ଲଢ଼େଇ ଅଭିଜ୍ଞ ବନାମ ନୂଆ ମୁହଁ

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ଜିଲା ସୋନପୁର ବିଧାନସଭା ଆସନ ପାଇଁ ସର୍ବପ୍ରଥମେ ନବନିର୍ମାଣ କୃଷକ ସଂଗଠନ ସୋନାଲି ବିଶିଙ୍କ ନାମ ଘୋଷଣା କରିଥିଲା। କିଛିଦିନ ପରେ ବିଜେଡି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ନାମ ଘୋଷଣା କଲା। ପରେ ଭାଜପା ପ୍ରାକ୍ତନ ନଗରପାଳ ତଥା ଜିଲା ଶାଖା ସଭାପତି ପ୍ରମୋଦ ମହାପାତ୍ରଙ୍କୁ ପ୍ରାର୍ଥୀ କରିଥିବା ବେଳେ ରବିବାର କଂଗ୍ରେସ ପ୍ରିୟବ୍ରତ ସାହୁଙ୍କୁ ନିର୍ବାଚନ ମଇଦାନକୁ ଛାଡ଼ିଛି। ଫଳରେ ଏହି ଆସନରେ ଅଭିଜ୍ଞ ବନାମ ନୂଆ ମୁହଁ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେବା ନେଇ ଆଲୋଚନା ହେଉଛି।
ଏହି ଚାରି ପ୍ରାର୍ଥୀଙ୍କ ମଧ୍ୟରୁ ଉଭୟ ପୂଜାରୀ ଓ ମହାପାତ୍ରଙ୍କ ପୂର୍ବରୁ ନିର୍ବାଚନ ଲଢ଼ିବା ନେଇ ବହୁ ଅଭିଜ୍ଞତା ଅଛି। ପୂର୍ବରୁ ପୂଜାରୀ ବିନିକାରୁ ୨୦୦୦ ଓ ୨୦୦୪ରେ ବିଜେଡି-ଭାଜପା ମେଣ୍ଟ ଏବଂ ସୋନପୁରରେ ୨୦୦୯, ୨୦୧୪ ଓ ୨୦୧୯ରେ ବିଜେଡି ଟିକେଟରୁ କ୍ରମାଗତ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ତାଙ୍କ ଉପରେ ବିଜେଡି ଆସ୍ଥା ପ୍ରକଟ କରି ଚଳିତ ଥରକୁ ମିଶାଇ କ୍ରମାଗତ ଷଷ୍ଠ ଥର ଦଳୀୟ ପ୍ରାର୍ଥୀ କରିଛି। ବିଧାନସଭାର ବାଚସ୍ପତିଠାରୁ ଆରମ୍ଭ କରି ନବୀନଙ୍କ ମନ୍ତ୍ରିମଣ୍ଡଳରେ ଏକାଧିକ ବିଭାଗରେ ସେ ମନ୍ତ୍ରୀ ରହି ଆସିଛନ୍ତି। ଅଞ୍ଚଳରେ କରିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ହିସାବ ନେଇ ନବୀନଙ୍କୁ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ କରିବା ସକାଶେ ଭୋଟରଙ୍କ ନିକଟକୁ ଯିବେ ବୋଲି ସେ ପ୍ରତିକ୍ରିୟାରେ କହିଛନ୍ତି।
ଅପରପକ୍ଷରେ ଭାଜପା ନେତା ଶ୍ରୀ ମହାପାତ୍ର ୨୦୧୪ରେ ନିର୍ବାଚନ ଲଢ଼ିଥିଲେ ହେଁ ବିଜେଡିର ନିରଞ୍ଜନ ପୂଜାରୀଙ୍କ ନିକଟରୁ ପରାସ୍ତ ହୋଇଥିଲେ। ପୂର୍ବରୁ ଥରେ ନିର୍ବାଚନ ଲଢ଼ିଥିବାରୁ ଓ ଦଳର ସଂଗଠନ ସହିତ ୧୯୯୫ ମସିହାରୁ ଜଡିତ ଥିବାରୁ ନିର୍ବାଚନମଣ୍ଡଳୀରେ ତାଙ୍କର ସଂଗଠନ ଅଛି। ୧୯୯୩ରେ ସୁବର୍ଣ୍ଣପୁର ପୌର ପରିଷଦ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ି ସେ ପୌରାଧ୍ୟକ୍ଷ ହୋଇଥିଲେ। ଚଳିତ ନିର୍ବାଚନରେ ଭାଜପା ସୋନପୁରରେ ଖାତା ଖୋଲିବା ଲକ୍ଷ୍ୟରେ ରହିଛି। ଅଭିଜ୍ଞ ପ୍ରମୋଦ ଦଳୀୟ ସଂଗଠନ ଆଧାରରେ ମୋଦି ସରକାରଙ୍କ ବିକାଶମୂଳକ କାର୍ଯ୍ୟକୁ ନେଇ ଲୋକଙ୍କ ନିକଟକୁ ଯିବେ ବୋଲି କହିଛନ୍ତି।
ଏହି ଦୁଇ ଅଭିଜ୍ଞ ନେତାଙ୍କୁ ଟକ୍କର ଦେବା ପାଇଁ ନବ ନିର୍ମାଣ କୃଷକ ସଂଗଠନ ପ୍ରଥମ ଥର ପାଇଁ ସୋନାଲିଙ୍କୁ ପ୍ରାର୍ଥୀ କରିଛି। ସେ ଚାଷୀ ସରକାର ସ୍ଲୋଗାନ ଦେଇ ଗାଁରୁ ଗାଁକୁ ବୁଲି ସଙ୍ଗଠନ କରୁଛନ୍ତି। ନିଜେ ଟ୍ରାକ୍ଟର ଚଲାଇ ସମର୍ଥକଙ୍କ ସହିତ ମିଶି ଭୋଟ ଭିକ୍ଷା କରିବା ସହ ମହିଳା ସଶକ୍ତୀକରଣର ବାର୍ତ୍ତା ପ୍ରଚାର କରୁଛନ୍ତି। ଚାଷୀ ସମସ୍ୟାକୁ ଇସ୍ୟୁ କରି ସେ ନୂଆ ମୁହଁ ଭାବେ ଚର୍ଚ୍ଚାରେ ରହିଛନ୍ତି।
ସେହିପରି କଂଗ୍ରେସ ଯୁବ ଚେହେରା ତଥା ନବାଗତ ପ୍ରିୟବ୍ରତ ସାହୁଙ୍କୁ ପ୍ରାର୍ଥୀ କରିଛି। କଂଗ୍ରେସ ସଂଗଠନ ସହିତ ସେ ଛାତ୍ର ସମୟରୁ ଜଡିତ ଅଛନ୍ତି। ଶ୍ରମିକ ସଂଗଠନ ଓ ଯୁବ କଂଗ୍ରେସ ଜିଲା ସଭାପତି ଭାବେ କାର୍ଯ୍ୟ କରିଛନ୍ତି। ଏବେ ଜିଲା କଂଗ୍ରେସ କମିଟିର ସାଧାରଣ ସମ୍ପାଦକ ଅଛନ୍ତି। ବିଜେଡି ଓ ଭାଜପା ସରକାରର ଜନବିରୋଧୀ ନୀତିକୁ ସେ ଭୋଟରଙ୍କ ନିକଟରେ ପହଞ୍ଚାଇବା ପାଇଁ ଉଦ୍ୟମ କରିବେ। କଂଗ୍ରେସ ସରକାର ସମୟରେ ହୋଇଥିବା ବିକାଶମୂଳକ କାର୍ଯ୍ୟକୁ ନେଇ ଭୋଟ ଭିକ୍ଷା କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?