ଟିକା ନେଇ ୨୦% ଲୋକଙ୍କ କ୍ଷେତ୍ରରେ ଆଣ୍ଟିବଡି ହେଉନି କହିଲେ ବିଶେଷଜ୍ଞ

ଭୁବନେଶ୍ୱର,୧୧ା୯(ବ୍ୟୁରୋ): କରୋନା କବଳରୁ ମୁକ୍ତି ପାଇବା ପାଇଁ ଟିକା ହେଉଛି ଏକମାତ୍ର ଭରସା। ମାତ୍ର ଟିକା ଯଦି କାମ କରିବନି ତେବେ ମଣିଷ ଜୀବନଧାରଣ କେମିତି କରିବ ବୋଲି ଅନେକ ପ୍ରଶ୍ନ ମନରେ ଉଙ୍କି ମାରୁଛି।

ଏକ ଗବେଷଣାରୁ ଜଣାପଡ଼ିଛି, ୨୦% ଲୋକଙ୍କ ଶରୀରରେ ଟିକା କାମ କରୁନାହିଁ। ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ ଡା. ଅଜୟ କୁମାର ପରିଡ଼ା କହିଛନ୍ତି, ରାଜ୍ୟରେ କରୋନା ଏବେ ନିୟନ୍ତ୍ରଣାଧୀନ ଅଛି। ଟିକାକରଣ ଜୋରସୋର୍‌ରେ ଚାଲିଥିବାରୁ ସ୍ଥିତି ଭଲ ରହିଛି । ରାଜ୍ୟରେ ପ୍ରାୟ ୭୦-୮୦ ପ୍ରତିଶତ ଲୋକଙ୍କ ଦେହରେ ଟିକା କାମ କରୁଛି । ମାତ୍ର ୨୦% ଲୋକଙ୍କ କ୍ଷେତ୍ରରେ ଟିକା ସେତେଟା ପ୍ରଭାବ ପକାଉନି। ଜେନ୍‌ମ ସିକ୍ୟୁଏନ୍ସିଂ ବିଶ୍ଳେଷଣରୁ ଏହା ଜଣାପଡ଼ିଛି । ଡବଲ ଡୋଜ୍‌ ପରେ ତୃତୀୟ କି ବୁଷ୍ଟର ଡୋଜ୍‌ ଦେବା ନେଇ ଅନୁଧ୍ୟାନ ଚାଲିଛି। ସମାନ କି ଅନ୍ୟ କମ୍ପାନୀ ଟିକା ଦିଆଯିବ, ସେନେଇ ବି ବିଶ୍ଳେଷଣ ଚାଲିଛି। କିଛି ନିଷ୍ପତ୍ତି ନିଆଯାଇନାହିଁ। କିଛି ଦିନ ପରେ ଏହା ସ୍ପଷ୍ଟ ହୋଇଯିବ।

ସୂଚନାଯୋଗ୍ୟ, ଅଗଷ୍ଟରୁ ସେପ୍ଟେମ୍ବର ପ୍ରଥମ ସପ୍ତାହ ଭିତରେ ରାଜ୍ୟର ୬୦୦ ସାମ୍ପଲକୁ ଜେନମ ସିକ୍ୱେନ୍ସିଂ କରାଯାଇଥିଲା। ସେଥିମଧ୍ୟରୁ ୪୨୫ ଡେଲ୍‌ଟା ଭାରିଏଣ୍ଟ ବାହାରିଥିଲା । ଅନ୍ୟ ସବୁ ସାମ୍ପଲ ଅନ୍ୟ ଭାରିଏଣ୍ଟର । କୌଣସି ନୂଆ ମ୍ୟୁଟେସନ ଚିହ୍ନଟ ହୋଇନାହିଁ। ଟିକା ନେଲା ପରେ ବି ୨୦ ପ୍ରତିଶତ ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି ହେଉନି। ଅଧିକ ସାମ୍ପଲର ଜେନମ ସିକ୍ୱେନ୍ସିଂରେ ଓଡ଼ିଶା ଦେଶରେ ୪ ନମ୍ବରରେ ରହିଛି। ଜାନୁୟାରୀରୁ ବର୍ତ୍ତମାନ ସୁଦ୍ଧା ଓଡ଼ିଶାର ୬ ହଜାର ସାମ୍ପଲ ଜେନମ ସିକ୍ୱେନ୍ସିଂ ହୋଇଛି ବୋଲି ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri