Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କୁ ମଶା କାମୁଡ଼ିବାରୁ ନିର୍ବାହୀଯନ୍ତ୍ରୀଙ୍କୁ ରିପୋର୍ଟ ତଲବ

ଭୋପାଳ,୨୦।୨: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କୁ ମଶା କାମୁଡ଼ିବାରୁ ଜଣେ ପିଡବ୍ଲ୍ୟୁଡି ନିର୍ବାହୀ ଯନ୍ତ୍ରୀଙ୍କୁ ରିପୋର୍ଟ ତଲବ କରାଯିବା ସହିତ କାହିଁକି ତାଙ୍କର ୨ ବର୍ଷର ଦରମା ବୃଦ୍ଧି ରୋକା ଯିବ ନାହିଁ ସେ ନେଇ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି। ମୁଖ୍ୟମନ୍ତ୍ରୀ ସିଦ୍ଧିଗସ୍ତ ସମୟରେ ସର୍କିଟ୍‌ ହାଉସରେ ରାତ୍ରିଯାପନ କରିଥିଲେ। ତେବେ ସେଠାରେ ପ୍ରବଳ ମଶା ଏବଂ ପାଣିଟାଙ୍କି ଭର୍ତ୍ତି ହୋଇ ପାଣି ତଳେ ପଡୁଥିବାରୁ ମୁଖ୍ୟମନ୍ତ୍ରୀ ଉଜାଗରରେ ବିତାଇଥିଲେ। ଏନେଇ ରଓ୍ବୋ ଡିଭିଜିନାଲ କମିଶନର ରାଜେଶ କୁମାର ଜୈନ ପିଡବ୍ଲ୍ୟୁଡି ନିର୍ବାହୀ ଯନ୍ତ୍ରୀ ଦେବେନ୍ଦ୍ର କୁମାର ସିଂଙ୍କୁ ଏଭଳି ନିର୍ଦ୍ଦେଶ ଜାରି କରିଛନ୍ତି। ପମ୍ପ୍‌ ବନ୍ଦ କରିବାକୁ ନିୟୋଜିତ ଥିବା କର୍ମଚାରୀ ଭୁଲି ଯାଇଥିବାରୁ ପାଣି ଟାଙ୍କି ଭର୍ତ୍ତିି ହୋଇ ପାଣି ଉଛୁଳି ତଳେ ପଡିଥିବା ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ରାତ୍ରଯାପନ କରିଥିବା ପ୍ରକୋଷ୍ଠରେ ଭୋର୍‌ ୨ଟା ୩୦ରେ ମଶାମରା ତେଲ ସ୍ପ୍ରେ କରାଯାଇଥିଲା। ମାତ୍ର ଏହା ପରେପରେ ଭୋର୍‌ ୪ଟାରୁ ପାଣି ଟାଙ୍କିରୁ ପାଣି ପଡ଼ିବା ଆରମ୍ଭ ହୋଇଥିଲା। ଶବ୍ଦରେ ମୁଖ୍ୟମନ୍ତ୍ରୀ ଶୋଇ ପାରି ନ ଥିଲେ। ଶେଷରେ ବାଧ୍ୟ ହୋଇ ମୁଖ୍ୟମନ୍ତ୍ରୀ ନିଜେ ପମ୍ପ୍‌ ବନ୍ଦ କରିଥିଲେ। ଏବେ ପିଡବ୍ଲ୍ୟୁଡି ନିର୍ବାହୀ ଯନ୍ତ୍ରୀଙ୍କୁ ଏହାର ଉତ୍ତର ଦେବାକୁ ପଡ଼ିବ। ଏହି ଘଟଣାରେ ବାବୁଲାଲ ଗୁପ୍ତା ନାମକ ଜଣେ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଥିବା କୁହାଯାଉଛି। ଏନେଇ ସୋସିଆଲ ମିଡ଼ିଆରେ ମଧ୍ୟ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri