Posted inଜାତୀୟ

Exit Poll: ମଧ୍ୟପ୍ରଦେଶ, ଛତିଶଗଡ଼ରେ ଭାଜପା-କଂଗ୍ରେସ ମଧ୍ୟରେ ଟାଇଟ ଫାଇଟ

ନୂଆଦିଲ୍ଲୀ,୩୦।୧୧: ପାଞ୍ଚ ରାଜ୍ୟରେ ବିଧାନସଭା ନିର୍ବାଚନ ଶେଷ ହେବା ପରେ ଆସିଛି ଏକଜିଟ ପୋଲ। ବିଭିନ୍ନ ସଂସ୍ଥାର ଆକଳନ ଅନୁଯାୟୀ ଛତିଶଗଡ଼ରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ ସରକାର ଗଠନ ପାଇଁ ମଧ୍ୟରେ ଟାଇଟ ଫାଇଟ ହେବାର ଆକଳନ କରାଯାଉଛି।

ଇଣ୍ଡିଅ ଟୁଡ଼େ ଆକ୍ସିସ ମାଇଁ ଇଣ୍ଡିଆ ଆକଳନ ଅନୁଯାୟୀ ଛତିଶଗଡ଼ରେ କଂଗ୍ରେସକୁ ୪୦ରୁ ୫୦ ସିଟ୍ ଏବଂ ଭାଜପାକୁ ୩୬ରୁ ୪୬ ଆସନ ଏବଂ ଅନ୍ୟାନ୍ୟଙ୍କୁ ୧ରୁ ୫ ଆସନ ମିଳିପାରେ ବୋଲି କୁହାଯାଇଛି। ସେହିପରି ଏବିପି ନ୍ୟୁଜ-ସି ଭୋଟର ଅନୁଯାୟୀ ଭାଜପାକୁ ୩୬ରୁ ୪୮ ଏବଂ କଂଗ୍ରେସକୁ ୪୧ରୁ ୫୩ ଆସନ ମିଳିବ। ଇଣ୍ଡିଆ ଟିଭି-ସିଏନଏକ୍ସ ଅନୁଯାୟୀ ଭାଜପାକୁ ୩୦ରୁ ୪୦ ଏବଂ କଂଗ୍ରେସକୁ ୪୬ରୁ ୫୬ ଆସନରେ ବିଜୟ ମିଳିବ।

ସେହିଭଳି ମଧ୍ୟପ୍ରଦେଶର ସରକାର ଗଠନ କରିବା ପାଇଁ ଭାଜପା-କଂଗ୍ରେସ ମଧ୍ୟରେ ଏଥର ସିଧାସଳଖ ମୁକାବିଲା ହୋଇଥିଲା। ଯାହାର ଫଳାଫଳ ଏକଜିଟ ପୋଲରେ ମଧ୍ୟ ଦେଖିବାକୁ ମିଳିଛି। ବିଭିନ ସଂସ୍ଥାର ଆକଳନ ଅନୁଯାୟୀ ମଧ୍ୟପ୍ରଦେଶରେ ରାଜ୍ୟରେ ସରକାର ଗଠନ ପାଇଁ ଲଢେଇ ଜୋରଦାର ହେବ। ରିପବ୍ଲିକ ଟିଭି ଆକଳନ ଅନୁଯାୟୀ ଭାଜପାକୁ ୧୦୦ରୁ ୧୨୩ ଆସନ ମିଳିବାକୁ ଥିବା ବେଳେ କଂଗ୍ରେସକୁ ୧୦୨ରୁ ୧୨୫ ଆସନ ମିଳିବ ବୋଲି ଆକଳନ କରାଯାଇଛି। ସେହିଭଳି ‘ଜନ କି ବାତ’ ଅନୁଯାୟୀ ରାଜ୍ୟରେ ଭାଜପାକୁ ୧୦୦ରୁ ୧୨୩ ଆସନ ମିଳିବାକୁ ଥିବା ବେଳେ କଂଗ୍ରେସକୁ ୧୦୨ରୁ ୧୨୫ ଆସନ ମିଳିବାର ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri