ଜୁଲାଇ ସୁଦ୍ଧା ଖର୍ଚ୍ଚ, ରାଜସ୍ବ ଆଦାୟ ବଢ଼ିଛି

ଭୁବନେଶ୍ୱର,୪ା୮(ଅନିଲ ଦାସ): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଗତ ଆର୍ଥିକ ବର୍ଷ ତୁଳନାରେ ଚଳିତ ଆର୍ଥିକ ବର୍ଷର ଜୁଲାଇ ମାସ ସୁଦ୍ଧା ବଜେଟ ଅନୁମୋଦନ ଅର୍ଥର ପ୍ରାୟ ୪ ପ୍ରତିଶତ ଅଧିକ ଖର୍ଚ୍ଚ କରିଛନ୍ତି। ୨୦୨୨-୨୩ ଆର୍ଥିକ ବର୍ଷରେ ରାଜ୍ୟର ବଜେଟ ଅନୁମୋଦନ ହିସାବରେ ଜୁଲାଇ ମାସ ଶେଷ ସୁଦ୍ଧା ବିଭାଗଗୁଡିକ ୧୬.୪୩ ପ୍ରତିଶତ ଖର୍ଚ୍ଚ କରିଥିବା ବେଳେ ୨୦୨୩-୨୪ ଆର୍ଥିକ ବର୍ଷରେ ଏହି ମାସ ଶେଷ ସୁଦ୍ଧା ଏହା ୨୦.୯୭ ପ୍ରତିଶତ ରହିଛି। ସେହିପରି ରାଜସ୍ବ ଆଦାୟ ମଧ୍ୟ ଗତବର୍ଷ ତୁଳନାରେ ବଢିଛି। ଗତ ଆର୍ଥିକ ବର୍ଷର ଜୁଲାଇ ମାସ ସୁଦ୍ଧା ୧୨ .୨୮ ପ୍ରତିଶତ ଥିବାବେଳେ ଚଳିତ ବର୍ଷ ଏହା ୨୦ .୬୮ ପ୍ରତିଶତକୁ ବୃଦ୍ଧି ପାଇଛି। ଗୁରୁବାର ଖାରବେଳ ଭବନ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚିବସ୍ତରୀୟ ସମୀକ୍ଷା ବୈଠକରେ ଏହି ସୂଚନା ଦିଆଯାଇଛି।
ଭିତ୍ତିଭୂମି, ଶକ୍ତି ଓ ମିଶନ ଶକ୍ତି କ୍ଷେତ୍ର ଖର୍ଚ୍ଚରେ ଉନ୍ନତି ହୋଇଛି। ବିଭାଗଗୁଡିକ ଧାର୍ଯ୍ୟଲକ୍ଷ୍ୟ ଅନୁସାରେ କାର୍ଯ୍ୟକରି ଓ ଖର୍ଚ୍ଚ ବିନିଯୋଗ କରିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଛି। ସେହିପରି ପୁଞ୍ଜି ସହାୟତା ପାଇଁ ରାଜ୍ୟକୁ ମିଳୁଥିବା ସ୍ବତନ୍ତ୍ର ସହାୟତା ଅର୍ଥ ଖର୍ଚ୍ଚ କରାଯିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି। ଅବସର ଗ୍ରହଣ କରୁଥିବା କର୍ମଚାରୀମାନଙ୍କର ଚୂଡାନ୍ତ ପେନସନ ଶୀଘ୍ର ମଞ୍ଜୁର ପାଇଁ ଡିଡିଓମାନେ ଗୁରୁତ୍ୱ ଦେବା ସହ ବିଭାଗୱାରି ଜନ ଅଭିଯୋଗ ଶୁଣାଣିର ସ୍ଥିତି ସମୀକ୍ଷା କରାଯାଇଛି। ବୈଠକରେ କର୍ମଚାରୀମାନଙ୍କ ଅପେକ୍ଷା ସାଧାରଣ ଲୋକଙ୍କର ଅଭିଯୋଗଗୁଡିକୁ ଗୁରୁତ୍ୱ ଦିଆଯାଇ ତ୍ୱରିତ ଫଇସଲା କରିିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ଅକ୍ଟୋବରରେ ହେବାକୁ ଥିବା ସମସ୍ତ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ ନେଇ ଜାତୀୟସ୍ତରୀୟ ସମ୍ମିଳନୀ ଆୟୋଜନ ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଛି।
ଏହି ବୈଠକରେ ପ୍ରଥମେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଯୋଗଦେଇ ଜୁଲାଇ ମାସ ଶେଷ ସୁଦ୍ଧା ବିଭିନ୍ନ ବିଭାଗର ସଚିବମାନେ ମୁଖ୍ୟ ଶାସନ ସଚିବଙ୍କୁ ପ୍ରଦାନ କରିଥିବା ବିଭାଗର ପ୍ରମୁଖ କାର୍ଯ୍ୟ ସଫଳତା ସମ୍ପର୍କରେ ଉପସ୍ଥାପନ କରିଥିଲେ।
ଏହି ପରିପ୍ରେକ୍ଷୀରେ ସୂଚନା ଦେଇ ଉନ୍ନୟନ କମିଶନର କହିଥିଲେ ଯେ ଜୁଲାଇ ମାସ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ପାଇଁ ବହୁ ସଫଳତା ଆଣିଦେଇଛି। ଚଳିତ ମାସରେ ‘ଜାତୀୟ ବହୁମୁଖୀ ଦାରିଦ୍ର୍ୟ ସୂଚକାଙ୍କ’ ସମୀକ୍ଷା ଅନୁସାରେ ଓଡ଼ିଶାରେ ଦାରିଦ୍ର୍ୟ ଦୂରୀକରଣ ହାର ଦେଶର ଅନ୍ୟ ପ୍ରମୁଖ ରାଜ୍ୟ ଭଳି ଦ୍ରୁତତମ ରହିଥିବା ରିପୋର୍ଟ ପ୍ରକାଶ ପାଇଛି। ଗ୍ରାମୀଣ ବିକାଶ ଲକ୍ଷ୍ୟରେ ପୂର୍ବରୁ ଥିବା ‘ଆମ ଗାଁ ଆମ ବିକାଶ’ ନିର୍ଦ୍ଦେଶନାମାରେ ସଂଶୋଧନ କରାଯାଇ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମରେ ପରିବର୍ତ୍ତିତ ହୋଇ ତଦନୁସାରେ ଗ୍ରାମୀଣ ବିକାଶ ପାଇଁ ପଦକ୍ଷେପ ନିଆଯାଉଛି। ରାଜ୍ୟର ବିକାଶ ଓ ଶିଳ୍ପାୟନ ପାଇଁ ଆବଶ୍ୟକ ଥିବା ଓଡ଼ିଶା ସେମିକଣ୍ଡକ୍ଟର ମାନୁଫାକ୍ଚରିଂ ଏବଂ ଫାବ୍‌ଲେସ୍‌ ପଲିସି ଅନୁମୋଦନ କରାଯାଇଛି। ଡିଜିଟାଲ୍‌ ଇଣ୍ଡିଆ ଲ୍ୟାଣ୍ଡ ରେକର୍ଡ ଆଧୁନିକୀକରଣ କାର୍ଯ୍ୟକ୍ରମର ଲକ୍ଷ୍ୟଗୁଡ଼ିକୁ ପୂରଣ କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାକୁ ‘ଭୂମି ସମ୍ମାନ’ ପୁରସ୍କାର, ଓଡ଼ିଶା ରାଜ୍ୟ କୃଷି ବିପ୍ପଣନ ବୋର୍ଡକୁ ସ୍କଚ ପୁରସ୍କାର-୨୦୨୩, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀମାନଙ୍କ ହିତ ଦୃଷ୍ଟିରୁ ରାଜ୍ୟ ସରକାର କୃଷକମାନଙ୍କ ପ୍ରିମିୟମ ଅଂଶ ପ୍ରଦାନ ପାଇଁ ନିଷ୍ପତ୍ତି, ଜଳ ସମ୍ପଦ ବିଭାଗ ପକ୍ଷରୁ ନୂତନ ଭାବେ ଲୋୟର ସୁକତେଲ ପ୍ରକଳ୍ପରେ ଜଳ ସଂରକ୍ଷଣ କରାଯିବା ସହିତ ଅନ୍ୟାନ୍ୟ ବିଭିନ୍ନ କ୍ଷେତ୍ରରେ ଜୁଲାଇ ମାସରେ ରାଜ୍ୟର ଉଲ୍ଲେଖନୀୟ ସଫଳତା ସମ୍ପର୍କରେ ସେ ସୂଚନା ଦେଇଛନ୍ତି। ବୈଠକରେ ଟୋନି ବ୍ଲେୟାର ଇନ୍‌ଷ୍ଟିଚ୍ୟୁଟ, ଲଣ୍ଡନ ତରଫରୁ ଓଡ଼ିଶାରେ ଅର୍ଥନୈତିକ ବିକାଶ ପାଇଁ ଯେଉଁସବୁ କାର୍ଯ୍ୟକ୍ରମ ରହିଛି, ସେସବୁର ସଫଳ ରୂପାୟନରେ ବୈଷୟିକ ଓ ଅନ୍ୟାନ୍ୟ କ୍ଷେତ୍ରରେ ସହଯୋଗ କରିବା ସମ୍ପର୍କରେ ବିଶଦ ଉପସ୍ଥାପନ କରାଯାଇଥିଲା। ଶେଷରେ ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ପ୍ରବୀଣ ଦେଶାଇ ଶିମିଳିପାଳ, ଭିତରକନିକା, ସାତକୋଶିଆ ପରି ଓଡ଼ିଶାର ବନ୍ୟପ୍ରାଣୀ ଅଭୟାରଣ୍ୟକୁ କିପରି ବିଶ୍ୱସ୍ତରୀୟ କରାଯାଇପାରିବ ସେ ସମ୍ପର୍କରେ ବିସ୍ତୃତ ଉପସ୍ଥାପନ କରିଥିଲେ। ଆଲୋଚନାରେ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?