ଶୀତ ପୂର୍ବରୁ ଚିଲିକାରେ ବିଦେଶୀ ପକ୍ଷୀ

ବାଲୁଗାଁ, ୮।୧୦(ସଂଗ୍ରାମ ପାଇକରାୟ)ଶୀତ ଆସିବା ପୂର୍ବରୁ ନୀଳାମ୍ବୁ ଚିଲିକାକୁ ବିଦେଶୀ ପକ୍ଷୀଙ୍କ ଆଗମନ ହୋଇଛି। ଶନିବାର ସୁଦ୍ଧା ପକ୍ଷୀ ଅଭୟାରଣ୍ୟ ନଳବଣକୁ ୫୦ (ଇୟୁଜିୟନ୍‌ ପ୍ରଜାତିର ୩୦ ଏବଂ ଗଡଓ୍ବାଲ ୨୦) ବିଦେଶୀ ପକ୍ଷୀ ଆସିଥିବା ଡିଏଫ୍‌ଓ ଅମ୍ଳାନ ନାୟକ ସୂଚନା ଦେଇଛନ୍ତି। ପ୍ରାୟ ୧୫ରୁ ଊର୍ଦ୍ଧ୍ୱ ପ୍ରଜାତିର ପକ୍ଷୀ ସୋଭଲର, ନର୍ଦ୍ଦର୍ନ ପିଣ୍ଟେଲ୍‌, ଗଡଓ୍ବିଟ୍‌, କମନ କୁଟ୍‌ ଆଦି ଚିଳିକାରେ ବୁଲୁଛନ୍ତି। ଚିଲିକାରେ ଅବତରଣ ପୂର୍ବରୁ ପକ୍ଷୀ ସମୂହ, ନିରାପଦ ବାସସ୍ଥାନ ଏବଂ ଉପଯୁକ୍ତ ଖାଦ୍ୟ ଅନୁସନ୍ଧାନ କରି ଚିଲିକା ଜଳରାଶିରେ ପାଦ ଥାପିଥାନ୍ତି। ସପ୍ତାହେ ମଧ୍ୟରେ ଶତାଧିକ ପକ୍ଷୀଙ୍କ ଦୃଷ୍ଟିଗୋଚର ହେବା ସମ୍ଭାବନା ରହିଛି। ଚଳିତ ବର୍ଷ ଅକ୍ଟୋବର ପହିଲାରେ ପକ୍ଷୀଙ୍କ ଆଗମନ ହୋଇଥିବାରୁ ସେମାନଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ଡିଏଫଓ ଆଶା ପ୍ରକଟ କରିଛନ୍ତି। ଅସହ୍ୟ ଶୀତରୁ ରକ୍ଷା ପାଇବା ପାଇଁ ବରଫାବୃତ୍ତ ଅଞ୍ଚଳ ସାଇବେରିଆ, ଋଷିଆ, କାଜକ୍‌ସ୍ଥାନ, ଲଦାକ୍‌, ମାଙ୍ଗୋଲିଆ, ଆମେରିକା, କାନାଡାରୁ ଆଦି ରଙ୍ଗବେରଙ୍ଗର ପକ୍ଷୀମାନେ ଚିଲିକାକୁ ଆସିଥାନ୍ତି। ବର୍ଷାଦିନେ ଜନ୍ମ ନେଇଥିବା କୀଟପତଙ୍ଗ, ମାଛ ଓ ତୃଣଜାତୀୟ ଉଦ୍ଭିଦ ଆଦି ଏହି ପକ୍ଷୀଙ୍କ ମୁଖ୍ୟ ଆହର ପାଲଟିଥାଏ। ବିଶେଷକରି ବର୍ତ୍ତମାନ ପକ୍ଷୀ ଅଭୟାରଣ୍ୟ ନଳବଣରେ ଜଳସ୍ତର ଅଧିକ ଥିବାରୁ ଚିଲିକା ତଟ ଅଞ୍ଚଳରେ ବହୁ ସଂଖ୍ୟାରେ ପକ୍ଷୀ ପଇଁତରା ମାରୁଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ପକ୍ଷୀଙ୍କ ସୁରକ୍ଷା ପାଇଁ ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ପକ୍ଷୀଙ୍କ ସୁରକ୍ଷା ପାଇଁ ୨୦ଟି କ୍ୟାମ୍ପ କରାଯାଇଛି। ଢାବା ଏବଂ ହୋଟେଲଗୁଡ଼ିକୁ ତଲାସିବା ପାଇଁ ଗୋଟିଏ ଭ୍ରାମ୍ୟମାଣ ସ୍କ୍ବାଡ୍‌ ନିୟୋଜିତ କରାଯାଇଛି। ଏହାବ୍ୟତୀତ ବାଲୁଗାଁ ବନ୍ୟପ୍ରାଣୀ ବିଭାଗୀୟ ଅଧୀନ ଟାଙ୍ଗୀ ରେଞ୍ଜରେ ସର୍ବାଧିକ ୧୧ଟି କ୍ୟାମ୍ପ, ବାଲୁଗାଁ ରେଞ୍ଜ ଅଧୀନ ନଳବଣରେ ୪ଟି, ସାତପଡ଼ାରେ ୨ଟି, ରମ୍ଭା ୨ ଓ ଚିଲିକାରେ ଗୋଟିଏ କ୍ୟାମ୍ପ ନିୟୋଜିତ ନିମନ୍ତେ ବ୍ୟବସ୍ଥା କରାଯାଇଛି। ଜଳପଥରେ ପ୍ରତ୍ୟେକ କ୍ୟମ୍ପରେ ଗୋଟିଏ ଲେଖାଏ ଯନ୍ତ୍ରଚାଳିତ ବୋଟ୍‌ ସମେତ ଜଣେ ବନପାଳ କିମ୍ବା ବନରକ୍ଷୀ ଏବଂ ଚିଲିକା ତଟବର୍ତ୍ତୀ ଗ୍ରାମ ପକ୍ଷୀ ସୁରକ୍ଷା ମଞ୍ଚର ୩ଜଣ ଲେଖାଏ ସଦସ୍ୟ ସାମିଲ ହୋଇଛନ୍ତି। ଚିଲିକା ତଟବର୍ତ୍ତୀ ଗ୍ରାମଗୁଡ଼ିକରେ ପକ୍ଷୀ ସୁରକ୍ଷା ସମ୍ପର୍କିତ ସଚେତନମୂଳକ କାର୍ଯ୍ୟକ୍ରମ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri