ମାସ ଆରମ୍ଭରୁ ରୋଷେଇ ଘରେ ମହଙ୍ଗା ମାଡ଼ …

ନୂଆଦିଲ୍ଲୀ,୧।୯: ମାସ ଆରମ୍ଭରୁ ରୋଷେଇ ଘରେ ମହଙ୍ଗା ମାଡ଼ ହୋଇଛି। ଏଲ୍‌ପିଜି ସିଲିଣ୍ଡର ଦାମ୍‌ ପୁଣି ବଢ଼ିଛି। ଘରେ ବ୍ୟବହୃତ ହେଉଥିବା ସବସିଡ଼ି ଯୁକ୍ତ ସିଲିଣ୍ଡର ଦାମରେ ୨୫ ଟଙ୍କା ବୃଦ୍ଧି ଘଟିଛି। କେବଳ ଘରୋଇ ଏଲପିଜି ସିଲିଣ୍ଡର ନୁହେଁ, ୧୯ କିଲୋଗ୍ରାମର କମର୍ସିଆଲ ସିଲିଣ୍ଡର ମଧ୍ୟ ମହଙ୍ଗା ହୋଇଛି। ଦିଲ୍ଲୀରେ କମର୍ସିଆଲ ସିଲିଣ୍ଡର ଦାମ ୧୬୧୮ ଟଙ୍କା ବଦଳରେ ଏବେ ୧୬୯୩ ଟଙ୍କାରେ ବିକ୍ରି ହେଉଛି ।
ଦାମ ବୃଦ୍ଧି ପରେ ଦିଲ୍ଲୀରେ ୧୪.୨ କିଲୋଗ୍ରାମ ଏଲପିଜି ସିଲିଣ୍ଡରର ମୂଲ୍ୟ ୮୮୪.୫୦ ଟଙ୍କାକୁ ବୃଦ୍ଧି ପାଇଛି। ଏହାପୂର୍ବରୁ ଅଗଷ୍ଟ ୧୮ରେ ସିଲିଣ୍ଡରର ମୂଲ୍ୟ ୨୫ ଟଙ୍କା ବୃଦ୍ଧି କରାଯାଇଥିଲା। ଏହାପୂର୍ବରୁ ଜୁଲାଇ ୧ ରେ ଏଲପିଜି ମୂଲ୍ୟ ୨୫.୫୦ ଟଙ୍କା ବୃଦ୍ଧି କରାଯାଇଥିଲା।
ବର୍ତ୍ତମାନ ୧୪.୨ କିଲୋଗ୍ରାମ ଅଣ ସବସିଡିଯୁକ୍ତ ଏଲପିଜି ସିଲିଣ୍ଡର ଦିଲ୍ଲୀ-ମୁମ୍ବାଇରେ ୮୮୪.୫୦ ଟଙ୍କା, କୋଲକାତାରେ ୯୧୧ ଟଙ୍କା ଏବଂ ଚେନ୍ନାଇରେ ୯୦୦.୫୦ ଟଙ୍କାରେ ବିକ୍ରି ହେଉଛି। ଏହାପୂର୍ବରୁ ସିଲିଣ୍ଡର ଯଥାକ୍ରମେ ୮୫୯.୫୦, ୮୮୬, ଏବଂ ୮୭୫ ଟଙ୍କାରେ ବିକ୍ରି ହେଉଥିଲା।
ଘରୋଇ ସିଲିଣ୍ଡର ଚଳିତ ବର୍ଷ ୧୯୦ ଟଙ୍କା ମହଙ୍ଗା ହୋଇଛି। ୨୦୨୧ ଜାନୁଆରୀ ୧ ରୁ ଇତିମଧ୍ୟରେ ଗତ ୮ ମାସରେ ସିଲିଣ୍ଡରର ମୂଲ୍ୟ ଲଗାତାର ବୃଦ୍ଧି ପାଇବାରେ ଲାଗିଛି। ଜାନୁଆରୀ ୧ ରେ, ଦିଲ୍ଲୀରେ ଘରୋଇ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୬୯୪ ଟଙ୍କା ଥିଲା, ଯାହା ବର୍ତ୍ତମାନ ୮୮୪.୫୦ ଟଙ୍କାକୁ ବୃଦ୍ଧି ପାଇଛି। ଫେବୃଆରୀରେ ସିଲିଣ୍ଡରର ମୂଲ୍ୟ ୭୧୯ ଟଙ୍କାକୁ ବୃଦ୍ଧି ପାଇଥିଲା। ଏହା ପରେ ସିଲିଣ୍ଡରର ମୂଲ୍ୟ ଫେବୃଆରୀ ୧୫ ରେ ୭୬୯ ଟଙ୍କା, ଫେବୃଆରୀ ୨୫ ରେ ୭୯୪ ଟଙ୍କା, ମାର୍ଚ୍ଚ ୧ ରେ ୮୧୯ ଟଙ୍କା, ଏପ୍ରିଲ ୧ ରେ ୮୦୯ ଟଙ୍କା, ଜୁଲାଇ ୧ ରେ ୮୩୪.୫୦ ଟଙ୍କା, ଅଗଷ୍ଟ ୧୮ ରେ ୮୫୯.୫୦ ଟଙ୍କା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ଭାରତରେ ବଢୁଛି ରହିବା ଖର୍ଚ୍ଚ: ୨୦୨୬ରେ ଏହି ସହର ସବୁଠୁ ମହଙ୍ଗା, ଜାଣନ୍ତୁ କେଉଁ ସହରରେ କେତେ ?

ନୂଆଦିଲ୍ଲୀ,୧୮।୩: ୨୦୨୬ ମାର୍ଚ୍ଚ ମାସର ସଦ୍ୟତମ ‘ନମ୍ବିଓ’ ରିପୋର୍ଟ ଅନୁଯାୟୀ, ଭାରତରେ ଜୀବନଶୈଳୀ ଏବଂ ସହର ଅନୁସାରେ ରହିବା ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri