ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

ସୋନପୁର,୭।୧୦(ମୃତ୍ୟୁଞ୍ଜୟ ଶତପଥୀ): ଲାଞ୍ଚ ନେବା ନିର୍ବାହୀ ଯନ୍ତ୍ରୀଙ୍କୁ ମହଙ୍ଗା ପଡିଛି। ତେଲ ଜଳସେଚନ ବିଭାଜନ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର କୁମାର ପାଢ଼ୀଙ୍କୁ ଭିଜିଲାନ୍ସ ବିଭାଗ ସୋମବାର ଗିରଫ କରିଛି।

ମିଳିଥିବା ସୂଚନା ମୁତାବକ, ଠିକାଦାର ଦେବରଞ୍ଜନ ତ୍ରିପାଠୀଙ୍କ ଏକ ପୁରୁଣା ବିଲ୍‌ ଟଙ୍କା କରାଇଦେବାକୁ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ଟଙ୍କା ମାଗିଥିଲେ। ଏନେଇ ଠିକାଦାର ଦେବରଞ୍ଜନ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ।

ଯୋଜନା ମୁତାବକ, ସୋମବାର ଠିକାଦାର ଦେବରଞ୍ଜନ ସୁବର୍ଣ୍ଣପୁର ଅଫିସ ପ୍ରକୋଷ୍ଠରେ ପହଞ୍ଚି ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ରଙ୍କୁ ୪୬ ହଜାର ଟଙ୍କା ଲାଞ୍ଚ ଦେଉଥିଲେ। ସେତିକିବେଳେ ପୂର୍ବରୁ ଛପି ରହିଥିବା ଭିଜିଲାନ୍ସ ବିଭାଗୀୟ ଅଧିକାରୀ ମାଡି ବସି ଲାଞ୍ଚ ଟଙ୍କା ଜବତ କରିବା ସହ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ରଙ୍କୁ ଧରିଥିଲେ। ଏନେଇ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜ୍ଜୁ କରି ଏକକାଳୀନ ୬ଟି ଜାଗାରେ ଚଢ଼ାଉ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କପ୍ତିପଦାରେ ଜବରଦଖଲ ଉଚ୍ଛେଦ, ଏନଏସି ମାନ୍ୟତା ପାଇବା ପରେ…

ଉଦଳା,୨୯।୧(ସନ୍ତୋଷ କୁମାର ବାଚ୍ଛିନୀ): ନୂତନ ଏନଏସି ଭାବେ କପ୍ତିପଦା ଘୋଷଣା ହୋଇଛି । ଏନଏସି ମାନ୍ୟତା ପାଇବା ପରେ ଆଜି ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା…

ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅବିଭାବକ: ଶିକ୍ଷକ ନଥିବାରୁ…

ଧର୍ମଶାଳା,୨୯।୧(ଶିବ ପ୍ରସାଦ ମହାନ୍ତି ): ଯାଜପୁର ଜିଲା ରସୁଲପୁର ବ୍ଲକ କଲଣ ପଞ୍ଚାୟତ ନୂଆହାଟ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବରୁ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ…

କାହିଁକି ଇସ୍ରାଏଲ ଯାଉଛନ୍ତି ମୋଦି? ପାକିସ୍ତାନ ସହ ହଜିବ ହମାସର ନିଦ

ନୂଆଦିଲ୍ଲୀ/ଇସଲାମାବାଦ,୨୯।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଇସ୍ରାଏଲ ଗସ୍ତ ସମ୍ପର୍କରେ ପୁଣି ଥରେ ଆଲୋଚନା ଜୋର ଧରିଛି। ରିପୋର୍ଟ ଅନୁଯାୟୀ ଏହି ଗସ୍ତ ୨୭-୨୮ ଫେବୃଆରୀ, ୨୦୨୬ ରେ…

ନବୀନଙ୍କୁ ନେଇ ସ୍ପଷ୍ଟୀକରଣ ରଖିଲେ ଦିବ୍ୟଶଙ୍କର ମିଶ୍ର, କହିଲେ ଭାଜପା ଆସିବା ପରେ ଓଡ଼ିଶାବାସୀ…

ଭବାନୀପାଟଣା,୨୯ା୧(ଉତ୍ତମ କୁମାର ଦାଶ): ପୂର୍ବତନ ଏମ୍‌ପି ତଥା ବଲାଙ୍ଗୀର ବିଧାୟକ କଳିକେଶ ସିଂହଦେଓଙ୍କ ସମ୍ପର୍କରେ ଦେଇଥିବା ମତାମତ ସମ୍ପର୍କରେ ଗୁରୁବାର ଭବାନୀପାଟଣା ମିଡ୍‌ ଟାଉନଠାରେ ଅନୁଷ୍ଠିତ ଏକ…

ଏହି ଦାବି ନେଇ ଟ୍ରାକ୍ଟର ମାଲିକଙ୍କ ମେଳି: କହିଲେ ମନ ଇଚ୍ଛା ଜରିମାନା ବନ୍ଦ କର, ନଚେତ୍‌…

ପାଟଣା,୨୯।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ବ୍ଲକର ଟ୍ରାକ୍ଟର ମାଲିକମାନଙ୍କୁ ନେଇ ଗଠିତ ବୈତରଣୀ ଟ୍ରାକ୍ଟର ମାଲିକ ସଂଘ ଗୁରୁବାର ପାଟଣା ଷ୍ଟାଡିୟମରେ…

ଗର୍ଜିଲା କଂଗ୍ରେସ; ଏମିଜିଏନଇଆରଇଜିଏସ ଯୋଜନାର ନାଁ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ-ପ୍ରଧାନମନ୍ତ୍ରୀଙ୍କୁ ଚିଠି

ଦାରିଙ୍ଗବାଡି,୨୯।୧(ଅରୁଣ ସାହୁ): ଏମିଜିଏନଇଆରଇଜିଏସ ଯୋଜନାର ନାମ ପରିବର୍ତ୍ତନକୁ କଂଗ୍ରେସର ବିରୋଧ। ଗୁରୁବାର କଂଗ୍ରେସ ପକ୍ଷରୁ ଏନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ପରିସରରେ…

ଯୁକ୍ତ ୨ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲା, ୬ ଜଣ ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍

ବ୍ରହ୍ମପୁର,୨୯।୧(ସୁବାସ ଚନ୍ଦ୍ର ପାଢ଼ୀ): ସ୍ୱତନ୍ତ୍ର ପୋକସ ଜଜ ପ୍ରଣତି ପଟ୍ଟନାୟକ ଏକ ଗଣବଳାତ୍କାର ମାମଲାର ଗୁରୁତ୍ୱପୂର୍ଣ ରାୟ ପ୍ରକାଶ କରିଛନ୍ତି । ଉପଯୁକ୍ତ ପ୍ରମାଣ ଆଧାରରେ ସେ…

କଲେଜ ଯାଉଥିବାବେଳେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ଆକ୍ରମଣ କରି ୨ ବାଇକ ଆରୋହୀ ଫେରାର୍‌, ଚେତାଶୂନ୍ୟ ଅବସ୍ଥାରେ…

ଦିଗପହଣ୍ଡି,୨୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ବିଜ୍ଞାନ କଲେଜର ଯୁକ୍ତ ୨ କଳା ବିଭାଗ ପ୍ରଥମବର୍ଷ ଛାତ୍ରୀଙ୍କୁ ଗୁରୁବାର ବାଇକରେ ଆସିଥିବା ୨ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri