‘ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି’: ପ୍ରଧାନମନ୍ତ୍ରୀ ମୋଦି

ବ୍ରହ୍ମପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ ଏବଂ ଜୁନ୍‌ ୧୦ରେ ଭାଜପା ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ କରିବେ। ସୋମବାର ବ୍ରହ୍ମପୁରରେ ଏଭଳି ଦମ୍ଭୋକ୍ତି ଦେଖାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଓଡ଼ିଶାକୁ ମହାପ୍ରଭୁ ପ୍ରାକୃତିକ ସଂପଦରେ ଭରି ଦେଇଛନ୍ତି। ତେବେ ଏତେ ଧନୀ ଓଡ଼ିଶାର ଲୋକ କାହିଁକି ଗରିବ ରହିଛନ୍ତି। ପ୍ରଥମେ କଂଗ୍ରେସ ଓ ପରେ ବିଜେଡି ନେତାଙ୍କ ଲୁଟ୍‌ ଏହି ପାପ ପାଇଁ ଦାୟୀ। ସେହିଭଳି ମୁଖ୍ୟମନ୍ତ୍ରୀଙ୍କ ଏହି ଜିଲାରୁ ସର୍ବାଧିକ ଶ୍ରମିକ ଦାଦନ ଯାଉଛନ୍ତି, ଭାଜପା ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହକୁ ନିମନ୍ତ୍ରଣ ଦେବାକୁ ଆସିଛି।

ବିଜେଡି ସରକାରକୁ ସିଧାସଳଖ ଟାର୍ଗେଟ କରି ଓଡ଼ିଶାରେ ଖୁବଶୀଘ୍ର ଏହା ଅସ୍ତ ହେଉଛି ଏବଂ କଂଗ୍ରେସ ଅତୀତ ହୋଇଛି ବୋଲି ସେ କହିଥିଲେ। ଏତିକିବେଳେ ଓଡ଼ିଶାରେ କେବଳ ଭାଜପା ଉଦିତ ସୂର୍ଯ୍ୟ ଭାବେ ଉଭା ହୋଇଛି। ଓଡ଼ିଶା ପାଖରେ ପ୍ରଚୁର ପାଣି, ଉର୍ବର ଜମି, ଜମି ତଳେ ଖଣିଜ ଭଣ୍ଡାର ଅଛି, ମେଡିକାଲରେ ଡାକ୍ତର ନାହାନ୍ତି, ପିଲା ଅଧାରୁ ପାଠ ଛାଡୁଛନ୍ତି। କେବେଳ ଏତିକି ନୁହେଁ କୃଷକଙ୍କ ପାଇଁ ହିଞ୍ଜିଳିରେ ଶୀତଳଭଣ୍ଡାର ନାହିଁ, ପିଇବା ପାଣି ନାହିଁ।

ତେବେ ମୋଦି ଓଡ଼ିଶାର ବିକାଶ ପାଇଁ ବଜେଟର ଅଭାବ ରଖିନାହାନ୍ତି, ୧୦ ବର୍ଷରେ ଉପା ସରକାର ଓଡ଼ିଶାକୁ ୧ ଲକ୍ଷ କୋଟି ଦେଇଥିଲେ। ମୋଦି ୧୦ ବର୍ଷରେ ଓଡ଼ିଶାକୁ ସାଢ଼େ ୩ ଲକ୍ଷ କୋଟିରୁ ଅଧିକ ଦେଇଛନ୍ତି। ତେଣୁ କେବଳ ପଇସା ପଠାଇଲେ ହେବ ନି, ଭଲ ସରକାର ହେବା ତ ଦରକାର। କାରଣ ବିଜେଡି ସରକାର କେନ୍ଦ୍ର ଯୋଜନାରେ ନିଜ ଷ୍ଟିକର ଲଗାଇ ଲୁଟୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri