ବ୍ୟାଙ୍କିଙ୍ଗ୍‌ ଉଦ୍ୟୋଗ ମହଙ୍ଗା ଭତ୍ତା ୮୧.୮%

ଭୁବନେଶ୍ୱର : ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟସୂଚୀ ଅଗଷ୍ଟରେ ୩୩୮ ପଏଣ୍ଟ ଥିଲା। ନୂଆ ସିରିଜରେ ଏହା ସେପ୍ଟେମ୍ବରରେ ୧୧୮ ପଏଣ୍ଟକୁ ବଢିଛି। ବର୍ତ୍ତମାନ ତାଳଚେର, ଅନୁଗୋଳ ଓ ରାଉରକେଲାର ଖାଉଟି ମୂଲ୍ୟସୂଚୀ ହସ୍ତଗତ ହୋଇନାହିଁ। ବ୍ୟାଙ୍କ କର୍ମଚାରୀମାନେ ବର୍ତ୍ତମାନ ୭୭.୫% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ଭତ୍ତାରେ ୪.୩% ବୃଦ୍ଧି ଘଟି ୮୧.୮% ହୋଇଛି। ସଂଶୋଧିତ ହାରରେ ୨୩.୮% ସେମାନେ ନଭେମ୍ବର ପହିଲାରୁ ପାଇବେ। ସେହିଭଳି ବୀମା କର୍ମଚାରୀମାନେ ବର୍ତ୍ତମାନ ୭୦.୮% ମହଙ୍ଗା ଭତ୍ତା ଲାଭ କରୁଛନ୍ତି। ସେମାନଙ୍କର ମଧ୍ୟ ଡିଏରେ ୪.୩% ବୃଦ୍ଧି ଘଟି ୭୫.୧% ହୋଇଛି। ଏହି ବର୍ଦ୍ଧିତ ଡିଏ ସେମାନେ ନଭେମ୍ବର ପହିଲାରୁ ପାଇବେ।
ରାଷ୍ଟ୍ରାୟତ୍ତ ଉଦ୍ୟୋଗ କର୍ମଚାରୀମାନେ ୧୬୫.୪% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୩.୬% ବୃଦ୍ଧି ପାଇ ୧୬୯% ହୋଇଛି। ଏହି ଡିଏ ସେମାନେ ଜାନୁୟାରୀ ପହିଲାରୁ ପାଇବେ। ଅଧିକାଂଶ ସରକାରୀ କର୍ମଚାରୀ ବର୍ତ୍ତମାନ ୧୭% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ୧୦% ଭତ୍ତା ବୃଦ୍ଧି ହୋଇ ୨୭% ହୋଇଛି। ବର୍ଦ୍ଧିତ ଡିଏ ମଧ୍ୟରୁ ୪% ପିଛିଲା ଭାବେ ଚଳିତ ବର୍ଷ ଜାନୁୟାରୀ ଏବଂ ଅବଶିଷ୍ଟ ୩% ଜୁଲାଇ ପହିଲାରୁ ଏବଂ ଆଉ ଅବଶିଷ୍ଟ ୩%, ୨୦୨୧ ଜାନୁୟାରୀ ପହିଲାରୁ କର୍ମଚାରୀମାନେ ପାଇବେ। ରିଜର୍ଭ ବ୍ୟାଙ୍କର ପ୍ରାୟ ୩ ହଜାର ଅବସରପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀ ଚଳିତ ବର୍ଷ ସେପ୍ଟେମ୍ବର ୨୨ରୁ ପେନ୍‌ସନ ଲାଗି ଦରଖାସ୍ତ ଦେବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri