ବ୍ୟୟ ମଞ୍ଜୁରୀ ବିଲ୍‌ ଗୃହୀତ

ଭୁବନେଶ୍ୱର,୧ା୪(ବ୍ୟୁରୋ):ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଦ୍ୱାରା ଆଗତ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ୧.୭୫ ଲକ୍ଷ କୋଟି ଟଙ୍କାର ବ୍ୟୟ ମଞ୍ଜୁରୀ ବିଲ ବୁଧବାର ବିଧାନସଭାର ଅନୁମୋଦନ ଲାଭ କରିଛି। ଏହି ବିଲକୁ ଉପସ୍ଥାପନ କରି ଅର୍ଥମନ୍ତ୍ରୀ କହିଲେ ‘କରୋନା’ ଯୋଗୁଁ ଖର୍ଚ୍ଚର ଧାରା ପ୍ରଭାବିତ ହୋଇଛି ଏବଂ ‘କେନ୍ଦ୍ରୀୟ ହସ୍ତାନ୍ତର’ ଅଂଶଧନ କମିଛି। ଉପଯୁକ୍ତ୍‌ ପରିଚାଳନା ଓ ସଂସ୍କାରମୂଳକ ପଦକ୍ଷେପ ଯୋଗୁଁ ତାହାକୁ ଅନେକାଂଶରେ ପ୍ରତିହତ କରାଯାଇ ପାରିଛି। ମହାମାରୀର ପ୍ରଭାବ ପରେ ମଧ୍ୟ ବଜେଟ୍‌ ପରିମାଣ କମିନାହିଁ। ୨୬ ପ୍ରତିଶତ ବୃଦ୍ଧି ପାଇଛି। ଏହା କିଛି କମ୍‌ ବଡ଼ କଥା ନୁହେଁ। ଏଥିରେ ପ୍ରଶାସନିକ ବ୍ୟୟ ନିମନ୍ତେ ୮୫ ହଜାର କୋଟି, କାର୍ଯ୍ୟକ୍ରମ ବ୍ୟୟ ବାବଦକୁ ୭୫ ହଜାର କୋଟି, ବିପର୍ଯ୍ୟୟ ପ୍ରଶମନ ବ୍ୟୟ ଲାଗି ୩ ହଜାର ୫୦ କୋଟି ଟଙ୍କା ଏବଂ ସ୍ଥାନୀୟ ନିକାୟ ସଂସ୍ଥା ଓ ଉନ୍ନୟନ ସଂସ୍ଥାକୁ ହସ୍ତାନ୍ତର ପାଇଁ ୬,୯ ୫୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଗତ ୧୩ ତାରିଖରୁ ୩୦ ତାରିଖ ମଧ୍ୟରେ ଗୃହରେ ବିଭିନ୍ନ ଦାବୀଗୁଡ଼ିକ ଉପରେ ଆଲୋଚନା ହୋଇ ସାରିଛି। ଗୃହର ଅନୁମୋଦନ ମୁଳିବା ପରେ ଏହି ଅର୍ଥ ରାଜ୍ୟର ସର୍ବାଙ୍ଗୀନ ବିକାଶ ସହ ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମ ପାଇଁ ବିନିଯୋଗ ହେବ। ବଜେଟରେ କରୋନାର ପ୍ରଭାବ ସତ୍ତ୍ୱେ ବିକାଶ କାର୍ଯ୍ୟକୁ ଅଗ୍ରାଧିକାର ଦିଆଯାଇଛି।
ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନିଷ୍ପତ୍ତି ଓ ଆର୍ଥକ ସଂସ୍କାର ପଦକ୍ଷେପ ଯୋଗୁଁ ଓଡ଼ିଶା ବିଶେଷ ଭାବରେ କିଛି କ୍ଷତିଗ୍ରସ୍ତ ହୋଇନାହିଁ। ସେଥିପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଭଳି ବହୁ ସଂସ୍ଥା ଆନ୍ତର୍ଜାତୀୟ ସଂସ୍ଥା ଓଡିଶାକୁ ପ୍ରଶଂସା କରିଛନ୍ତି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ଏହି ବିଲ୍‌କୁ ଉଭୟ ବିରୋଧୀ କଂଗ୍ରେସ ଓ ଭାଜପା ସଭ୍ୟମାନେ ବିରୋଧ କରିଥିଲା ବେଳେ ଶାସକ ସଭ୍ୟମାନେ ସମର୍ଥନ କରିଥିଲେ।
ଏଠାରେ ସୂଚନା ଯୋଗ୍ୟ ଯେ ୩୩ଟି ବିଭାଗର ଖର୍ଚ୍ଚ ଦାବି ହଟ୍ଟଗୋଳ ଯୋଗୁ ଆଲୋଚନା ହୋଇ ନ ପାରିବାରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସେ ସବୁକୁ ମାର୍ଚ୍ଚ ୩୦ ତାରିଖରେ ଗିଲୋଟିନ ମାଧ୍ୟମରେ ବିଧାନସଭାର ଅନୁମୋଦନ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri