ଜୁଲାଇ ସୁଦ୍ଧା ଖର୍ଚ୍ଚ, ରାଜସ୍ବ ଆଦାୟ ବଢ଼ିଛି

ଭୁବନେଶ୍ୱର,୪ା୮(ଅନିଲ ଦାସ): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଗତ ଆର୍ଥିକ ବର୍ଷ ତୁଳନାରେ ଚଳିତ ଆର୍ଥିକ ବର୍ଷର ଜୁଲାଇ ମାସ ସୁଦ୍ଧା ବଜେଟ ଅନୁମୋଦନ ଅର୍ଥର ପ୍ରାୟ ୪ ପ୍ରତିଶତ ଅଧିକ ଖର୍ଚ୍ଚ କରିଛନ୍ତି। ୨୦୨୨-୨୩ ଆର୍ଥିକ ବର୍ଷରେ ରାଜ୍ୟର ବଜେଟ ଅନୁମୋଦନ ହିସାବରେ ଜୁଲାଇ ମାସ ଶେଷ ସୁଦ୍ଧା ବିଭାଗଗୁଡିକ ୧୬.୪୩ ପ୍ରତିଶତ ଖର୍ଚ୍ଚ କରିଥିବା ବେଳେ ୨୦୨୩-୨୪ ଆର୍ଥିକ ବର୍ଷରେ ଏହି ମାସ ଶେଷ ସୁଦ୍ଧା ଏହା ୨୦.୯୭ ପ୍ରତିଶତ ରହିଛି। ସେହିପରି ରାଜସ୍ବ ଆଦାୟ ମଧ୍ୟ ଗତବର୍ଷ ତୁଳନାରେ ବଢିଛି। ଗତ ଆର୍ଥିକ ବର୍ଷର ଜୁଲାଇ ମାସ ସୁଦ୍ଧା ୧୨ .୨୮ ପ୍ରତିଶତ ଥିବାବେଳେ ଚଳିତ ବର୍ଷ ଏହା ୨୦ .୬୮ ପ୍ରତିଶତକୁ ବୃଦ୍ଧି ପାଇଛି। ଗୁରୁବାର ଖାରବେଳ ଭବନ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚିବସ୍ତରୀୟ ସମୀକ୍ଷା ବୈଠକରେ ଏହି ସୂଚନା ଦିଆଯାଇଛି।
ଭିତ୍ତିଭୂମି, ଶକ୍ତି ଓ ମିଶନ ଶକ୍ତି କ୍ଷେତ୍ର ଖର୍ଚ୍ଚରେ ଉନ୍ନତି ହୋଇଛି। ବିଭାଗଗୁଡିକ ଧାର୍ଯ୍ୟଲକ୍ଷ୍ୟ ଅନୁସାରେ କାର୍ଯ୍ୟକରି ଓ ଖର୍ଚ୍ଚ ବିନିଯୋଗ କରିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଛି। ସେହିପରି ପୁଞ୍ଜି ସହାୟତା ପାଇଁ ରାଜ୍ୟକୁ ମିଳୁଥିବା ସ୍ବତନ୍ତ୍ର ସହାୟତା ଅର୍ଥ ଖର୍ଚ୍ଚ କରାଯିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି। ଅବସର ଗ୍ରହଣ କରୁଥିବା କର୍ମଚାରୀମାନଙ୍କର ଚୂଡାନ୍ତ ପେନସନ ଶୀଘ୍ର ମଞ୍ଜୁର ପାଇଁ ଡିଡିଓମାନେ ଗୁରୁତ୍ୱ ଦେବା ସହ ବିଭାଗୱାରି ଜନ ଅଭିଯୋଗ ଶୁଣାଣିର ସ୍ଥିତି ସମୀକ୍ଷା କରାଯାଇଛି। ବୈଠକରେ କର୍ମଚାରୀମାନଙ୍କ ଅପେକ୍ଷା ସାଧାରଣ ଲୋକଙ୍କର ଅଭିଯୋଗଗୁଡିକୁ ଗୁରୁତ୍ୱ ଦିଆଯାଇ ତ୍ୱରିତ ଫଇସଲା କରିିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ଅକ୍ଟୋବରରେ ହେବାକୁ ଥିବା ସମସ୍ତ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ ନେଇ ଜାତୀୟସ୍ତରୀୟ ସମ୍ମିଳନୀ ଆୟୋଜନ ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଛି।
ଏହି ବୈଠକରେ ପ୍ରଥମେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଯୋଗଦେଇ ଜୁଲାଇ ମାସ ଶେଷ ସୁଦ୍ଧା ବିଭିନ୍ନ ବିଭାଗର ସଚିବମାନେ ମୁଖ୍ୟ ଶାସନ ସଚିବଙ୍କୁ ପ୍ରଦାନ କରିଥିବା ବିଭାଗର ପ୍ରମୁଖ କାର୍ଯ୍ୟ ସଫଳତା ସମ୍ପର୍କରେ ଉପସ୍ଥାପନ କରିଥିଲେ।
ଏହି ପରିପ୍ରେକ୍ଷୀରେ ସୂଚନା ଦେଇ ଉନ୍ନୟନ କମିଶନର କହିଥିଲେ ଯେ ଜୁଲାଇ ମାସ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ପାଇଁ ବହୁ ସଫଳତା ଆଣିଦେଇଛି। ଚଳିତ ମାସରେ ‘ଜାତୀୟ ବହୁମୁଖୀ ଦାରିଦ୍ର୍ୟ ସୂଚକାଙ୍କ’ ସମୀକ୍ଷା ଅନୁସାରେ ଓଡ଼ିଶାରେ ଦାରିଦ୍ର୍ୟ ଦୂରୀକରଣ ହାର ଦେଶର ଅନ୍ୟ ପ୍ରମୁଖ ରାଜ୍ୟ ଭଳି ଦ୍ରୁତତମ ରହିଥିବା ରିପୋର୍ଟ ପ୍ରକାଶ ପାଇଛି। ଗ୍ରାମୀଣ ବିକାଶ ଲକ୍ଷ୍ୟରେ ପୂର୍ବରୁ ଥିବା ‘ଆମ ଗାଁ ଆମ ବିକାଶ’ ନିର୍ଦ୍ଦେଶନାମାରେ ସଂଶୋଧନ କରାଯାଇ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମରେ ପରିବର୍ତ୍ତିତ ହୋଇ ତଦନୁସାରେ ଗ୍ରାମୀଣ ବିକାଶ ପାଇଁ ପଦକ୍ଷେପ ନିଆଯାଉଛି। ରାଜ୍ୟର ବିକାଶ ଓ ଶିଳ୍ପାୟନ ପାଇଁ ଆବଶ୍ୟକ ଥିବା ଓଡ଼ିଶା ସେମିକଣ୍ଡକ୍ଟର ମାନୁଫାକ୍ଚରିଂ ଏବଂ ଫାବ୍‌ଲେସ୍‌ ପଲିସି ଅନୁମୋଦନ କରାଯାଇଛି। ଡିଜିଟାଲ୍‌ ଇଣ୍ଡିଆ ଲ୍ୟାଣ୍ଡ ରେକର୍ଡ ଆଧୁନିକୀକରଣ କାର୍ଯ୍ୟକ୍ରମର ଲକ୍ଷ୍ୟଗୁଡ଼ିକୁ ପୂରଣ କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାକୁ ‘ଭୂମି ସମ୍ମାନ’ ପୁରସ୍କାର, ଓଡ଼ିଶା ରାଜ୍ୟ କୃଷି ବିପ୍ପଣନ ବୋର୍ଡକୁ ସ୍କଚ ପୁରସ୍କାର-୨୦୨୩, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀମାନଙ୍କ ହିତ ଦୃଷ୍ଟିରୁ ରାଜ୍ୟ ସରକାର କୃଷକମାନଙ୍କ ପ୍ରିମିୟମ ଅଂଶ ପ୍ରଦାନ ପାଇଁ ନିଷ୍ପତ୍ତି, ଜଳ ସମ୍ପଦ ବିଭାଗ ପକ୍ଷରୁ ନୂତନ ଭାବେ ଲୋୟର ସୁକତେଲ ପ୍ରକଳ୍ପରେ ଜଳ ସଂରକ୍ଷଣ କରାଯିବା ସହିତ ଅନ୍ୟାନ୍ୟ ବିଭିନ୍ନ କ୍ଷେତ୍ରରେ ଜୁଲାଇ ମାସରେ ରାଜ୍ୟର ଉଲ୍ଲେଖନୀୟ ସଫଳତା ସମ୍ପର୍କରେ ସେ ସୂଚନା ଦେଇଛନ୍ତି। ବୈଠକରେ ଟୋନି ବ୍ଲେୟାର ଇନ୍‌ଷ୍ଟିଚ୍ୟୁଟ, ଲଣ୍ଡନ ତରଫରୁ ଓଡ଼ିଶାରେ ଅର୍ଥନୈତିକ ବିକାଶ ପାଇଁ ଯେଉଁସବୁ କାର୍ଯ୍ୟକ୍ରମ ରହିଛି, ସେସବୁର ସଫଳ ରୂପାୟନରେ ବୈଷୟିକ ଓ ଅନ୍ୟାନ୍ୟ କ୍ଷେତ୍ରରେ ସହଯୋଗ କରିବା ସମ୍ପର୍କରେ ବିଶଦ ଉପସ୍ଥାପନ କରାଯାଇଥିଲା। ଶେଷରେ ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ପ୍ରବୀଣ ଦେଶାଇ ଶିମିଳିପାଳ, ଭିତରକନିକା, ସାତକୋଶିଆ ପରି ଓଡ଼ିଶାର ବନ୍ୟପ୍ରାଣୀ ଅଭୟାରଣ୍ୟକୁ କିପରି ବିଶ୍ୱସ୍ତରୀୟ କରାଯାଇପାରିବ ସେ ସମ୍ପର୍କରେ ବିସ୍ତୃତ ଉପସ୍ଥାପନ କରିଥିଲେ। ଆଲୋଚନାରେ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri