ବଢ଼ିଲା ବଡ଼କମର-ଖଡ଼ଗପ୍ରସାଦ ସେତୁ ଆଶା

ପରଜଙ୍ଗ, ୧୧ା୮(ଡି.ଏନ.ଏ.)
ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସହ ଓଡ଼ାପଡ଼ା ବ୍ଲକକୁ ସିଧାସଳଖ ଯୋଡିବାକୁ ବ୍ରାହ୍ମଣୀ ନଦୀ ଉପରେ ସେତୁଟିଏ ନିର୍ମାଣ ପାଇଁ ଅଞ୍ଚଳବାସୀଙ୍କ ମଧ୍ୟରେ ଆଶା ସଞ୍ଚାର ହୋଇଛି। ୨୦୧୮-୧୯ ବର୍ଷରେ ଦୁଇଥର ଏଥିପାଇଁ ପ୍ରସ୍ତାବ ପଠାଯାଇଥିଲେ ମଧ୍ୟ ନାବାର୍ଡର ଅନୁମୋଦନ ଅଭାବରୁ ସେତୁ ଅନିଶ୍ଚିତତାରେ ଥିବା ନେଇ ‘ଧରିତ୍ରୀ’ରେ ଗତ ମାସ ୧୪ ତାରିଖରେ ଖବର ପ୍ରକାଶ ପାଇଥିଲା। ଏହାପରେ ଏ ଦିଗରେ ତତ୍ପରତା ଦେଖାଦେଇଛି। ସୋମବାର ବଡ଼କମରଠାରେ ପ୍ରସ୍ତାବିତ ସେତୁ ସ୍ଥାନକୁ ନାବାର୍ଡ ଡିଜିଏମ୍‌ ସଞ୍ଜୀବ ମିଶ୍ର, ଗୋଲଖ ବିହାରୀ କର, ଡିଜାଇନର ଗୟାଧର ସାହୁ, ପୂର୍ତ୍ତ ବିଭାଗ ଏସି ଦିଗାମ୍ବର ବିଶ୍ୱାଳ, ନିର୍ବାହୀ ଯନ୍ତ୍ରୀ ମନୋରଞ୍ଜନ ବିଶ୍ୱାଳ, ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରତାପ କୁମାର ହରିପାଲ, ନିବେଶ କୁମାର ମାଝି ପ୍ରମୁଖ ପରିଦର୍ଶନ କରିଛନ୍ତି। ଏହି ସେତୁ ନିର୍ମାଣ ହେଲେ ୫୫ ଓ ୫୩ ନମ୍ବର ଜାତୀୟ ରାଜପଥ ମଧ୍ୟରେ ସଂଯୋଗ ସହ ଢେଙ୍କାନାଳ ସଦର ମହକୁମାରୁ ଓଡ଼ପଡ଼ା ଦେଇ ପରଜଙ୍ଗକୁ ଉନ୍ନତ ମାର୍ଗ ଖୋଲିପାରିବ। ଢେଙ୍କାନାଳରୁ ପରଜଙ୍ଗ ରାସ୍ତା ୨୫ କିମି ହ୍ରାସ ପାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri