ସମ୍ବଲପୁର ଜିଲା ସରକାରୀ ଡାକ୍ତରଖାନାରେ ଦିଆଯାଉଛି ଏକ୍ସପାଏରି ସାଲାଇନ

ସମ୍ବଲପୁର,୧ା୩(ବ୍ୟୁରୋ):ସମ୍ବଲପୁର ଜିଲା ସଦର ଡାକ୍ତରଖାନା (ଡିଏଚ୍‌ଏଚ୍‌)ରେ ରୋଗୀସେବାରେ ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି। ଏହାର ନମୁନା ଦେଖିବାକୁ ମିଳିଛି। ଜଣେ ରୋଗୀଙ୍କୁ ଏକ୍ସପାଏରି ସାଲାଇନ ଦିଆଯିବା ପରେ ସେ ଚେତାଶୂନ୍ୟ ହୋଇପଡିଥିଲେ।
ସରୋଜ ସାହୁ ନାମକ ରୋଗୀ ଅଭିଯୋଗ କରିଛନ୍ତି ଯେ, ରବିବାର ସନ୍ଧ୍ୟାରେ ତାଙ୍କର ପତଳା ଝାଡ଼ା ହୋଇଥିଲା। ଅସୁସ୍ଥ ଅନୁଭବ କରିବାରୁ ସେ ଡିଏଚ୍‌ଏଚ୍‌କୁ ଆସିଥିଲେ। ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ସଂକ୍ରମଣ ୱାର୍ଡରେ ଭର୍ତ୍ତିି କରାଯାଇଥିଲା। ତାଙ୍କୁ ସିପ୍ରୋ କମ୍ପାନୀର ସାଲାଇନ ଦିଆଯାଇଥିଲା। ଏହା ନେବା ପରେ ତାଙ୍କ ସ୍ବାସ୍ଥ୍ୟ ବିଗିଡି ଯାଇଥିଲା। ଛାତିରେ ଯନ୍ତ୍ରଣା ହୋଇଥିଲା। ଗୋଡ଼ ହାତ ବିନ୍ଧିବାକୁ ଲାଗିଥିଲା। ପରେ ସେ ଚେତାଶୂନ୍ୟ ହୋଇଯାଇଥିଲେ। ୨ଟି ଇଞ୍ଜେକ୍‌ସନ ନେବା ପରେ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଥିଲା। ରାତି ୩ଟାରେ ଆଉଜଣେ ରୋଗୀ ଆସି ନିକଟ ବେଡ୍‌ରେ ରହିଥିଲେ। ତାଙ୍କୁ ମଧ୍ୟ ସମାନ ସାଲାଇନ ଦିଆଯାଇଥିଲା। ରୋଗୀଙ୍କ ସାନଭାଇ ଏକ୍ସପାଏରି ସାଲାଇନ ଦିଆଯାଇଥିବା ଜାଣିବାକୁ ପାଇଥିଲେ। ଉକ୍ତ ସାଲାଇନରେ ୨୦୧୯ ଫେବୃୟାରୀରୁ ୨୦୨୧ ଜାନୁୟାରୀ ପର୍ଯ୍ୟନ୍ତ ବ୍ୟବହାର ଉପଯୋଗୀ ବୋଲି ଲେଖା ରହିଛି। ଏକ୍ସପାଏରି ହେବାର ଏକମାସ ବିିତିଯାଇଥିଲେ ମଧ୍ୟ ଏହା ଷ୍ଟୋର ରୁମ୍‌ରୁ କିଭଳି ୱାର୍ଡକୁ ଗଲା ଓ ଷ୍ଟାଫ୍‌ମାନେ ନ ଦେଖି ରୋଗୀଙ୍କୁ ଦେଲେ ତାହା ସନ୍ଦେହ ସୃଷ୍ଟି କରିଛି। ତେଣୁ ଏହାର ଉପଯୁକ୍ତ ତଦନ୍ତ କରାଯାଇ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ସରୋଜଙ୍କ ସମେତ ଅନ୍ୟ ରୋଗୀମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ଏଡିଏମ୍‌ଓ ଡାକ୍ତର ଅଲେଖ ମହାପାତ୍ର କହିଛନ୍ତି, ସାଲାଇନ କିମ୍ବା କୌଣସି ଔଷଧ ରୋଗୀମାନଙ୍କୁ ଦେବା ପୂର୍ବରୁ ଏକ୍ସପାଏରି ତାରିଖ ଯାଞ୍ଚ କରାଯାଇଥାଏ। ଏଭଳି ହେବା କଥା ନୁହେଁ। ନର୍ସ ଓ ଷ୍ଟୋର କର୍ମଚାରୀଙ୍କୁ ଏ ଦିଗରେ ଗୁରୁତ୍ୱ ଦେବାକୁ କୁହାଯାଇଥାଏ। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri