ବ୍ରିଟେନ୍‌ରେ ନୂଆ ସକାଳ: କ୍ଷମତାକୁ ଫେରୁଛି ଲେବର ପାର୍ଟି

ବ୍ରିଟେନ୍‌ରେ ଗୁରୁବାର ସାଧାରଣ ନିର୍ବାଚନ ଚାଲିଥିବାବେଳେ ଦେଶବାସୀ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘଟଣାକ୍ରମର ସାକ୍ଷୀ ହେବାକୁ ଯାଉଛନ୍ତି। ଦୀର୍ଘ ୧୪ ବର୍ଷର ବ୍ୟବଧାନ ପରେ କ୍ଷମତା ପରିବର୍ତ୍ତନ ହେବାକୁ ଯାଉଛି। ଲେବର ପାର୍ଟି ଐତିହାସିକ ବିଜୟ ଦିଗରେ ଅଗ୍ରସର ହେବା ସହ କ୍ଷମତାକୁ ଫେରୁଛି। ଲେବର ପାର୍ଟି ନେତା କିର୍‌ ଷ୍ଟାର୍ମର ବ୍ରିଟେନ୍‌ର ନୂଆ ପ୍ରଧାନମନ୍ତ୍ରୀ ହୋଇପାରନ୍ତି। ପ୍ରଧାନମନ୍ତ୍ରୀ ଋଷି ସୁନକ୍‌ଙ୍କ ନେତୃତ୍ୱାଧୀନ ଶାସକ କଞ୍ଜରଭେଟିଭ୍‌ ପାର୍ଟି ପ୍ରାୟ ୨ ଦଶନ୍ଧି ମଧ୍ୟରେ ସବୁଠୁ ଶୋଚନୀୟ ପରାଜୟର ସମ୍ମୁଖୀନ ହୋଇପାରେ ବୋଲି ଅନୁମାନ କରାଯାଉଛି।

ଲଣ୍ଡନ୍‌,୫/୭: ବ୍ରିଟେନ୍‌ର ଶାସକ କଞ୍ଜରଭେଟିଭ୍‌ ପାର୍ଟିରେ ଅନ୍ତର୍କଳହ ଯୋଗୁ ଦେଶ ଗତ ୮ ବର୍ଷରେ ୫ ପ୍ରଧାନମନ୍ତ୍ରୀ ଦେଖିଲାଣି। ୨୦୨୨ ଅକ୍ଟୋବର ଦୀପାବଳି ଦିନ ଋଷି ସୁନକ୍‌ ପ୍ରଧାନମନ୍ତ୍ରୀ ନିର୍ବାଚିତ ହୋଇଥିଲେ। ଏଥିସହ ଦେଶର ୨୧୦ ବର୍ଷ ଇତିହାସରେ ସର୍ବକନିଷ୍ଠ ଏବଂ ପ୍ରଥମ ଅଣଶ୍ୱେତାଙ୍ଗ ପ୍ରଧାନମନ୍ତ୍ରୀ ରୂପେ ସେ ୧୦ ଡାଉନିଂ ଷ୍ଟ୍ରିଟ୍‌କୁ ପ୍ରବେଶ କରିଥିଲେ। କିନ୍ତୁ ପ୍ରାୟ ୨ ମାସ ତଳେ ସୁନକ୍‌ଙ୍କ କ୍ୟାବିନେଟ୍‌ରୁ ଜଣେ ପରେ ଜଣେ ମନ୍ତ୍ରୀ ଇସ୍ତଫା ଦେବା ପରେ ସେ ପାର୍ଲାମେଣ୍ଟକୁ ଭଙ୍ଗକରି ଆଗୁଆ ସାଧାରଣ ନିର୍ବାଚନ ପାଇଁ ଘୋଷଣା କରିଥିଲେ।

୬୫୦ ଆସନ ବିଶିଷ୍ଟ ବ୍ରିଟେନ୍‌ ପାର୍ଲାମେଣ୍ଟରେ ସରକାର ଗଠନ ପାଇଁ ମ୍ୟାଜିକ୍‌ ନମ୍ବର ହେଉଛି ୩୨୬। ଇଂଲଣ୍ଡ, ସ୍କଟ୍‌ଲାଣ୍ଡ, ଓ୍ବେଲ୍ସ ଓ ନର୍ଦ୍ଦର୍ନ ଆୟରଲାଣ୍ଡର ସମସ୍ତ ସଂସଦୀୟ ଆସନ ପାଇଁ ପ୍ରାୟ ୪୦,୦୦୦ ମତଦାନ କେନ୍ଦ୍ରରେ ଗୁରୁବାର ସକାଳ ୭ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଚାଲିଥିଲା। ମଇଦାନରେ ଦୁଇ ବଡ଼ ଦଳ ସମେତ ଲିବରାଲ ଡେମୋକ୍ରାଟ୍ସ, ଗ୍ରୀନ୍‌ ପାର୍ଟି, ସ୍କଟିଶ୍‌ ନ୍ୟାଶନାଲ ପାର୍ଟି, ଏସ୍‌ଡିଏଲ୍‌ପି, ଡେମୋକ୍ରାଟିକ୍‌ ୟୁନିୟନ୍‌ ପାର୍ଟି, ସିନ୍ନ ଫିଏନ୍‌, ପ୍ଲାଇଡ୍‌ ସିମ୍‌ରୁ, ଆଣ୍ଟି ଇମିଗ୍ରେଶନ୍‌ ରିଫର୍ମ୍‌ ପାର୍ଟିର ପ୍ରାର୍ଥୀ ଅବତୀର୍ଣ୍ଣ ହୋଇଥିଲେ। ୪୬ ନିୟୁତରୁ ଊର୍ଦ୍ଧ୍ୱ ଭୋଟରଙ୍କ ମଧ୍ୟରୁ ଅଧିକାଂଶ ବାଲଟ୍‌ ଜରିଆରେ ରାଜନୈତିକ ମତାଧିକାର ସାବ୍ୟସ୍ତ କରି ନୂଆ ପ୍ରତିନିଧିଙ୍କୁ ବାଛିଛନ୍ତି।

ଶୁକ୍ରବାର ଭୋଟ ଗଣତି ପରେ ସ୍ଥାନୀୟ ସମୟ ସକାଳ ୭ଟା (ଭାରତୀୟ ସମୟ ପୂର୍ବାହ୍ନ ୧୧ଟା ୩୦ରେ) ଫଳାଫଳ ଘୋଷଣା କରାଯିବ। ଏଥିସହ ନୂଆ ସରକାର ଗଠନ ପ୍ରକ୍ରିୟା ଆରମ୍ଭ ହେବ। ପୋଲିଂ ଡେଟା ଏବଂ ବିଶେଷଜ୍ଞଙ୍କ ମତରେ ବିରୋଧୀ ଲେବର ପାର୍ଟି ସପକ୍ଷରେ ବିପୁଳ ମତଦାନ ହୋଇଛି। ତେଣୁ ଦୀର୍ଘ ୧୪ ବର୍ଷ ଧରି କ୍ଷମତାରୁ ଦୂରରେ ରହିଥିବା ଲେବର ପାର୍ଟିର ନେତା କିର୍‌ ଷ୍ଟାର୍ମରଙ୍କ ନେତୃତ୍ୱରେ ନୂଆ ସରକାର ଗଠନ ହୋଇପାରେ। ଲେବର ପାର୍ଟି କଞ୍ଜରଭେଟିଭ୍ସଙ୍କଠାରୁ ୨୦ ପଏଣ୍ଟ ଆଗରେ ଥିବା ଅଧିକାଂଶ ଓପିନିୟନ୍‌ ପୋଲ୍‌ରୁ ଜଣାପଡ଼ିଛି। ୟୁରୋପୀୟ ରାଷ୍ଟ୍ରଗୁଡ଼ିକ କୋଭିଡ୍‌-୧୯ ଏବଂ ରୁଷିଆର ୟୁକ୍ରେନ୍‌ ଆକ୍ରମଣ ପରିପ୍ରେକ୍ଷୀରେ ଉପୁଜିଥିବା ସ୍ଥିତିର ମୁକାବିଲା କରିବାରେ ବିଫଳତାକୁ ନେଇ ସେମାନଙ୍କ ସରକାରଙ୍କୁ ଦଣ୍ଡିତ କରିଛନ୍ତି। ବ୍ରିଟେନ୍‌ ମଧ୍ୟ ଏହି ଧାରାକୁ ଅନୁସରଣ କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri