ରାମଚଣ୍ଡୀ ପୀଠରେ ପର୍ଯ୍ୟଟକଙ୍କୁ ଶୋଷଣ

କୋଣାର୍କ,୯।୧୧(ଡି.ଏନ୍‌.ଏ.): ପୁରୀ-କୋଣାର୍କ ବେଳାମାର୍ଗ ରାମଚଣ୍ଡୀ ପୀଠରେ ବେଆଇନ ପାର୍କିଂ ଫି ଆଦାୟ ନେଇ ସେବାୟତ ସଂଘ ଅଭିଯୋଗ କରିଛି। ପୂର୍ବରୁ ଏପରି କରୁଥିବାବେଳେ ପର୍ଯ୍ୟଟନ ଅଧିକାରୀଙ୍କ ବାରଣର କିଛି ଦିନ ପରେ ପୁନର୍ବାର ଫି ଆଦାୟ ହୋଉଥିବା ଅଭିଯୋଗ ହୋଇଛି।
ସୂଚନା ମୁତାବକ, ରାମଚଣ୍ଡୀ ପୀଠକୁ ମା’ଙ୍କ ଦର୍ଶନ ପାଇଁ ଦୂର ଦୂରାନ୍ତରୁ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଆସିଥାନ୍ତି। ପୀଠରେ ବଣଭୋଜି ପାଇଁ ପାର୍କିଂ ସ୍ଥଳୀକୁ ପୁରୀ ଜିଲା ପ୍ରଶାସନ ଓ ପର୍ଯ୍ୟଟନ ବିଭାଗ ପକ୍ଷରୁ ରାମଚଣ୍ଡୀ ଉନ୍ନୟନ କମିଟି ଜରିଆରେ ସେବାୟତଙ୍କ ଉପସ୍ଥିତିରେ ଟେଣ୍ଡର ହୋଇଥିଲା। ଏବେ ଟେଣ୍ଡର କାର୍ଯ୍ୟକାଳ ଶେଷ ହୋଇଛି। ନୂଆ ଟେଣ୍ଡର ନ ହୋଇ ଏହି ପୀଠରୁ ତିନି ତିନିଟା ଫି ଜୋର ଜବରଦସ୍ତ ଆଦାୟ କରାଯାଉଛି I ବଣଭୋଜି, ବାଇକ୍‌, କାର, ବସ୍‌ ପାର୍କିଂ, ହାଣ୍ଡିଭଙ୍ଗା ଜାତ, ସଫେଇ ନାମରେ ଫି ଆଦାୟ କରି ପର୍ଯ୍ୟଟକଙ୍କୁ ଶୋଷଣ କରାଯାଉଥିବା ସେବାୟତ ସଙ୍ଘ ଅଭିଯୋଗ ଆଣିଛି। ଏହି ପାର୍କିଂ ସ୍ଥାନ ପୂର୍ବପରି ରାମଚଣ୍ଡୀ ଉନ୍ନୟନ କମିଟି ଓ ସେବାୟତଙ୍କ ଉପସ୍ଥିତିରେ କରାଯାଉ। ନ ହେଲେ ପର୍ଯ୍ୟଟକଙ୍କ ପାଇଁ ରାମଚଣ୍ଡୀ ପୀଠ ବନ୍ଦ କରାଯିବ ବୋଲି ରାମଚଣ୍ଡୀ ମନ୍ଦିର ସେବକ ମଦନ ମୋହନ ମହାପାତ୍ର, ପ୍ରକାଶ ଚନ୍ଦ୍ର ପଣ୍ଡା, ଉପେନ୍ଦ୍ର ନାୟକ, ସଞ୍ଜୟ ପଣ୍ଡା, ଦୁର୍ଯୋଧନ ପଣ୍ଡା, ଗଗନ ନାୟକ, ଜଗନ୍ନାଥ ପଣ୍ଡା, ପ୍ରକାଶ ଚନ୍ଦ୍ର ପଣ୍ଡା ଏବଂ ପ୍ରଫୁଲ୍ଲ ମହାପାତ୍ର ପ୍ରମୁଖ ୬୦ରୁ ଊର୍ଦ୍ଧ୍ୱ ସେବାୟତ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମିୟ ସେଠୀଙ୍କୁ ପଚାରିବାରେ, ସେ ଏପରି ଫି’କୁ ବନ୍ଦ କରିବାକୁ କହିଥିଲେ। ଯଦି ସେମାନେ ପୁନର୍ବାର ଫି ଆଦାୟ କରୁଛନ୍ତି, ତେବେ ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା, ୧୫ରୁ ଊର୍ଦ୍ଧ୍ବ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri