ବିଶେଷଜ୍ଞଙ୍କ ଚେତାବନୀ, ଓମିକ୍ରନ୍‌ରୁ ମୁକ୍ତି ପାଇଁ ଲକ୍‌ଡାଉନ୍‌ ଅପରିହାର୍ଯ୍ୟ…

ଆମଷ୍ଟରଡାମ୍‌/ଜେନେଭା/ନୂଆଦିଲ୍ଲୀ, ୧୮।୧୨: କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ପୃଥିବୀରେ ସଙ୍କଟ ସୃଷ୍ଟି ହୋଇଛି। ଓମିକ୍ରନ ସମଗ୍ର ପୃଥିବୀରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଅନୁଯାୟୀ, ଏପର୍ଯ୍ୟନ୍ତ ଓମିକ୍ରନ୍‌ ୭୭ ଦେଶରେ ବ୍ୟାପିଛି ଏବଂ କରୋନାର ଅନ୍ୟ ଭାରିଆଣ୍ଟ ତୁଳନାରେ ଏହା ଲୋକଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରୁଛି।
ଏହି ସମୟରେ, ସଂକ୍ରମଣ ରୋକିିବା ପାଇଁ ଲକ୍‌ଡାଉନ୍‌ ଅପରିହାର୍ଯ୍ୟ ବୋଲି ନେଦରଲାଣ୍ଡର ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି।

କରୋନାର ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ବିଭିନ୍ନ ଦେଶର ସରକାର ଚିନ୍ତିତ ଅଛନ୍ତି। ଏହି ମର୍ମରେ ନେଦରଲାଣ୍ଡର ସ୍ବାସ୍ଥ୍ୟ ମନ୍ତ୍ରୀ ହ୍ୟୁଗୋ ଡି ଜୋଙ୍ଗ କହିଛନ୍ତି, ମୁଁ ମୋ ପକ୍ଷରୁ କିଛି କହିବି ନାହିଁ କିନ୍ତୁ ସରକାର ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ପରାମର୍ଶକୁ ଅନୁସରଣ କରିବେ।

ନେଦରଲାଣ୍ଡ ପରି ଓମିକ୍ରନ୍‌ ସଂକ୍ରମଣ ବୃଦ୍ଧି ପାଉଥିବା ଦେଶରେ ମଧ୍ୟ ଲକ୍‌ଡାଉନ୍‌ କରାଯିବା ଆବଶ୍ୟକ। ଏହା ଦ୍ୱାରା ଅଣାୟତ୍ତ ସ୍ଥିତିକୁ ଦୂରେଇ ରହିହେବ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନର ବିଶେଷଜ୍ଞମାନେ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁସ୍ତକ ବିବାଦ ଉପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri