ଭୁବନେଶ୍ୱର,୨୦।୮(ଅଭିଜିତ ଦାସ):ଯାତ୍ରୀଙ୍କ ଚାହିଦା ଓ ସୁବିଧାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ଷ୍ଟେଶନରେ ପରୀକ୍ଷାମୂଳକ ଭାବେ ଟ୍ରେନ୍ଗୁଡିକର ରହଣି ପାଇଁ ବ୍ୟବସ୍ଥା ହୋଇଛି। କାଳୁପଡାଘାଟରେ ପ୍ରଶାନ୍ତି ଏକ୍ସପ୍ରେସ, ନରାଜ ମାର୍ଥାପୁରରେ ପୁରୀ-ଅଜମେର ଏକ୍ସପ୍ରେସ, ଯଖପୁରାରେ ଜନଶତାବ୍ଦୀ ଏକ୍ସପ୍ରେସ, ଦାମନଯୋଡିରେ ସମଲେଶ୍ୱରୀ ଏକ୍ସପ୍ରେସ, ମେରାମଣ୍ଡଳୀରେ ପୁରୀ-ଦୁର୍ଗ ଏକ୍ସପ୍ରେସ ଏବଂ ନରାଜ ମାର୍ଥାପୁର ଓ ମେରାମଣ୍ଡଳୀ ଷ୍ଟେଶନରେ ଭୁବନେଶ୍ୱର-ରାଉରକେଲା ଏକ୍ସପ୍ରେସ ପ୍ରାରମ୍ଭିକ ଭାବେ ରହଣି କରିବ।
ସୂଚନା ଅନୁଯାୟୀ, ଯଖପୁରା ଷ୍ଟେଶନରେ ଭୁବନେଶ୍ୱର-ହାୱଡ଼ା-ଭୁବନେଶ୍ୱର ଜନ ଶତାବ୍ଦୀ ଏକ୍ସପ୍ରେସ ୨୦ ଅଗଷ୍ଟରୁ ରହଣି କରିବ। ଉକ୍ତ ଟ୍ରେନ୍ଟି ସକାଳ ୭ଟା ୧୧ରେ ପହଞ୍ଚତ୍ ୭ଟା ୧୩ରେ ହାୱଡ଼ା ଅଭିମୁଖେ ଯାତ୍ରା କରିବ। ସେହିପରି ହାୱଡ଼ାରୁ ଆସୁଥିବା ଏହି ଟ୍ରେନଟି ସା ୬ଟା ୧୩ରେ ଯଖପୁରାରେ ପହଞ୍ଚତ୍ ୬ଟା ୧୫ରେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିବ। ମେରାମଣ୍ଡଳୀ ଷ୍ଟେଶନରେ ଅଗଷ୍ଟ ୨୦ରୁ ପୁରୀ-ଦୁର୍ଗ-ପୁରୀ ଏକ୍ସପ୍ରେସ ରହଣି କରିବ। ଟ୍ରେନ୍ଟି ଉକ୍ତ ଷ୍ଟେଶନରେ ରାତି ୧୦ଟା ୩୦ରେ ପହଞ୍ଚତ୍ ୧୦ଟା ୩୨ରେ ଦୁର୍ଗ ଅଭିମୁଖେ ଯାତ୍ରା କରିବ ଓ ଫେରିବା ମାର୍ଗରେ ଭୋର୍ ୫ଟାରେ ପୁରୀ ଅଭିମୁଖେ ଯାତ୍ରା କରିବ। ଏଥିସହ ମେରାମଣ୍ଡଳୀ ଷ୍ଟେଶନରେ ରାଉରକେଲା-ଭୁବନେଶ୍ୱର-ରାଉରକେଲା ଏକ୍ସପ୍ରେସର ମଧ୍ୟ ରହଣି ବ୍ୟବସ୍ଥା କରାଯାଇଛି। ରାଉରକେଲାରୁ ଆସୁଥିବା ଏହି ଟ୍ରେନ ମେରାମଣ୍ଡଳୀରେ ଦିନ ୧୦ଟା ୧୪ରେ ପହଞ୍ଚତ୍ ୧୦ଟା ୧୫ରେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିବା ସହ ଫେରିବା ମାର୍ଗରେ ଭୁବନେଶ୍ୱରରୁ ଏହି ଟ୍ରେନ ଅପରାହ୍ନ ୩ଟା ୯ରେ ପହଞ୍ଚତ୍ ୩ଟା ୧୧ରେ ରାଉରକେଲା ଅଭିମୁଖେ ଯାତ୍ରା କରିବ। ନରାଜ ମାର୍ଥାପୁର ଷ୍ଟେଶନରେ ପୁରୀ-ଅଜମେର-ପୁରୀ ଏକ୍ସପ୍ରେସ ସପ୍ଟେମ୍ବର ୨ରୁ ରହଣି କରିବ। ରାତି ୧୨ଟା ୫୩ରେ ପହଞ୍ଚତ୍ ୧୨ଟା ୫୫ରେ ଅଜ୍ମେର ଅଭିମୁଖେ ଯାତ୍ରା କରିବ ଓ ଫେରିବା ମାର୍ଗରେ ଅଜମେରରୁ ଏହି ଟ୍ରେନ ନରାଜ ମାର୍ଥାପୁରରେ ଦିନ ୧୧ଟା ୫୫ରେ ପହଞ୍ଚତ୍ ୧୧ଟା ୫୭ରେ ପୁରୀ ଅଭିମୁଖେ ଯାତ୍ରା କରିବ। ସେହିପରି ଉକ୍ତ ଷ୍ଟେଶନରେ ରାଉରକେଲା-ଭୁବନେଶ୍ୱର-ରାଉରକେଲା ଏକ୍ସପ୍ରେସ ଅଗଷ୍ଟ ୨୦ରୁ ରହଣି କରିବ। ଟ୍ରେନ୍ଟି ମାର୍ଥାପୁର ଷ୍ଟେଶନରେ ଦିନ ୧୧ଟା ୨୫ରେ ପହଞ୍ଚତ୍ ୧୧ଟା ୨୭ରେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିବ ଓ ଫେରିବା ମାର୍ଗରେ ଭୁବନେଶ୍ୱରରୁ ଏହି ଟ୍ରେନ ନରାଜ ମାର୍ଥାପୁରରେ ଅପରାହ୍ନ ୨ଟାରେ ପହଞ୍ଚତ୍ ୨ଟା ୫ରେ ରାଉରକେଲା ଅଭିମୁଖେ ଯାତ୍ରା କରିବ। ଉକ୍ତ ଷ୍ଟେଶନଗୁଡିକରେ ଅଧିକ ସଂଖ୍ୟକ ଯାତ୍ରୀ ଯାତ୍ରା କରୁଥିବାରୁ ପୂର୍ବତଟ ରେଳପଥ ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଥିବା ସୂଚନା ଦିଆଯାଇଛି।
ଟ୍ରେନ୍ ଲାଇନ୍ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍, ଚାଲିଗଲା ଜୀବନ
ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…
ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…
ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…
Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!
ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…
ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…
ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…
India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍ …
କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍ ଲଢେଇ ହେବାକୁ ଯାଉଛି…
ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ
ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…
ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍ ନଃ ଶିବାୟ
ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…
ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ
ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…
Archives

