ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ କର: ହାଇକୋର୍ଟ

କଟକ,୧୦ା୬(କାର୍ତ୍ତିକ ସାହୁ): ବେଆଇନ ଭାବେ ଗାଡ଼ିରେ ନାଲିବତୀ ବ୍ୟବହାରକୁ ବିରୋଧ କରି ରୁଜୁ ଜନହିତ ମାମଲାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ଆଦେଶ ଦେଇଛନ୍ତି। ଭାରତୀୟ ବିକାଶ ପରିଷଦ ପକ୍ଷରୁ  ରୁଜୁ ମାମଲାର  ଶୁଣାଣି କରି ମୁଖ୍ୟ ଶାସନ ସଚିବ ଓ ବାଣିଜ୍ୟ ପରିବହନ ବିଭାଗ ସଚିବଙ୍କୁ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି।
ସୂଚନା ଅନୁସାରେ, କେନ୍ଦ୍ର ସରକାର ମୋଟରଯାନ ନିୟମାବଳୀ ୧୯୮୯କୁ ୨୦୧୭ରେ ନିୟମ ୧୦୮ର ସଂଶୋଧନ ଓ ସୁପ୍ରିମକୋର୍ଟଙ୍କ ଆଦେଶ ମୁତାବକ କେନ୍ଦ୍ର ସରକାରଙ୍କ ବିଜ୍ଞପ୍ତିରେ କୌଣସି ବିପର୍ଯ୍ୟୟ ସମୟରେ ଜରୁରୀକାଳୀନ କାର୍ଯ୍ୟ ପାଇଁ ରାଜ୍ୟ ସରକାରଙ୍କ କେଉଁ କେଉଁ ପଦାଧିକାରୀ ନାଲିବତୀ ଗାଡ଼ି ବ୍ୟବହାର କରିବେ ତାହା ସ୍ଥିର କରିବେ ବୋଲି ଦର୍ଶାଯାଇଛି।
ଏପରି ଆଦେଶନାମାକୁ ବେଖାତିର କରି ବିପର୍ଯ୍ୟୟ ସମୟ ବାଦ୍‌ ସବୁ ସମୟରେ ରାଜ୍ୟର ଅଧିକାଂଶ ବିଡ଼ିଓ, ତହସିଲଦାର, ଉପଜିଲାପାଳ, ଅତିରିକ୍ତ ଜିଲାପାଳ, ଜିଲାପାଳ, ପୋଲିସ ଅଧିକାରୀ, ରାଜସ୍ବ କମିଶନର, ମହାନଗର ନିଗମ କମିଶନର, ମୁନିସିପାଲିଟି ଅଧିକାରୀଙ୍କ ସମେତ ବିଜ୍ଞାପିତ ଅଞ୍ଚଳ ଅଧିକାରୀମାନେ ସୁପ୍ରିମକୋର୍ଟଙ୍କ ଆଦେଶ ଉଲଂଘନ କରି ନାଲିବତୀ ଗାଡ଼ି ବ୍ୟବହାର କରୁଛନ୍ତି। ଆବେଦନକାରୀ ଏହା ବିରୋଧରେ ରାଜ୍ୟ ସରକାରଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ ମଧ୍ୟ ରାଜ୍ୟ ସରକାର କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ନାହିଁି। ଫଳରେ ପରିଷଦ ପକ୍ଷରୁ ହାଇକୋର୍ଟରେ ଜନହିତ ମାମଲା ରୁଜୁ କରାଯାଇଥିଲା। ଏଥିରେ ମୁଖ୍ୟ ଶାସନ ସଚିବ, ପରିବହନ ଓ ବାଣିଜ୍ୟକର ବିଭାଗର ପ୍ରମୁଖ ଶାସନ ସଚିବ ଓ ରାଜ୍ୟ ପରିବହନ  କର୍ତ୍ତୃପକ୍ଷ ଆଦିଙ୍କୁ ପକ୍ଷଭୁକ୍ତ କରାଯାଇଥିଲା। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଗୋପାଳ ପ୍ରସାଦ ଜେନା ମାମଲା ପରିଚାଳନା କରୁଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri