠିଥିବା ଏହି ଅତ୍ୟାଧୁନିକ ଆଉଟ୍‌ଲେଟ୍‌ରେ ସୁନ୍ଦର ଓ ମନଲୋଭା ଅଳଙ୍କାରର ବ୍ୟାପକ ସମ୍ଭାର ଉପଲବ୍ଧ। ଏପରିକି ପୁରୀ ସହରର ଅଳଙ୍କାରପ୍ରେମୀମାନେ ବର୍ତ୍ତମାନ ଏକ ନୂଆ ଶପିଂ ଡେଷ୍ଟିନେଶନ ପାଇପାରିବେ। ଏହି ପରିପ୍ରେକ୍ଷୀରେ ଖିମ୍‌ଜୀ ପକ୍ଷରୁ ଏକ ସ୍ବତନ୍ତ୍ର ଉଦ୍‌ଘାଟନୀ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ୩୦,୦୦୦ଟଙ୍କାର ସୁନା ଅଳଙ୍କାର କ୍ରୟରେ ଗ୍ରାହକଙ୍କୁ ଗୋଟିଏ ମାଗଣା ସୁନାମୁଦ୍ରା ଏବଂ ୩୦,୦୦୦ ଟଙ୍କାର ହୀରା ଗହଣାର କ୍ରୟ ଉପରେ ଗ୍ରାହକଙ୍କୁ ୨ଟି ମାଗଣା ସୁନାମୁଦ୍ରା ଉପହାର ସ୍ବରୂପ ମିଳିବ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି। ଏହାବ୍ୟତୀତ ଗ୍ରାହକଙ୍କୁ ପୁରୁଣା ସୁନାଗହଣା ବଦଳର ବ୍ୟାପକ ସୁଯୋଗ ଦିଆଯାଉଛି। ଏ ସମ୍ପର୍କରେ ଖିମ୍‌ଜୀ ଜୁଏଲର୍ସର ନିର୍ଦ୍ଦେଶକ ମିତେଶ ଖିମ୍‌ଜୀ କହିଛନ୍ତି, ପୁରୀରେ ପ୍ରଥମ ଶୋ’ରୁମ୍‌ ଖୋଲି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ସମଗ୍ର ପୁରୀବାସୀ ଓ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସେବା କରି ଆମେ ଅତ୍ୟନ୍ତ ଆନନ୍ଦିତ। କାରଣ ଆମେ ପ୍ରଭୁ ଜଗନ୍ନାଥଙ୍କ ଅଳଙ୍କାରର ମରାମତି କାମରେ ପୂର୍ବରୁ ଜଡ଼ିତ ରହିଆସିଛୁ। ଏହି ଦିବ୍ୟ କାର୍ଯ୍ୟରେ ଜଡ଼ିତ ରହିବା ଆମ ପାଇଁ ସୌଭାଗ୍ୟର ବିଷୟ ଓ ଆଗକୁ ମଧ୍ୟ ଏ ଦିଗରେ ଆମର ପ୍ରୟାସ ଜାରି ରଖିବୁ। ସୂଚନାଯୋଗ୍ୟ, ଖିମ୍‌ଜୀ ଜୁଏଲର୍ସର ଫେବୃୟାରୀ ୨୪ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଭୂମି ପୁରୀରେ ପ୍ରଥମ ଏବଂ ରାଜ୍ୟରେ ୭ମ ଷ୍ଟୋର ଖୋଲିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri