Posted inଜାତୀୟ

‘କଂଗ୍ରେସ’ର ଅର୍ଥ ବୁଝାଇଲେ ଜେ.ପି. ନଡା

ଭୋପାଳ,୨୬।୩: ଭାଜପା ସଭାପତି ଜେ.ପି. ନଡା ରବିବାର କଂଗ୍ରେସର ସତ୍ୟାଗ୍ରହ ଏବଂ ନାଁ ନ ନେଇ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ୍‌ କରିଥିଲେ। ଭୋପାଳର ଲାଲ ପରେଡ ଗ୍ରାଉଣ୍ଡରେ ଡିଭିଜନାଲ ବୁଥ ଅଧ୍ୟକ୍ଷ ସମ୍ମିଳନୀକୁ ସମ୍ବୋଧିତ କରି ନଡା କହିଛନ୍ତି, କଂଗ୍ରେସର ଅର୍ଥ କରପ୍‌ଶନ୍‌, କମିଶନ, ଡିଭିଜନ ଏବଂ ନେପୋଟିଜିମ୍‌ ହୋଇଥିବାବେଳେ ଭାଜପାର ଅର୍ଥ ବିକାଶ, ନିଷ୍ଠା, ସଂଗ୍ରାମ, ସମାଜର ସଶକ୍ତିକରଣ। ଆମେ ଯାହା କହୁ ତାହା କରି ଦେଖାଉ।
ରାହୁଲ ଗାନ୍ଧୀଙ୍କ ସମର୍ଥନରେ ସତ୍ୟଗ୍ରାହ କରୁଥିବା କଂଗ୍ରେସ ନେତାମାନଙ୍କୁ ଜେପି ନଡା କଡ଼ା ଜବାବ ଦେଇଥିଲେ। ସେ କହିଛନ୍ତି, ମୁଁ କୌଣସି ନେତାଙ୍କ ନାମ ନେବାକୁ ଚାହୁଁ ନାହିଁ, ସେ ଅହଂକାରରେ ବୁଡି ରହିଛନ୍ତି। ସେମାନଙ୍କ ଅହଂକାର ବହୁତ ବଡ ଏବଂ ବୁଝାମଣା ଛୋଟ। ଭାରତର ସମ୍ମାନ ଏବଂ ପରିଚୟ ପାଇଁ ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ସତ୍ୟାଗ୍ରହ କରାଯାଇଥିଲା। ଏହି ଲୋକମାନେ ସତ୍ୟଗ୍ରାହ ଗଣତନ୍ତ୍ରର ପରମ୍ପରା ଭାଙ୍ଗିବା ପାଇଁ କରୁଛନ୍ତି। ନିୟମକୁ ବିଶ୍ୱାସ କରୁ ନାହଁାନ୍ତି। ପଛୁଆ ଜାତିମାନଙ୍କୁ ଚୋର ବୋଲି କହୁଛନ୍ତି।
ସୂଚନାଯୋଗ୍ୟ, ୨୦୧୯ରେ ରାହୁଲଙ୍କ ‘ସବୁ ମୋଦି ଚୋର’ ମନ୍ତବ୍ୟ ପାଇଁ ତାଙ୍କୁ ଦୋଷୀସାବ୍ୟସ୍ତ କରାଯିବା ସହ ୨ ବର୍ଷ ଜେଲଦଣ୍ଡ ହେବା ପରେ ତାଙ୍କ ଲୋକ ସଭା ସଭ୍ୟପଦ ଚାଲିଯାଇଛି। ଯଦି ତଳ କୋର୍ଟଙ୍କ ରାୟ ଉପରେ ଉଚ୍ଚତର କୋର୍ଟ ସ୍ଥଗିତାଦେଶ ନ ଲଗାନ୍ତି, ତେବେ ସେ ୮ ବର୍ଷ ପର୍ଯ୍ୟନ୍ତ ନିର୍ବାଚନ ଲଢ଼ିପାରିବେ ନାହିଁ। ଏହାର ପ୍ରତିବାଦରେ ହିମାଚଳପ୍ରଦେଶ, ରାଜସ୍ଥାନ, ତେଲଙ୍ଗାନା, ଜମ୍ମୁ-କଶ୍ମୀର, ପଞ୍ଜାବ, ହରିୟାଣା, ଗୁଜରାଟ ସମେତ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ କଂଗ୍ରେସ କର୍ମୀମାନେ ସତ୍ୟାଗ୍ରହରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

ବଡ଼ ଘୋଷଣା କରି ଫ୍ୟାନ୍ସଙ୍କୁ ନିରାଶା କଲେ ଏହି ଫେମସ୍‌ ସିଙ୍ଗର୍‌, ସଙ୍ଗୀତରୁ…

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଓ ମ୍ୟୁଜିକ କମ୍ପୋଜର ଅମାଲ ମଲିକ ନିଜ କ୍ୟାରିୟରକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗଷ୍ଟ ୨୭ ତାରିଖ ଗୁରୁବାର ସେ…

NDA Vs INDIA : ଏବେ ନିର୍ବାଚନ ହେଲେ କିଏ ଗଢିବ ସରକାର? ସାମ୍ନାକୁ ଆସିଲା ଚମକାଇଦେଲା ଭଳି ନମ୍ବର

ନୂଆଦିଲ୍ଲୀ,୨୮।୮: ଆଜି ଯଦି ଦେଶରେ ଲୋକ ସଭା ନିର୍ବାଚନ ହୁଏ, ତେବେ କେନ୍ଦ୍ରରେ ପୁଣି ଥରେ NDA ସରକାର ଗଠନ କରିପାରେ ବୋଲି MOTN ସର୍ଭେରେ ଆକଳନ…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri