Posted inଜାତୀୟ

ଶାହାଙ୍କୁ ଭେଟିଲେ କଂଗ୍ରେସରୁ ବହିଷ୍କୃତ ବିଧାୟକ

ଚଣ୍ଡିଗଡ଼,୧୦।୭: ହରିୟାଣା କଂଗ୍ରେସରୁ ବହିଷ୍କୃତ ନେତା ତଥା ଆଦମପୁର ବିଧାୟକ କୁଲଦୀପ ବିଷ୍ଣୋଇ ରବିବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ଭାରତୀୟ ଜନତା ପାର୍ଟି ମୁଖ୍ୟ ଜେପି ନଡାଙ୍କୁ ଭେଟିଛନ୍ତି। ଦୁଇ ନେତାଙ୍କ ସହ ଭେଟ ବେଳର ଫଟୋ ସେ ନିଜ ଟୁଇଟର୍‌ରେ ଶେୟାର କରିଛନ୍ତି। ଏଥି ସହିତ, ଶାହା ଏବଂ ନଡ୍ଡାଙ୍କ ସହ ବୈଠକ ପୂର୍ବରୁ ସେ ଟୁଇଟର୍‌ରୁ କଂଗ୍ରେସର ମୁଖ୍ୟ ସୋନିଆ ଗାନ୍ଧୀ ଏବଂ ଦଳର ନେତା ରାହୁଲ ଗାନ୍ଧୀଙ୍କ ସହ ଫଟୋ ହଟାଇ ଦେଇଛନ୍ତି।
ଅମିତ ଶାହାଙ୍କୁ ଭେଟିବାର ଫଟୋ ଶେୟାର କରି ସେ ଲେଖିଛନ୍ତି ଯେ, ଶ୍ରୀ ଅମିତ ଶାହା ଜୀଙ୍କୁ ଭେଟିବା ପ୍ରକୃତ ସମ୍ମାନ ଏବଂ ଆନନ୍ଦର ବିଷୟ ଥିଲା। ସେ ଜଣେ ସଚ୍ଚୋଟ ରାଜନେତା। ଭାରତ ପାଇଁ ତାଙ୍କର ଦୂରଦୃଷ୍ଟି ଆଶ୍ଚର୍ଯ୍ୟଜନକ ଅଟେ। ଜଣେ ଅମିତ ଶାହା ହେବା ବହୁତ କଷ୍ଟସାଧ୍ୟ।

ସେହିପରି ଜେପି ନଡ୍ଡାଙ୍କ ସହ ଫଟୋ ଶେୟାର କରି ଲେଖିଛନ୍ତି ଯେ, ଶ୍ରୀ ଜେପି ନଡ୍ଡା ଜୀଙ୍କୁ ଭେଟି ମୁଁ ବହୁତ ଗର୍ବିତ। ତାଙ୍କର ବିନମ୍ର ସ୍ବଭାବ ତାଙ୍କୁ ଅନ୍ୟମାନଙ୍କଠାରୁ ପୃଥକ କରେ। ତାଙ୍କ ଦକ୍ଷ ଅଧ୍ୟକ୍ଷତା ଅଧୀନରେ ଭାଜପା ଅଦ୍ଭୁତପୂର୍ବ ସଫଳତା ଦେଖିଛି। ମୁଁ ତାଙ୍କ ଉତ୍ତମ ସ୍ବାସ୍ଥ୍ୟ ଏବଂ ଦୀର୍ଘାୟୁ କାମନା କରୁଛି।

ସୂଚନାଯୋଗ୍ୟ, ରାଜ୍ୟ ସଭା ନିର୍ବାଚନ ସମୟରେ କୁଲଦୀପଙ୍କ କ୍ରସ ଭୋଟିଂ ଯୋଗୁ କଂଗ୍ରେସ ପ୍ରାର୍ଥୀ ଅଜୟ ମାକେନଙ୍କୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହା ପରେ କଂଗ୍ରେସ କୁଲଦୀପଙ୍କୁ ସମସ୍ତ ପଦବୀରୁ ହଟାଇ ଦେଇଥିଲା। କୁଲଦୀପ ଖୁବଶୀଘ୍ର ଭାଜପାରେ ଯୋଗ ଦେଇପାରନ୍ତି ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri