Posted inଜାତୀୟ

ଶତ୍ରୁତା ଯୋଗୁ ସ୍ବାହା ହେଲା ୧ କୋଟି ଟଙ୍କାର ମହଙ୍ଗା ଗାଡ଼ି: ଦେଖନ୍ତୁ ଭିଡିଓ

ହାଇଦ୍ରାବାଦ,୧୬।୪: ଲମ୍ବୋର୍ଗିନି ବିଶ୍ୱର ଦ୍ରୁତତମ ଏବଂ ମହଙ୍ଗା କାର ଭାବରେ ଜଣାଶୁଣା । ଅବଶ୍ୟ, ନିକଟରେ ଲମ୍ବୋର୍ଗିନି ଏହାର ଗତି ବ୍ୟତୀତ ଅନ୍ୟ କୌଣସି କାରଣରୁ ଲାଇମଲାଇଟକୁ ଆସିଥିଲା। ବାସ୍ତବରେ ତେଲଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଏକ ଲମ୍ବୋର୍ଗିନି କାରରେ ନିଆଁ ଲାଗିଯାଇଥିଲା। ଏହାର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି, ଯେଉଁଥିରେ କାରଟି ଜଳୁଥିବା ଦେଖିବାକୁ ମିଳିଛି। କୁହାଯାଇଛି ଯେ ନିଆଁ ଲଗାଇ ଦେଇଥିବା ଅଭିଯୁକ୍ତ କାର ମାଲିକଙ୍କ ନିକଟରୁ କିଛି ଟଙ୍କା ପାଇବାର ଥିଲା। ହେଲେ ଏହା ନ ମିଳିବାରୁ ସେ ଏହି ଦାମି କାରକୁ ବିଚ ରାସ୍ତାରେ ନିଆଁ ଲଗାଇ ଦେଇଛନ୍ତି।

ସୋମବାର ହାଇଦ୍ରାବାଦ ପୋଲିସ କହିଛି ଯେ ପୁରୁଣା କାର କିଣିବା ଏବଂ ବିକ୍ରୟ ସହ ଜଡିତ ଜଣେ ବ୍ୟକ୍ତିଙ୍କର ଲମ୍ବୋର୍ଗିନି କାର ମାଲିକଙ୍କ ସହ ବିବାଦ ହୋଇଥିଲା। ଏହା ପରେ ସେହି ବ୍ୟକ୍ତି କିଛି ଲୋକଙ୍କ ସହ ମିଶି ଏହି ମହଙ୍ଗା ଗାଡ଼ିଟିକୁ ରାସ୍ତାରେ ନିଆଁ ଲଗାଇ ଦେଇଥିଲେ। ପୋଡି ଯାଇଥିବା ଲମ୍ବୋର୍ଗିନି କାରର ମୂଲ୍ୟ ୧ କୋଟି ଟଙ୍କା ହେବ। ମିଳିଥିବା ସୂଚନା ଅନୁଯାୟୀ, ଏହି ଘଟଣା ହାଇଦ୍ରାବାଦର ପହରୀ ସରିଫ ଅଞ୍ଚଳରେ ଘଟିଛି। ଉକ୍ତ ଅଞ୍ଚଳର ବିମାନବନ୍ଦର ରୋଡରେ କାରଟି ଜଳିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri