କୋଟିପତି ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର,୮।୪ (ବ୍ୟୁରୋ): ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ଗୁରୁବାର ତାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କ ନିକଟରୁ ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠାବ ହୋଇଥିଲା।

ଭୁବନେଶ୍ୱର ଆଇଗିଣିଆଠାରେ ଥିବା ଟାଟା ଆରିଆନାସ୍ଥିତ ତାଙ୍କ ଘରୁ (ଫ୍ଲାଟ୍‌ ନଂ.୦୫୦୫) ନଗଦ ୨ କୋଟି ଟଙ୍କା, ୫୮୦ ଗ୍ରାମର ୨୦ଟି ସୁନା ବିସ୍କୁଟ୍‌, କଏନ, ଅଳଙ୍କାର ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରାଯାଇଥିଲା। ତେବେ ଯାଞ୍ଚବେଳେ ଏତେ ପରିମାଣର ଟଙ୍କା ଓ ସୁନା ଦେଖି ଭିଜିଲାନ୍ସ ଅଧିକାରୀମାନେ ଚକିତ ହୋଇଯାଇଥିଲେ।। ଏକକାଳୀନ ଗୋଟିଏ ସ୍ଥାନରୁ ଜବତ ଟଙ୍କା ମଧ୍ୟରେ ଏହା ସର୍ବାଧିକ ବୋଲି ଭିଜିଲାନ୍ସ କହିଛି। ଉକ୍ତ ଫ୍ଲାଟ୍‌ରେ କାର୍ତ୍ତିକଙ୍କ ଦ୍ୱିତୀୟ ସ୍ତ୍ରୀ କଳ୍ପନା ପ୍ରଧାନ ରହୁଥିବା ଭିଜିଲାନ୍ସ ଜାଣିବାକୁ ପାଇଛି। ତେବେ କାର୍ତ୍ତିକଙ୍କର ଦ୍ୱିତୀୟ ସ୍ତ୍ରୀ ରହିଥିବା ଜଣାପଡିବା ପରେ ଭିନ୍ନ ଚର୍ଚ୍ଚା ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, କାର୍ତ୍ତିକ ଭଞ୍ଜନଗରରେ ଦୀର୍ଘବର୍ଷ ହେଲା କାର୍ଯ୍ୟରତ ଅଛନ୍ତି। ତାଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଆସିବା ପରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଆରମ୍ଭ ହୋଇଥିଲା। ବୁଧବାର ଗଞ୍ଜାମ ଜିଲା ଭଞ୍ଜନଗର ମାଇନର୍‌ ଇରିଗେଶନ କଲୋନୀସ୍ଥିତ ତାଙ୍କ ସରକାରୀ ବାସଭବନ, ଖଲ୍ଲିକୋଟ ଥାନା ଲଙ୍ଗଳେଶ୍ୱର ଗ୍ରାମରେ ଥିବା ପୈତୃକ ଘର, ଭଞ୍ଜନଗରସ୍ଥିତ କାର୍ଯ୍ୟାଳୟ, ଭୁବନେଶ୍ୱର ଖଣ୍ଡଗିରି ଥାନା ଡୁମୁଡୁମାସ୍ଥିତ କସ୍ମୋପୋଲିସ୍‌ ରେସିଡେନ୍‌ସିରେ ଥିବା ୨ ବିଏଚ୍‌କେ ଫ୍ଲାଟ୍‌, ତୁସ୍ତି ରେସିଡେନ୍‌ସିରେ ଥିବା ୩ ବିଏଚ୍‌କେ ଫ୍ଲାଟ୍‌ ଓ ଜାଗମରାସ୍ଥିତ ଦୁଇ ମହଲା ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ତେବେ ଚଢ଼ାଉବେଳେ ଏସବୁ ସ୍ଥାନରୁ ନଗଦ ୨ ଲକ୍ଷ ୫୦ ହଜାର ୮୮୦ ଟଙ୍କା ମିଳିଥିଲା। ସେହିଭଳି ଖଲ୍ଲିକୋଟ ଲଙ୍ଗଳେଶ୍ୱରସ୍ଥିତ ପୈତୃକ ଘରର ମୂଲ୍ୟ ଆନୁମାନିକ ୨୮ ଲକ୍ଷ ଟଙ୍କାରେ ହିସାବ କରାଯାଇଥିବାବେଳେ ଭୁବନେଶ୍ୱର ଖଣ୍ଡଗିରି କସ୍ମୋପୋଲିସ୍‌ ରେସିଡେନ୍‌ସିର ୨ ବିଏଚ୍‌କେ ଫ୍ଲାଟ୍‌ର ମୂଲ୍ୟ ୩୩.୬୩ ଲକ୍ଷ, ତୁସ୍ତି ରେସିଡେନ୍‌ସିରେ ଥିବା ୩ ବିଏଚ୍‌କେ ଫ୍ଲାଟ୍‌କୁ ୪୦ ଲକ୍ଷ ଟଙ୍କା, ଜାଗମରାସ୍ଥିତ ଦୁଇ ମହଲା ଘରର ମୂଲ୍ୟ ୭୨ ଲକ୍ଷ ଟଙ୍କା ହେବ ବୋଲି ଭିଜିଲାନ୍ସ ଆକଳନ କରିଛି। ଏଥିସହ ଗଞ୍ଜାମରେ ୫ଟି ଓ ଭୁବନେଶ୍ୱରରେ ୨ଟି ପ୍ଲଟ୍‌ ଠାବ ହୋଇଛି। ଯାଞ୍ଚରୁ ୩୭.୨୩ ଲକ୍ଷ ଟଙ୍କାର ଫିକ୍ସ ଡିପୋଜିଟ୍‌, ବ୍ୟାଙ୍କ ଓ ଇନ୍‌ସ୍ୟୁରାନ୍ସ ଡିପୋଜିଟ୍‌, ଘରେ ଥିବା ୧୭.୯୫ ଲକ୍ଷ ଟଙ୍କାର ସାମଗ୍ରୀ, ଗୋଟିଏ ୧୪ ଲକ୍ଷ ଟଙ୍କାର ଚାରି ଚକିଆ ଯାନ, ୨ଟି ବାଇକ୍‌ ଓ ୫.୭୨ ଲକ୍ଷ ଟଙ୍କାର ସୁନା ଓ ରୁପା ଅଳଙ୍କାର ଆଦି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri