ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ ପକ୍ଷୀ ସମ୍ପର୍କରେ ବନପାଳ ତ୍ରିନାଥ ଜେନାଙ୍କୁ ପଚାରିବାରୁ, ଏହି ପକ୍ଷୀ ସାଧାରଣତଃ ଭାରତର କିଛି ଅଞ୍ଚଳ, ପାକିସ୍ଥାନ, ଶ୍ରୀଲଙ୍କା, ମାଳଦୀପରେ ଦେଖିବାକୁ ମିଳିଥାନ୍ତି ବୋଲି ସେ କହିଛନ୍ତି।

ସାଧାରଣତଃ ଏମାନେ ଜଳାଶୟ ନିକଟସ୍ଥ ଏବଂ କମ୍‌ ଉତ୍ତାପ ଅନୁଭୂତ ଅଞ୍ଚଳରେ ରହିବାକୁ ପସନ୍ଦ କରନ୍ତି। ତେବେ ଯୋଡ଼ାର ଏକ ଟେଲିଫୋନ ଟାୱାର ଉପରେ ଏହି ଆଇବିସ ପକ୍ଷୀମାନଙ୍କର କଳରବ ପ୍ରାୟତଃ କିଛି ଦିନ ହେବ ଶୁଣିବାକୁ ମିଳୁଛି। ଦୁଇରୁ ତିନି ଯୋଡ଼ା ପକ୍ଷୀ ଏହି ଟେଲିଫୋନ ଟାୱାର ଉପରେ ପ୍ରାତଃ କାଳରେ କଳରବ କରୁଛନ୍ତି। ପରେ କାନପୁର ଜଳାଶୟ ଆଡ଼କୁ ଉଡି ଯାଉଛନ୍ତି। ପୁଣି ସୂର୍ଯ୍ୟାସ୍ତ ସମୟରେ ଏହି ସୁଉଚ୍ଚ ଟାୱାରକୁ ଫେରି ଆସୁଥିବା ଦେଖିବାକୁ ମିଳୁଛି।

ପ୍ରାୟତଃ ଏମାନଙ୍କ ଥଣ୍ଟ କଳା ଓ ନାଲି ରଙ୍ଗର ହୋଇଥାଏ। କିନ୍ତୁ ଯୋଡ଼ାରେ ଥିବା ଏହି ପ୍ରଜାତି ପକ୍ଷୀଙ୍କ ଥଣ୍ଟ କଳା ରଙ୍ଗ ସହିତ ବଡ଼ ଥଣ୍ଟ ଥିବା ଦେଖିବାକୁ ମିଳିଛି। ଏହି ପକ୍ଷୀ ବହୁ ଦୂର ପଥ ଅତିକ୍ରମ କରି ଚିଲିକା ଏବଂ ଅନ୍ୟାନ୍ୟ ଜଳାଶୟଗୁଡ଼ିକୁ ଶୀତ ଦିନରେ ଆସିଥାନ୍ତି। ଯୋଡ଼ା ଅଞ୍ଚଳରେ ତାପମାତ୍ରା କମ୍‌ ଥିବାରୁ ଏଠାରେ ସେମାନେ ବସବାସ କରିବାକୁ ପସନ୍ଦ କରୁଛନ୍ତି। ବନପାଳ ଜେନା କହିଛନ୍ତି ଯେ,ଏମାନେ ସାଧାରଣତଃ ଯୋଡ଼ି ହୋଇ ରହିବାକୁ ପସନ୍ଦ କରନ୍ତି। ଏହି ପକ୍ଷୀମାନଙ୍କର ସୁରକ୍ଷା ଦିଗରେ ବନ ବିଭାଗ ତତ୍ପରତା ଦେଖାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

ରୋହିତ ଯୋଗୁ ଏହି ଧୁରନ୍ଧରଙ୍କ କଟିବ ପତ୍ତା! ୨୭ରେ ପ୍ରଥମ ODI ପାଇଁ ଜାଣନ୍ତୁ ସମ୍ଭାବ୍ୟ ପ୍ଲେଇଂ-୧୧

ନୂଆଦିଲ୍ଲୀ,୨୫।୯: ଶ୍ରେୟସ ଅୟର ବର୍ତ୍ତମାନ ଜାପାନରେ ଏସିଆନ ଗେମ୍ସ ଦଳ ସହ ରହିଛନ୍ତି। ତେଣୁ ଭାରତୀୟ ଦଳରେ ନମ୍ବର-୪ ସ୍ଥାନ ଖାଲି ରହିଛି। ଏହି ସ୍ଥାନରେ ମ୍ୟାନେଜମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?