ଆଜି ୨ ରାଜ୍ୟର ଭାଗ୍ୟ ପରୀକ୍ଷା: ଏକ୍‌ଜିଟ୍‌ପୋଲ ହେବ କି ସତ

ନୂଆଦିଲ୍ଲୀ,୮ା୧୦: ହରିୟାଣା ଏବଂ ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନର ଭୋଟ ଗଣତି ମଙ୍ଗଳବାର ସକାଳ ୮ ଟାରୁ ଆରମ୍ଭ ହୋଇଯାଇଛି। ତେବେ ଆଜି ଭାଗ୍ୟ ପରୀକ୍ଷା।  ଏହି ନିର୍ବାଚନରେ କିଏ ବାଜିମାତ୍‌ କରିବ ତାହାକୁ ନେଇ ଉଭୟ ରାଜ୍ୟବାସୀ ବେଶ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି । ହରିୟାଣାର ୯୦ ଓ ଜମ୍ମୁକାଶ୍ମୀର ୯୦ ଆସନ ପାଇଁ ହୋଇଥିବା ଭୋଟରେ କାହାକୁ କେତେ ମିଳିଛି ତାହାକୁ ନେଇ କିଛି ଘଣ୍ଟା ପରେ ସ୍ପଷ୍ଟ ଚିତ୍ର ଆସିବ । ସକାଳ ୮ଟାରୁ ଗଣତି ଆରମ୍ଭ ହୋଇଯାଇଛି।
ସବୁଠୁ ବଡ କଥା ୨୦୧୯ରେ ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିବାରୁ ଏହା ଗୁରୁତ୍ୱପୂର୍ଣ୍ଣ। ୯୦ ଆସନ ବିଶିଷ୍ଟ ଜମ୍ମୁ-କଶ୍ମୀର ବିଧାନସଭା ପାଇଁ ୩ ପଯର୍ର୍‌ୟାୟ ସେପ୍ଟେମ୍ବର ୧୮, ୨୫ ଏବଂ ଅକ୍ଟୋବର ୧ରେ ମତଦାନ ହୋଇଥିଲା। ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଏବଂ କଂଗ୍ରେସ ସେଠାରେ ମେଣ୍ଟ କରି ନିର୍ବାଚନ ଲଢ଼ିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା, ଓମାର ଅବଦୁଲ୍ଲା, ମେହବୁବା ମୁଫ୍‌ତି ପ୍ରମୁଖ ହାଇପ୍ରୋଫାଇଲ ନେତା ନିର୍ବାଚନ ପ୍ରଚାରରେ ସକ୍ରିୟ ଭାବେ ସାମିଲ ହୋଇଥିଲେ। ମୋଟାମୋଟି ମତଦାନ ହାର ୬୩.୮୮ ପ୍ରତିଶତ ଥିଲା।

ଏକ୍‌ଜିଟ ପୋଲ୍‌ ସର୍ଭେ ଅନୁଯାୟୀ, ଜମ୍ମୁ-କଶ୍ମୀରରେ ଝୁଲା ବିଧାନସଭା ହୋଇପାରେ। କଂଗ୍ରେସ-ଏନ୍‌ସି ମେଣ୍ଟକୁ ସର୍ବାଧିକ ୪୩ ଆସନ ମିଳିବାକୁ ଥିବାବେଳେ ଭାଜପା ୨୭, ପିଡିପି ୭ ଏବଂ ଅନ୍ୟାନ୍ୟ ଦଳକୁ ୧୩ ଆସନ ମିଳିବ ବୋଲି ଏଥିରେ ପୂର୍ବାନୁମାନ କରାଯାଇଥିଲା।

ତେବେ ଏକ୍‌ଜିଟ୍‌ ପୋଲ ସତ ହୋଇଯିବ କି କେଉଁଠି ନା କେଉଁଠି ପ୍ରଶ୍ନ ଆସୁଛି , କଥା ଉଠୁଛି।

ଅନ୍ୟପକ୍ଷେ ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭା ପାଇଁ ଅକ୍ଟୋବର ୫ରେ ମତଦାନ ହୋଇଥିଲା। ସେଠାରେ ୧୦ ବର୍ଷ ହେଲା ଭାଜପା କ୍ଷମତାରେ ଥିବାବେଳେ ପୁଣିଥରେ ସରକାର ଗଢ଼ିବା ପାଇଁ ଆଶାବାଦୀ ରହିଛି। ଅନ୍ୟପକ୍ଷରେ ସରକାର ବିରୋଧୀ ହାଓ୍ବା ଏବଂ ରାହୁଲଙ୍କ ଲୋକପ୍ରିୟତାକୁ ପୁଞ୍ଜିକରି କଂଗ୍ରେସ କ୍ଷମତାକୁ ଫେରିବାକୁ ଲକ୍ଷ୍ୟ ରଖିଛି। ଏକ୍‌ଜିଟ୍‌ ପୋଲ୍‌ ସର୍ଭେ ଅନୁଯାୟୀ କଂଗ୍ରେସ ସେଠାରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିବାକୁ ଥିବାବେଳେ ଭାଜପା ଦ୍ୱିତୀୟ ସ୍ଥାନରେ ରହିବ। ଏହା ବୁଥ୍‌ଫେରନ୍ତା ଭୋଟରଙ୍କ ମତାମତକୁ ନେଇ ଆକଳନ କରାଯାଇଥିବା ବେଳେ ମଙ୍ଗଳବାର ଭୋଟଗଣତି ପରେ ବାସ୍ତବ ଫଳାଫଳ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶିମାଝିଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର ୧୨ଟି...

ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ଗୁରୁତରଙ୍କୁ କଟକ ସ୍ଥାନାନ୍ତର

ବ୍ରହ୍ମପୁର , ୨୩।୧୨( ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ବୋରିଗାଁର ବଡ଼ ବନ୍ଧ ସାହିରେ ସୋମବାର ରାତିରେ ଗ୍ୟାସ ସିଲିଣ୍ଡର ଫାଟିଯାଇଛି ।...

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...

ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍‌ ସହ ରହିଛି…

ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍‌ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର...

ପ୍ରଧାନମନ୍ତ୍ରୀ ଚେହେରା ବଦଳାଇଲା କଂଗ୍ରେସ! ରାହୁଲ ଗାନ୍ଧୀ ନୁହଁନ୍ତି, ଏହି ନେତା… ସାଂସଦଙ୍କ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ ଜାତୀୟ କଂଗ୍ରେସର ଆଭ୍ୟନ୍ତରୀଣ ଏବଂ ବାହ୍ୟ ରାଜନୈତିକ ଦୃଶ୍ୟପଟରେ, ପୂର୍ବ ଅନେକ ନିର୍ବାଚନରୁ ଏହା ସ୍ପଷ୍ଟ ହୋଇଛି ଯେ ପୂର୍ବତନ ଦଳର ଅଧ୍ୟକ୍ଷ...

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ...

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ...

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri