Posted inଜାତୀୟ

ନିର୍ବାସନ ଏକ ସାଧାରଣ ଦଣ୍ଡାଦେଶ ନୁହେଁ, ଗୁରୁତର ଅପରାଧ କ୍ଷେତ୍ରରେ ଏହାର ଉପଯୋଗ ହେବା ଆବଶ୍ୟକ…

ନୂଆଦିଲ୍ଲୀ, ୨୯।୧ : ନିର୍ବାସନ ଦଣ୍ଡାଦେଶ ଏକ ସାଧାରଣ ଦଣ୍ଡାଦେଶ ନୁହେଁ। ଗୁରୁତର ଅପରାଧ କ୍ଷେତ୍ରରେ ଏହାର ଉପଯୋଗ ହେବା ଆବଶ୍ୟକ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ଭାରତୀୟ ନାଗରିକଙ୍କର ଦେଶରେ ଯେକୌଣସି ସ୍ଥାନକୁ ଯିବା ଆସିବାର ଅଧିକାର ରହିଛି। ଏପରିସ୍ଥଳେ ନିର୍ବାସନ ଦଣ୍ଡାଦେଶ କରିବା ପୂର୍ବରୁ ସମ୍ପୂର୍ଣ୍ଣ ସଞ୍ଜମତା ଆଚରଣ ସହିତ ମାମଲାର ବିଭିନ୍ନ ଦିଗକୁ ଯାଞ୍ଚ୍‌ କରିବା ଆବଶ୍ୟକ। ନଚେତ୍‌ ଏଭଳି କରିବା ଦ୍ୱାରା ଭାରତୀୟ ନାଗରିକଙ୍କୁ ପ୍ରଦାନ କରାଯାଇଥିବା ମୌଳିକ ଅଧିକାରର ଉଲ୍ଲଂଘନର ହେବାର ଆଶଙ୍କା ରହିଥାଏ।

ବିଚାରପତି ଅଜୟ ରସ୍ତୋଗି ଏବଂ ଅଭୟ ଏସ୍‌. ଓକ୍‌ଙ୍କ ନତୃତ୍ୱରେ ଗଠିତ ଖଣ୍ଡପୀଠ ଏକ ମାମଲାର ବିଚାର କରି ଏହା କହିଛନ୍ତି।

ନିର୍ବାସନ ଦଣ୍ଡାଦେଶ ତର୍କସଙ୍ଗତ ଭାବେ ଯୁକ୍ତିଯୁକ୍ତ ହେବା ଆବଶ୍ୟକ। ଏହି ମାମଲାରେ ମହାରାଷ୍ଟ୍ରର ଜାଲନା ଜିଲାର ଜଣେ ବାସିନ୍ଦାଙ୍କୁ ୫ ଦିନ ମଧ୍ୟରେ ଜିଲା ସୀମା ବାହାରକୁ ଯିବାକୁ ନିର୍ଦ୍ଦେଶ ଜାରି କରାଯାଇଥିଲା। ମହାରାଷ୍ଟ୍ର ପୋଲିସ ଅଧିନିୟମ ୧୯୫୧ର ଧାରା ୫୬-୧-ଏ-ବି ଅନ୍ତର୍ଗତ ସମ୍ପୃକ୍ତ ବ୍ୟକ୍ତିଙ୍କ କାର୍ଯ୍ୟକଳାପକୁ ଅପରାଧିକ ଦୃଷ୍ଟିକୋଣରୁ ଗୁରୁତର ଦର୍ଶାଯାଇ ଏଭଳି ନିର୍ଦ୍ଦେଶ ଜାରି କରାଯାଇଥିଲା।

ବମ୍ବେ ହାଇକୋର୍ଟ ଏହା ବିରୋଧରେ ଦାଖଲ ହୋଇଥିବା ରିଟ୍‌ ପିଟିଶନ୍‌କୁ ଖାରଜ କରିଦେଇଥିଲେ। ଶେଷ ସମ୍ପୃକ୍ତ ବ୍ୟକ୍ତି ଶୀର୍ଷକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri