ବ୍ୟୟ ମଞ୍ଜୁରୀ ବିଲ୍‌ ଗୃହୀତ

ଭୁବନେଶ୍ୱର,୧ା୪(ବ୍ୟୁରୋ):ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଦ୍ୱାରା ଆଗତ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ୧.୭୫ ଲକ୍ଷ କୋଟି ଟଙ୍କାର ବ୍ୟୟ ମଞ୍ଜୁରୀ ବିଲ ବୁଧବାର ବିଧାନସଭାର ଅନୁମୋଦନ ଲାଭ କରିଛି। ଏହି ବିଲକୁ ଉପସ୍ଥାପନ କରି ଅର୍ଥମନ୍ତ୍ରୀ କହିଲେ ‘କରୋନା’ ଯୋଗୁଁ ଖର୍ଚ୍ଚର ଧାରା ପ୍ରଭାବିତ ହୋଇଛି ଏବଂ ‘କେନ୍ଦ୍ରୀୟ ହସ୍ତାନ୍ତର’ ଅଂଶଧନ କମିଛି। ଉପଯୁକ୍ତ୍‌ ପରିଚାଳନା ଓ ସଂସ୍କାରମୂଳକ ପଦକ୍ଷେପ ଯୋଗୁଁ ତାହାକୁ ଅନେକାଂଶରେ ପ୍ରତିହତ କରାଯାଇ ପାରିଛି। ମହାମାରୀର ପ୍ରଭାବ ପରେ ମଧ୍ୟ ବଜେଟ୍‌ ପରିମାଣ କମିନାହିଁ। ୨୬ ପ୍ରତିଶତ ବୃଦ୍ଧି ପାଇଛି। ଏହା କିଛି କମ୍‌ ବଡ଼ କଥା ନୁହେଁ। ଏଥିରେ ପ୍ରଶାସନିକ ବ୍ୟୟ ନିମନ୍ତେ ୮୫ ହଜାର କୋଟି, କାର୍ଯ୍ୟକ୍ରମ ବ୍ୟୟ ବାବଦକୁ ୭୫ ହଜାର କୋଟି, ବିପର୍ଯ୍ୟୟ ପ୍ରଶମନ ବ୍ୟୟ ଲାଗି ୩ ହଜାର ୫୦ କୋଟି ଟଙ୍କା ଏବଂ ସ୍ଥାନୀୟ ନିକାୟ ସଂସ୍ଥା ଓ ଉନ୍ନୟନ ସଂସ୍ଥାକୁ ହସ୍ତାନ୍ତର ପାଇଁ ୬,୯ ୫୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଗତ ୧୩ ତାରିଖରୁ ୩୦ ତାରିଖ ମଧ୍ୟରେ ଗୃହରେ ବିଭିନ୍ନ ଦାବୀଗୁଡ଼ିକ ଉପରେ ଆଲୋଚନା ହୋଇ ସାରିଛି। ଗୃହର ଅନୁମୋଦନ ମୁଳିବା ପରେ ଏହି ଅର୍ଥ ରାଜ୍ୟର ସର୍ବାଙ୍ଗୀନ ବିକାଶ ସହ ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମ ପାଇଁ ବିନିଯୋଗ ହେବ। ବଜେଟରେ କରୋନାର ପ୍ରଭାବ ସତ୍ତ୍ୱେ ବିକାଶ କାର୍ଯ୍ୟକୁ ଅଗ୍ରାଧିକାର ଦିଆଯାଇଛି।
ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନିଷ୍ପତ୍ତି ଓ ଆର୍ଥକ ସଂସ୍କାର ପଦକ୍ଷେପ ଯୋଗୁଁ ଓଡ଼ିଶା ବିଶେଷ ଭାବରେ କିଛି କ୍ଷତିଗ୍ରସ୍ତ ହୋଇନାହିଁ। ସେଥିପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଭଳି ବହୁ ସଂସ୍ଥା ଆନ୍ତର୍ଜାତୀୟ ସଂସ୍ଥା ଓଡିଶାକୁ ପ୍ରଶଂସା କରିଛନ୍ତି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ଏହି ବିଲ୍‌କୁ ଉଭୟ ବିରୋଧୀ କଂଗ୍ରେସ ଓ ଭାଜପା ସଭ୍ୟମାନେ ବିରୋଧ କରିଥିଲା ବେଳେ ଶାସକ ସଭ୍ୟମାନେ ସମର୍ଥନ କରିଥିଲେ।
ଏଠାରେ ସୂଚନା ଯୋଗ୍ୟ ଯେ ୩୩ଟି ବିଭାଗର ଖର୍ଚ୍ଚ ଦାବି ହଟ୍ଟଗୋଳ ଯୋଗୁ ଆଲୋଚନା ହୋଇ ନ ପାରିବାରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସେ ସବୁକୁ ମାର୍ଚ୍ଚ ୩୦ ତାରିଖରେ ଗିଲୋଟିନ ମାଧ୍ୟମରେ ବିଧାନସଭାର ଅନୁମୋଦନ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ରାଲିରେ ଟ୍ରମ୍ପ୍‌ଙ୍କ ବଡ଼ ଦାବି, ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ…

ଓ୍ବାଶିଂଟନ,୨୪ା୧୦: ଆମେରିକାରେ ମଧ୍ୟବର୍ତ୍ତିକାଳୀ ନିର୍ବାଚନ ପାଇଁ ପ୍ରଚାର ଜୋର୍‌ ଧରିଥିବା ବେଳେ ସେଥିରେ ଅପରେଶନ ସିନ୍ଦୂର ସ୍ଥାନ ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଉଚ୍ଚ ଟାରିଫ୍‌ ଧମକ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ

ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ନଦୀରେ ଭାସୁଥିଲା ଅଖା, ଭିତରୁ ଯାହା ମିଳିଲା…

କାଲିମେଳା, ୨୪।୧୦ (ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଏମଭି-୬୪/୧୦ ଗ୍ରାମ ନିକଟସ୍ଥ ପଟେରୁ ନଦୀରୁ ଏକ ଗଳିତ ମୃତଦେହ ଶନିବାର ମିଳିଛି।…

ରାଜ୍ୟ ସ୍ତରୀୟ ସୁଟିଙ୍ଗ ପ୍ରତିଯୋଗିତା: କଳାହାଣ୍ଡିକୁ ମିଳିଲା ୯ ପଦକ

ଲାଞ୍ଜିଗଡ଼,୨୪।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ୬୧ତମ ବାର୍ଷିକ ସୁଟିଙ୍ଗ ପ୍ରତିଯୋଗିତାରେ ଭାଗ ନେଇ ୪ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ ଏବଂ…

ମା’ଙ୍କ ଶ୍ରାଦ୍ଧ ଲାଗି ଛୁଟିରେ ଗାଁକୁ ଆସିଥିଲେ, ଦୁର୍ଘଟଣାରେ ଚାଲିଗଲା ଯବାନଙ୍କ ଜୀବନ

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦେଶ ସେବାରେ ନିୟୋଜିତ ଥିବା ଆସାମ ରାଇଫଲ୍ସ ହାବିଲଦାର ସରୋଜ କୁମାର ଶବରଙ୍କୁ ଶନିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?