୨୯ରେ କ୍ରିୟାନୁଷ୍ଠାନ କମିଟିର ଗଣଧାରଣା

ତାଳଚେର, ୧୦ା୪(ନି.ପ୍ର.) – ତାଳଚେର ମେଡିକାଲ କଲେଜକୁ ସରକାରୀ ପରିଚାଳନାରେ କାର୍ଯ୍ୟକାରୀ କରିବା ଦାବି ଜୋର୍‌ଧରିଛି। ଏହାର ପ୍ରତିବାଦରେ ଆସନ୍ତା ଏପ୍ରିଲ୍‌ ୨୯ରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଡାକରା ଦେଇଛି ତାଳଚେର ସରକାରୀ ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି। ଏହାକୁ ସଫଳ କରିବା ପାଇଁ ଶନିବାର ପୂର୍ବାହ୍ନରେ ହାଟତୋଟାସ୍ଥିତ ତାଳଚେର ପ୍ରେସ କ୍ଲବ୍‌ ପରିସରରେ ବରିଷ୍ଠ ଆବାହକ ଦିଗାମ୍ବର ଗଡ଼ନାୟକଙ୍କ ସଭାପତିତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟିର ଦାବି ସମ୍ପର୍କରେ ଜନଜାଗରଣ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏପ୍ରିଲ ୧୫ରେ ହେବାକୁ ଥିବା ପ୍ରସିଦ୍ଧ ହିଙ୍ଗୁଳା ଯାତ୍ରାରେ ବ୍ୟାପକ ପ୍ରଚାର କରାଯିବ। ଏପ୍ରିଲ୍‌ ୧୮ରେ ତାଳଚେର ହାଟତୋଟାଠାରେ ସର୍ବସାଧାରଣଙ୍କୁ ନେଇ ଆଲୋଚନା ସଭା ଅନୁଷ୍ଠିତ ହେବ। ଏହି ଦୁଇ କାର୍ଯ୍ୟକ୍ରମକୁ ସଫଳ କରିବାକୁ କମିଟି ପକ୍ଷରୁ ନିବେଦନ କରାଯାଇଛି। ବୈଠକରେ ପଦ୍ମଚରଣ ସାମଲ, ଓକିଲ ସଂଘ ସଭାପତି ସନ୍ତୋଷ ସାହୁ, ପୂର୍ବତନ ନଗରପାଳ କେଶବ ଭୂତିଆ, ଗଣମାଧ୍ୟମ ପ୍ରତିନିଧି ଡ. ରଶ୍ମିରଞ୍ଜନ ମିଶ୍ର, ବାଉରୀବନ୍ଧୁ ବେଜ, ଭଗବାନ ପ୍ରଧାନ, ବିନୋଦ ଲାଲ୍‌, ଚନ୍ଦ୍ରସେନ ସାହୁ, ବାରିକ ପ୍ରଧାନ, ସୁନୀଲ ସିଂ, କୈଳାସ ସାହୁ, ପ୍ରହ୍ଲାଦ ସାହୁ, ଜୟସେନ ମେହେର, ମାନସୀ ସ୍ବାଇଁ, ପ୍ରେମାନନ୍ଦ ମହାନ୍ତି, କୁମର ସାହୁ, ଅଭୟ ପାଣି, ସୁରେଶ କଅଁର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ମେଡିକାଲରୁ ଡେଇଁ ପଳାଇଲେ ଅଫିମ ଚାଷୀ : ବିଧାୟକ ଦେଲେ ପୋଲିସ ଦୋଷ 

ଟେନସା,୮।୨(ସମୀର କୁମାର ପାୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କାଲଟା ପଞ୍ଚାୟତ ନିକଟ ପୁଣ୍ଢି ପୋଖରୀ ଅଞ୍ଚଳରେ ଶନିବାର ଅଫିମ ଚାଷ ନେଇ ଚଢ଼ାଉ କରାଯାଇଥିଲା।…

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ଉପ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri