ଗର୍ଭବତୀଙ୍କୁ ଦେଲେ ଏକ୍ସପାଏରି ଛତୁଆ

ବଲାଙ୍ଗୀର,୨୯ା୧୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲାରେ ଏକ୍ସପାଏରୀ ଛତୁଆ ଏବଂ ନିମ୍ନମାନର ବାଦାମ ଲଡୁ ବଣ୍ଟନ କରାଯାଉଛି। ଏଭଳି ଗୁରୁତର ଅଭିଯୋଗ ଆଣିଛନ୍ତି ଦେଓଗଁାର ଜଣେ ଗର୍ଭବତୀ ପ୍ରିୟଙ୍କା ଦୋରା। ସେ ବଣ୍ଟନ କରାଯାଇଥିବା ଏକ୍ସପାଏରୀ ଛତୁଆ ଏବଂ ନିମ୍ନମାନର ବାଦାମ ଲଡୁକୁ ବଲାଙ୍ଗୀର ଆସି ଗୁରୁବାର ଜିଲାପାଳ ଚଞ୍ଚଳ ରାଣାଙ୍କୁ ଭେଟିଥିଲେ। ସେ ଜିଲାପାଳଙ୍କୁ କହିଥିଲେ ଯେ, ୪ଦିନ ତଳେ ତାଙ୍କୁ ଦେଓଗଁା ଆଇସିଡିଏସ୍‌ ତରଫରୁ ତିନିମାସର ଛତୁଆ ଓ ବାଦାମ ଲଡୁ ଦିଆଯାଇଥିଲା। ଉକ୍ତ ଛତୁଆରେ ପ୍ରସ୍ତୁତ ତାରିଖ ୨୬ା୧୧ା୨୦୨୩ ଲେଖା ରହିଛି। ଏହା ସହିତ ଛତୁଆ ପ୍ୟାକେଟ୍‌ରେ ଏକ୍ସପାଏରୀ ତାରିଖ ୧ମାସ ବୋଲି ଉଲ୍ଲେଖ ରହିଛି। ୪ଦିନ ତଳେ ତିନିମାସର ଛତୁଆ ଏକକାଳୀନ ଦେଇଥିବାରୁ ଏହାର ଏକ୍ସପାଏରୀ ତାରିଖ ୨୬ ଡିସେମ୍ବରରେ ସରିଯାଇଛି। ଏଭଳି ଖାଦ୍ୟ ଖାଇଲେ ଗର୍ଭବତୀ ଏବଂ ଶିଶୁଙ୍କ ଅବସ୍ଥା କିଭଳି ହେବ ବୋଲି ସେ ପ୍ରଶ୍ନ କରିଥିଲେ। ଜିଲାପାଳ ତାଙ୍କ ଅଭିଯୋଗ ଶୁଣିବା ପରେ ତୁରନ୍ତ ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କ ପାଖକୁ ପଠାଇ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ପରେ ପ୍ରିୟଙ୍କା ସେ ଛତୁଆ ଓ ବାଦାମ ଲଡୁ ଧରି ଜିଲା ସମାଜ ମଙ୍ଗଳ ଅଧିକାରୀ ଲୀଳାବତୀ ନାଗଙ୍କୁ ଭେଟିଥିଲେ। ବାଦାମ ଲଡୁ ଚାଖିବା ପରେ ଏହାର ମାନ ଠିକ୍‌ ନଥିବା ନାଗ କହିଥିଲେ। ଅଭିଯୋଗର ତଦନ୍ତ କରାଯିବ ଏବଂ ତଦନ୍ତ ଅନୁଯାୟୀ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅଧିକାରୀ ନାଗ ଗଣମାଧ୍ୟମଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଚାଷୀଙ୍କ ଦୁଃଖ: ଅମଳ ବେଳେ କଲରା କିଆରୀ ଉଜାଡ଼ିଲେ ଦୁର୍ବୃତ୍ତ, ଜମୁର୍ଡା ଗ୍ରାମରେ ଉତ୍ତେଜନା!

ବରଗଡ଼, ୧୪/୦୩ (ପ୍ରେମାନନ୍ଦ ଖମାରୀ): ଜଣେ ଚାଷୀ ରକ୍ତକୁ ପାଣି କରି ଫସଲ ଉଜେଇଥିବା ବେଳେ, ଅମଳ ସମୟରେ ଦୁର୍ବୃତ୍ତଙ୍କ କଳା ପାହାର ଚାଷୀର ମେରୁଦଣ୍ଡ ଭାଙ୍ଗି…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri