ମାସ ଆରମ୍ଭରୁ ମହଙ୍ଗା ମାଡ଼, ୧୦୦ ଟଙ୍କା ବଢ଼ିଲା ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୧।୧୨: ସାଧାରଣ ଜନତାଙ୍କ ଉପରେ ମହଙ୍ଗା ମାଡ଼ ଜାରି ରହିଛି। ୨୦୨୧ ଡିସେମ୍ବର ୧ଠାରୁ ସରକାରୀ ତୈଳ କମ୍ପାନୀଗୁଡିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି। କମର୍ସିଆଲ ଗ୍ୟାସ ସିଲିଣ୍ଡର ଦାମ ୧୦୦ ଟଙ୍କା ବଢ଼ିଛି। ଏଥି ସହିତ, ଗତ ମାସରେ ଏହି ସିଲିଣ୍ଡର ୨୬୬ ଟଙ୍କା ମହଙ୍ଗା ହୋଇଥିଲା। ତେବେ ଘରୋଇ ଗ୍ୟାସ ସିଲିଣ୍ଡର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ।

ରାଜଧାନୀ ଦିଲ୍ଲୀରେ ୧୯ କିଲୋଗ୍ରାମ କମର୍ସିଆଲ୍‌ ସିଲିଣ୍ଡରର ମୂଲ୍ୟ ୨୧୦୦ ଟଙ୍କା ଅତିକ୍ରମ କରିଛି। ତେବେ ଦିଲ୍ଲୀରେ ୧୪.୨ କିଲୋଗ୍ରାମ ସିଲିଣ୍ଡରର ମୂଲ୍ୟ ୮୯୯.୫୦ ଟଙ୍କା ରହିଛି। ଦିଲ୍ଲୀରେ କମର୍ସିଆଲ ସିଲିଣ୍ଡର ଦାମ୍‌ ୨୧୦୧ ଟଙ୍କା ରହିଛି। କୋଲକାତାରେ ୨୧୭୭ ଟଙ୍କା, ମୁମ୍ବାଇରେ ୨୦୫୧ ଟଙ୍କା, ଚେନ୍ନାଇରେ ୨୨୩୪ ଟଙ୍କା ଛୁଇଁଛି।

ଘରୋଇ ଗ୍ୟାସ ସିଲିଣ୍ଡର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ। ଦିଲ୍ଲୀର ୧୪.୨ କିଲୋଗ୍ରାମ ଅଣ ସବସିଡିଯୁକ୍ତ ଗ୍ୟାସ ସିଲିଣ୍ଡରର ଦାମ ୮୯୯.୫୦ ଟଙ୍କା, କୋଲକାତାରେ ୯୨୬ ଟଙ୍କା, ମୁମ୍ବାଇରେ ୮୯୯.୫୦ ଟଙ୍କା ଏବଂ ଚେନ୍ନାଇରେ ୯୧୫.୫୦ ଟଙ୍କା ରହିଛି। ଅକ୍ଟୋବର ୬ରେ ଘରୋଇ ଗ୍ୟାସ୍‌ ସିଲିଣ୍ଡର ଦାମ ବୃଦ୍ଧି କରାଯାଇଥିଲା। ଏହା ପରେ ନଭେମ୍ବର ମାସରେ ଘରୋଇ ଗ୍ୟାସ ମୂଲ୍ୟରେ କୌଣସି ବୃଦ୍ଧି ଘଟି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?